ବିଲରେ ଯୁବକଙ୍କୁ ହତ୍ୟା ଘଟଣାରେ ୨ ଗିରଫ

ଫୁଲବାଣୀ ଅଫିସ/ଫିରିଙ୍ଗିଆ,୨୦ା୯- ଫିରଙ୍ଗିଆ ପଞ୍ଚାୟତ ତଣ୍ଡ୍ରିଗାଁ ନାଳ ପାଖ ବିଲରେ କାଶିନିପଦର ପଞ୍ଚାୟତ ତଳପଡା ଗ୍ରାମର ବିମଳ କହଁରଙ୍କୁ ହତ୍ୟା ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଏହି ଘଟଣାରେ ୨ ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ କଟେଡମାହାର ବରୁଣ କହଁର ଓ ଲାମ୍ବାଗୁଡ୍ରି ଗ୍ରାମର ଅରବିନ୍ଦ କହଁର। ହତ୍ୟାକାଣ୍ଡରେ ବ୍ୟବହୃତ କାତି ସହ ଟର୍ଚ୍ଚ ଲାଇଟ, ମୋବାଇଲ ଫୋନକୁ ପୋଲିସ ଜବତ କରିଛି। ବିମଳଙ୍କ ସାଙ୍ଗ ବରୁଣ ଘଟଣାର ମାଷ୍ଟର ମାଇଣ୍ଡ । ପ୍ରେମ ସମ୍ପର୍କକୁ ନେଇ ବିମଳଙ୍କୁ ହତ୍ୟା କରାଯାଇଥିବା ପୋଲିସ ସୂଚନା ଦେଇଛି। ପୋଲିସ ସୂଚନା ଅନୁଯାୟୀ, ବିମଳ ଏବଂ ବରୁଣ ଦୁହେଁ ଭଲ ସାଙ୍ଗ। ସେମାନେ ବାଙ୍ଗାଲୋରରେ ରହି କାମ କରୁଥିଲେ। ବିମଳଙ୍କର ଏକାଧିକ ଝିଅଙ୍କ ସହ ପ୍ରେମ ସମ୍ପର୍କ ରହିଥିବା ବରୁଣ ଜାଣିଥିଲେ। ହତ୍ୟାକାଣ୍ଡ ଘଟିବାର ୨ମାସ ପୂର୍ବରୁ ବରୁଣଙ୍କ ଜଣେ ସମ୍ପର୍କୀୟାଙ୍କ ସହ ବିମଳଙ୍କର ପ୍ରେମ ସମ୍ପର୍କ ଆରମ୍ଭ ହୋଇଥିଲା। ଉଭୟେ ଫୋନରେ କଥା ହେଉଥିଲେ। ଏହା ଜାଣିବା ପରେ ଏଥିରୁ ନିବୃତ ରହିବାକୁ ବିମଳଙ୍କୁ ବରୁଣ କହିଥିଲେ। ହେଲେ ସେ ଏହାକୁ ମାନି ନ ଥିଲେ। ୨୦ଦିନ ପୂର୍ବରୁ ବରୁଣ ବାଙ୍ଗାଲୋରରୁ ଘରକୁ ଆସିଥିଲେ। ବିମଳ ୧ ତାରିଖରେ ଗାଁରେ ଆସି ପହଞ୍ଚିବେ ବୋଲି ସାଙ୍ଗ ହିସାବରେ ବରୁଣଙ୍କୁ କହିଥିଲେ। ଏହା ଜାଣିବା ପରେ ତାଙ୍କୁ ହତ୍ୟା କରିବା ପାଇଁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ ହୋଇଥିଲା। ଘଟଣା ଦିନ ବରୁଣ ଏବଂ ଅରବିନ୍ଦ ଏକ ବାଇକରେ ଶଙ୍କରାଖୋଲ ଆସି ବିମଳଙ୍କୁ ସାଙ୍ଗରେ ନେଇଥିଲେ। ବୁଲାବୁଲି କରିବା ପରେ ଘଟଣାସ୍ଥଳକୁ ନେଇ ହତ୍ୟା କରିଥିଲେ ବୋଲି ଥାନାଧିକାରୀ ପି.ଶ୍ୟାମସୁନ୍ଦର ରାଓ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଗତ ୨ ତାରିଖ ଭୋରରେ ବିମଳଙ୍କ ମୃତଦେହ ତଣ୍ଡ୍ରିଗାଁ ନାଳ ପାଖରେ ପଡିଥିଲା। ଧାରୁଆ ଅସ୍ତ୍ରରେ ତାଙ୍କ ବେକକୁ ହଣା ଯାଇଥିବା ବେଳେ ମୁହଁକୁ ପଥରରେ ଛେଚି ଦିଆଯାଇଥିବା ଦେଖି ଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?