ବିଳମ୍ବିତ ରାତି ପର୍ଯ୍ୟନ୍ତ ମଦ ଦୋକାନ ଖୋଲାକୁ ବିରୋଧ: ମନ୍ତ୍ରୀଙ୍କ ଘର ଆଗରେ ଛାତ୍ର କଂଗ୍ରେସର ବିକ୍ଷୋଭ

ଭୁବନେଶ୍ୱର,୧-୧(ବ୍ୟୁରୋ):ଜିରୋ ଆଓ୍ବାର ସେଲିବ୍ରେଶନକୁ ଦୃଷ୍ଟିରେ ରଖି ଅବକାରୀ ବିଭାଗ ପକ୍ଷରୁ ମଙ୍ଗଳବାର ରାତି ୧ଟା ପର୍ଯ୍ୟନ୍ତ ମଦ ଦୋକାନ ଖୋଲା ରହିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। କଟକ, ଭୁବନେଶ୍ୱର ଓ ପୁରୀ ପୌରାଞ୍ଚଳ ପାଇଁ ଏହି ନିର୍ଦ୍ଦେଶ ରହିଥିଲା। ଏହାକୁ ଛାତ୍ର କଂଗ୍ରେସ ତୀବ୍ର ବିରୋଧ କରିବା ସହ ରାଜରାସ୍ତାକୁ ଓହ୍ଲାଇଛି। କଂଗ୍ରେସ ଭବନରୁ ଶୋଭାଯାତ୍ରାରେ ବାହାରି ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଘର ନିକଟରେ ପହଞ୍ଚତ୍ଥିବା ପରେ ସେଠାରେ ବିକ୍ଷୋଭ ପ୍ରଦର୍ଶନ ସହ ଗାନ୍ଧୀଙ୍କ ଫଟୋଧରି ଧାରଣାରେ ବସିଥିଲେ। ନେତା, କର୍ମୀ, ଛାତ୍ର, ଯୁବକମାନେ ମନ୍ତ୍ରୀ ଓ ସରକାରଙ୍କ ବିରୋଧରେ ନାରାବାଜି କରିଥିଲେ। ପରେ ସେମାନଙ୍କୁ ପୋଲିସ ଉଠାଇ ନେଇ ଛାଡ଼ି ଦେଇଥିଲା। ଏନେଇ ଛାତ୍ର କଂଗ୍ରେସ ନେତା ଦୁର୍ଗାମାଧବ ମହଲା କହିଛନ୍ତି, ସରକାର ବିଳମ୍ବିତ ରାତି ପର୍ଯ୍ୟନ୍ତ ମଦ ଦୋକାନ ଖୋଲି ଅପରାଧୀଙ୍କୁ ଅପରାଧ ଘଟାଇବାକୁ ପ୍ରଶ୍ରୟ ଦେଉଛନ୍ତି। ଜିରୋ ନାଇଟ୍‌ରେ ବାଙ୍ଗାଲୋର, ମୁମ୍ବାଇ ପରି ବଡ଼ ବଡ଼ ଅପରାଧ ଭୁବନେଶ୍ୱରରେ ଘଟିବାର ଆଶଙ୍କା ରହିଛି। ସରକାର ରାଜସ୍ବ ଲୋଭରେ ଲୋକଙ୍କ ସ୍ବାର୍ଥକୁ ଗୁରୁତ୍ୱ ଦେଉନାହାନ୍ତି।
ଅନ୍ୟପକ୍ଷରେ ସରକାରଙ୍କ ଏଭଳି ନିଷ୍ପତ୍ତିକୁ ବିରୋଧ କରି ମିଳିତ ଓଡିଶା ନିଶା ନିବାରଣ ଅଭିଯାନ ପକ୍ଷରୁ ମଧ୍ୟ ମାଷ୍ଟରକ୍ୟାଣ୍ଟିନ ଛକରେ ବିକ୍ଷୋଭ କରାଯାଇଥିଲା। ସେମାନେ ସରକାରଙ୍କ ଏଭଳି ନିଷ୍ପତ୍ତିର ନିନ୍ଦା କରିବା ସହ ସରକାର ମହିଳା ବିରୋଧୀ ବୋଲି ନାରାବାଜି ଦେଇଥିଲେ। କଂଗ୍ରେସ ବିଧାୟକ ସାନ୍ତୋଷ ସିଂ ସାଲୁଜା କହିଛନ୍ତି, ସରକାରଙ୍କର ଏହା ହେଉଛି ଡବଲ ପଲିସି। ଗୋଟିଏ ପଟେ କହୁଛନ୍ତି ମଦ ପିଇ ଗାଡି ଚଲାଇଲେ ସିଧା ଜେଲ, ଏପଟେ ନୂଆବର୍ଷ ପାଇଁ ରାତି ଅଧ ପର୍ଯ୍ୟନ୍ତ ମଦ ଦୋକାନ ଖୋଲୁଛନ୍ତି। ଏଥିଯୋଗୁ ଯେଉଁ ଅପରାଧ, ଦୁର୍ଘଟଣା ଘଟିବ ସେଥିପାଇଁ ରାଜ୍ୟ ସରକାର ଦାୟୀ ରହିବେ କି ବୋଲି ସେ ପ୍ରଶ୍ନ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ କହିଛନ୍ତି, ରାଜ୍ୟ ସରକାରଙ୍କର ଏହା ଏକ ଭୁଲ୍‌ ନିଷ୍ପତ୍ତି। ରାଜ୍ୟରେ ବେଆଇନ ମଦ ଦୋକାନ ବନ୍ଦ କରିବା ବଦଳରେ ସରକାର କିପରି ଏଭଳି ନିଷ୍ପତ୍ତି ନେଲେ ବୋଲି ପ୍ରଶ୍ନ ଉଠାଇ ଏହାକୁ ବିରୋଧ କରିଛନ୍ତି। ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ କହିଛନ୍ତି,ଏହା ଜିରୋନାଇଟ୍‌ ପାଇଁ ଗୋଟିଏ ଦିନ ଖୋଲା ରହିବ, ସବୁ ଦିନ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ଆପଣଙ୍କ e-KYC ଅପଡେଟ୍ ଅଛି ତ? ଖୁବଶୀଘ୍ର ଆସିବାକୁ ଯାଉଛି ସୁଭଦ୍ରା ଯୋଜନାର ୪ର୍ଥ କିସ୍ତି

ଭୁବନେଶ୍ୱର,୨୦ା୨: ଖୁବଶୀଘ୍ର ଆସିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି। ଏନେଇ ଓଡ଼ିଶା ସରକାର ଆଗୁଆ ସୂଚନା ଦେଇ ସାରିଛନ୍ତି। ଯଦି ଆପଣ ଜଣେ ଆବେଦନକାରୀ, ତେବେ ଟଙ୍କା…

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

ପ୍ରମାଣ ଅଭାବରୁ ୨ ଗଞ୍ଜେଇ ଚାଲାଣକାରୀ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୨୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏଡିଜେ ଶେଖ ମହମଦ କୁଏସ ଏକ ଗଞ୍ଜେଇ ଚାଲାଣ ମାମଲାର ବିଚାର କରି ପ୍ରମାଣ ଅଭାବରୁ ଦୁଇଜଣ ଅଭିଯୁକ୍ତଙ୍କୁ ଖଲାସ…

ଶଟର ପକାଇ ଜଗି ରହୁଛନ୍ତି ବାଉନ୍‌ସର, ଭିତରେ ବାର୍‌ ଡ୍ୟାନ୍ସରଙ୍କ ଉପରେ ଉଡୁଛି ଟଙ୍କା

ଭୁବନେଶ୍ୱର,୨୦ା୨(ତ୍ରିନାଥ ମହାନ୍ତି): ସବୁ ନିୟମ ଓ କଟକଣାକୁ ଫୁ’ କରିଦେଉଛନ୍ତି ବାର୍‌ ମାଲିକ। ପୋଲିସ ଓ ଅବକାରୀ ଚଢ଼ାଉକୁ ଖାତିର ନ କରି ଚଳାଉଛନ୍ତି ବେଆଇନ ବେପାର।…

ମଟନ-ଚିକେନ ଖାଇବା ଛାଡ଼ିଦେଲେ ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୦।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆକୁ ଟାଇଟଲ ଦେବା ପରେ ଜିମ୍ବାୱେ ଏବଂ ନାମ୍ବିଆରୁ ଫେରିଥିବା ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ରାଜସ୍ଥାନ…

ବାଘଛୁଆର ମୃତଦେହ ବ୍ୟବଚ୍ଛେଦ କଲେ ୪ଜଣିଆ ଟିମ୍‌

ଭଞ୍ଜନଗର,୨୦ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରୁ ବୁଧବାର ବନ ବିଭାଗ ଜବତ କରିଥିବା କଲରାପତରିଆ ବାଘ…

ସବୁଠି ନ୍ୟାୟକୁ ସମର୍ଥନ

ସାରା ବିଶ୍ୱରେ ଆର୍ଥିକ ଅଭିବୃଦ୍ଧି ସର୍ବଦା ସମାନ ସୁଯୋଗ କିମ୍ବା ସହଭାଗୀ ସମୃଦ୍ଧିରେ ପରିଣତ ହୋଇନାହିଁ। ଗଠନମୂଳକ ଅସମାନତା ଜାରି ରହିଛି, ଯାହା ଉତ୍ତମ କାର୍ଯ୍ୟ, ସାମାଜିକ…

ଅନ୍ୟନାମରେ ଆକାଉଣ୍ଟ ଖୋଲି ଠକେଇ: ୭ଦିନରେ ଧରାପଡ଼ିଲେଣି ୯ ଅଭିଯୁକ୍ତ

ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଗତ ୧୩ ତାରିଖରୁ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ ସାଇବର କବଚ ଅଭିଯାନ ଚାଲିଛି। ତେବେ ଏହି ଅଭିଯାନକୁ ବରଗଡ଼ ଜିଲା ପୋଲିସ୍‌ ଜୋରଦାର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri