ବିଲଡ଼ରଙ୍କୁ ୨୦ ଲକ୍ଷ ଦାଦାବଟି ମାଗିବା ମାମଲା :ପୂର୍ବତନ ମେୟର ପିଣ୍ଟୁ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୧ା୧୦-ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ବିଏମ୍‌ସିର ପୂର୍ବତନ ମେୟର ଶିବ ଶଙ୍କର ଦାସ ଓରଫ ପିଣ୍ଟୁଙ୍କୁ ସୋମବାର କଡା ସୁରକ୍ଷାରେ ଅଣାଯାଇ କୋର୍ଟରେ ହାଜର କରାଯାଇଥିଲା। ବିଲଡ଼ର ଲଳିତ ମୋହନ ମଙ୍ଗରାଜଙ୍କୁ ପିଣ୍ଟୁ ୨୦ ଲକ୍ଷ ଟଙ୍କା ଦାଦାବଟି ମାଗିବା ମାମଲାର ଅତିରିକ୍ତ ଜିଲା ଜଜ (ଏଡିଜେ)-୨ ଙ୍କ କୋର୍ଟରେ ଚୂଡାନ୍ତ ରାୟ ପ୍ରକାଶ ପାଇଛି। ଏଡିଜେ-୨ ଜଗଦୀଶ ପ୍ରସାଦ ମହାନ୍ତି ପ୍ରମାଣ ଅଭାବରୁ ପିଣ୍ଟୁଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ସରକାରଙ୍କ ପକ୍ଷରୁ ଏପିପି କୁରେଶ ଗୌଡ଼ ଓ ମୁଦାଲାଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ କୈଳାସ ପଣ୍ଡା, ପ୍ରଭାକର ସାବତ ଓ ଶିବ ନାରାୟଣ ସାହୁ ମକଦ୍ଦମା ପରିଚାଳନା କରୁଥିଲେ। ଧର୍ମର ଜୟ ହେଲା ବୋଲି ପିଣ୍ଟୁ ରାୟ ପ୍ରକାଶ ପରେ କହିଛନ୍ତି।
ପ୍ରକାଶ ଯେ, ପୂର୍ବରୁ ଏହି ମାମଲାରେ ସରକାରୀ ଓକିଲ ଓ ପ୍ରତିପକ୍ଷ ଓକିଲଙ୍କ ମଧ୍ୟରେ ଜବାବ ସୁଆଲ ହୋଇଥିଲା। କୋର୍ଟ ଉଭୟ ପକ୍ଷଙ୍କ ଯୁକ୍ତି ଶୁଣିବା ପରେ ମାମଲାର ଚୂଡାନ୍ତ ରାୟ ପ୍ରକାଶ ପାଇଁ ସୋମବାର ଦିନ ଧାର୍ଯ୍ୟ ହୋଇଥିଲା। ସୂଚନାଯୋଗ୍ୟ, ୨୦୧୫ରେ ଗୋଳନ୍ଥରା ଥାନା ହଳଦିଆପଦରରେ ଜମି କିଣାବିକାକୁ କେନ୍ଦ୍ରକରି ପିଣ୍ଟୁ ଓ ତାଙ୍କ ସହଯୋଗୀମାନେ ବିଲଡ଼ର ଲଳିତ ମୋହନ ମଙ୍ଗରାଜଙ୍କୁ ବନ୍ଧୁକ ଦେଖାଇ ୨୦ ଲକ୍ଷ ଟଙ୍କା ଦାଦାବଟି ମାଗିଥିଲେ ବୋଲି ଲଳିତ ଗୋଳନ୍ଥରା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ. ୧୨୮/୧୫ରେ ମାମଲା ରୁଜୁକରି ପିଣ୍ଟୁଙ୍କ ସମେତ ଅନ୍ୟମାନଙ୍କୁ ଅଭିଯୁକ୍ତ ଦର୍ଶାଇ କୋର୍ଟରେ ଚାର୍ଜଶିଟ ଦାଖଲ କରିଥିଲା। କୋର୍ଟରେ ବିଲଡ଼ର ଲଳିତଙ୍କ ସମେତ ୧୪ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ସେପଟେ ପିଣ୍ଟୁ ନିଜକୁ ନିର୍ଦ୍ଦୋଷ କହିଥିବା ବେଳେ ତାଙ୍କୁ ମିଥ୍ୟା ମାମଲାରେ ଫସାଇ ଦିଆଯାଇଛି ବୋଲି କହିଥିଲେ। ଗତ ମାସ ୧୮ ତାରିଖରେ ଗୋଳନ୍ଥରା ପୋଲିସ ଅଭିଯୁକ୍ତଙ୍କଠାରୁ ଜବତ କରିଥିବା ବନ୍ଧୁକ କୋର୍ଟରେ ଦାଖଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri