ବିଲରେ କରୁଥିଲେ କାମ, ଚାଷୀଙ୍କୁ ଦଳିଦେଲା ହାତୀ

ଖମାର,୧୩ା୮(ରଜନୀକାନ୍ତ ମହାରଣା): ଅନୁଗୋଳ ଜିଲା ପାଲଲହଡ଼ା ଉପଖଣ୍ଡ ଖମାର ବନଖଣ୍ଡ ଅନ୍ତର୍ଗତ ବାରକୋଟିଆ ଗାଁ ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।

ସୂଚନାନୁଯାୟୀ, ରବିବାର ଘନ ମୁଣ୍ଡା ନାମକ ଜଣେ ଚାଷୀ ବିଲକୁ କାମ କରିବାକୁ ଯାଇଥିବା ବେଳେ ଦନ୍ତା ହାତୀ ଆକ୍ରମଣର ଶିକାର ହୋଇଥିଲେ। ହାତୀ ଦଳି ଦେବାରୁ ଘଟଣାସ୍ଥଳରେ ଘନଙ୍କର ମୃତ୍ୟୁ ହୋଇଥିଲା। ମୃତ ଘନ ପାଲଲହଡ଼ା ଥାନା ଅନ୍ତର୍ଗତ ଶ୍ରୀରାମପୁର ଗ୍ରାମର ବୋଲି ଜଣାପଡ଼ିଛି। ସେ ଦୀର୍ଘଦିନ ହେବ ଗୁରୁଣ୍ଡିଆ ମୁଣ୍ଡା ଗ୍ରାମରେ ରହି ଦିନ ମଜୁରିଆ ଭାବେ କାମ କରୁଥିଲେ। ଖବର ପାଇ ଖମାର ପୋଲିସ ଓ ଖମାର ବନବିଭାଗର ମିଳିତ ଭାବେ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପାଳଲହଡ଼ା ଉପଖଣ୍ଡ ଡାକ୍ତରଖାନାକୁ ପଠାଇଛନ୍ତି। ଖମାର ପୋଲିସ ଏ ନେଇ ଏକ କେସ୍‌ ରୁଜୁ କରି ଅଧିକ ତଦନ୍ତ କରୁଥିବା ଜଣାପଡ଼ିଛି। ଅନ୍ୟପଟେ ଖମାର ରେଞ୍ଜରଙ୍କୁ ପଚାରିବାରୁ, ପ୍ରାଥମିକ ଭାବେ ଏ ହାତୀ ଆକ୍ରମଣରେ ମୃତ୍ୟୁ ହୋଇଥିବା ଜଣାପଡୁଛି। ମୃତକ ବିଲରେ କାମ କରୁଥିବା ବେଳେ ହାତୀ ଆସି ତାଙ୍କୁ ଦଳି ଦେଇ ଚାଲିଯାଇଛି। ଏଣୁ ସରକାରୀ ଆଇନ ଅନୁଯାୟୀ ଯାହା ସୁବିଧା ଯୋଗାଇବା କଥା ଯୋଗାଇ ଦିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୈବପୀଠ ନିକଟରେ ଅଘଟଣ, ବଜ୍ରପାତରେ ଚାଲିଗଲା ଯୁବତୀଙ୍କ ଜୀବନ, ହଠାତ ଘରୁ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚାଞ୍ଚଡାପଲ୍ଲୀ ଗ୍ରାମର ଜଣେ ଯୁବତୀଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବତୀଜଣକ ହେଲେ…

ସରିଲା ଛତ୍ରପୁର ଓକିଲ ସଂଘର ନିର୍ବାଚନ: ଏଲ. ଗୋପାଳ ସଭାପତି ଏବଂ ସମ୍ପାଦକ ହେଲେ…

ଛତ୍ରପୁର,୨୮।୩(ଦିଲ୍ଲୀପ ସାମଲ): ଛତ୍ରପୁର ଓକିଲ ସଂଘର ବିଭିନ୍ନ କର୍ମକର୍ତ୍ତା ନିମନ୍ତେ ଶନିବାର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ସଂଘର ବିଭିନ୍ନ ପଦ ପଦବୀ ନିମନ୍ତେ ନିର୍ବାଚନ ନିମନ୍ତେ…

ଆନନ୍ଦପୁର ଓକିଲ ସଂଘ ନିର୍ବାଚନ: ଦୟାନିଧି ଦାଶ ସଭାପତି, ସମ୍ପାଦକ ଭାବେ…

ବଞ୍ଚୋ, ୨୮।୩(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ଓକିଲ ସଂଘର ବାର୍ଷିକ ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଏହି ନିର୍ବାଚନରେ ଦୟାନିଧି ଦାଶ ସଭାପତି ପଦବୀ ପାଇଁ…

ବେଆଇନ ଭାବେ ଚାଲିଥିଲା ଚିକିତ୍ସା-ଅପରେସନ: ସାହାରା ନର୍ସିଂ ହୋମ ସିଲ, ପୁଣି ଜେଲ ଗଲେ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର):ବିନା ଲାଇସେନ୍ସରେ ବେଆଇନ ଭାବେ ନର୍ସିଂ ହୋମ ଚଳାଇ ରୋଗୀଙ୍କ ଜୀବନ ସହ ଖେଳୁଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଏକ ବଡ଼…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

କଳାହାଣ୍ଡି ଓକିଲ ସଂଘ ନିର୍ବାଚନ: ସନ୍ତୋଷ ପଣ୍ଡା ସଭାପତି, ସମ୍ପାଦକ ଭାବେ ନିର୍ବାଚିତ ହେଲେ…

ଭବାନୀପାଟଣା,୨୮।୩ (ଉତ୍ତମ କୁମାର ଦାଶ)- କଳାହାଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଭବାନୀପାଟଣା ରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଭାପତି ଭାବରେ ସନ୍ତୋଷ କୁମାର ପଣ୍ଡା, ସମ୍ପାଦକ…

କୋରାପୁଟ ବାର୍ ଆସୋସିଏଶନର ନିର୍ବାଚନ: ପ୍ରଭାତ ସଭାପତି ଓ ନିତ୍ୟାନନ୍ଦ ଉପ ସଭାପତି ନିର୍ବାଚିତ:

କୋରାପୁଟ ୨୮।୩,(ଅମିତାଭ ବେହେରା ): କୋରାପୁଟ ବାର୍ ଆସୋସିଏଶନର ନିର୍ବାଚନ ଶେଷ ହୋଇଛି । ଲଗାତାର ଚତୁର୍ଥ ଥର ପାଇଁ କୋରାପୁଟ ବାର୍ ଆସୋସିଏଶନର ସଭାପତି ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri