ବିଳମ୍ବିତ ରାତି ପର୍ଯ୍ୟନ୍ତ ବାଣ ଫୁଟାଇଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୬।୧୦(ବ୍ୟୁରୋ): ରବିବାର ଆଲୋକର ପର୍ବ ଦୀପାବଳି। କିଭଳି ଏହାକୁ ଶାନ୍ତିଶୃଙ୍ଖଳାରେ ପାଳନ କରାଯିବ ସେନେଇ କମିଶନରେଟ ପୋଲିସ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ରାଜଧାନୀର ବିଭିନ୍ନ ଛକରେ ଅଧିକ ୩ପ୍ଲାଟନ ପୋଲିସ ଫୋର୍ସ ମୁତୟନ ରହିବେ। ଏଥିସହ ୧୦୦ ଜଣ ଅଫିସର ନିୟୋଜିତ ହେବେ। ୪୩ ପିସିଆର ଭ୍ୟାନ ଛଡା ଅଧିକ ୫ଟି ପିସିଆର ବୁଲିବ। ଏହି ୫ଟି ପିସିଆର ଭ୍ୟାନ୍‌ କେବଳ ବିଳମ୍ବିତ ରାତି ପର୍ଯ୍ୟନ୍ତ ବାଣ ଫୁଟାଉଥିବା ବ୍ୟକ୍ତିଙ୍କୁ ଧରିବ ବୋଲି ଶୁକ୍ରବାର ଭୁବନେଶ୍ୱର ଡିସିପି ଅନୁପ କୁମାର ସାହୁ କହିଛନ୍ତି। ସେ କହିଛନ୍ତି, ରାତି ୧୦ଟା ପର୍ଯ୍ୟନ୍ତ ବାଣ ଫୁଟାଇବାକୁ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ ରହିଛି। ଯେଉଁମାନେ ଏହି ନିୟମ ଉଲ୍ଲଂଘନ କରିବେ ସେମାନଙ୍କୁ ଗିରଫ କରାଯିବ। ଏହାସହ ୧୨୫ ଡେସିବେଲରୁ ଅଧିକ ଶବ୍ଦ ସୃଷ୍ଟି କରୁଥିବା ବାଣ ଫୁଟାଇବା ଉପରେ କଟକଣା ଜାରି ହୋଇଛି। ଚାଇନା ବାଣ ଉପରେ ମଧ୍ୟ କଟକଣା ରହିଛି। ବର୍ତ୍ତମାନ ସୁଦ୍ଧା ରାଜଧାନୀରେ ୨୭୨ଜଣ ବାଣ ଦୋକାନୀ ଲାଇସେନ୍ସ ନେଇଛନ୍ତି। ସେମାନଙ୍କୁ ଅଧିକ ଶବ୍ଦ ସୃଷ୍ଟିକାରୀ ବାଣ ଓ ଚାଇନା ବାଣ ବିକ୍ରି ନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାକୁ ଯାଞ୍ଚ କରିବା ପାଇଁ ଏକ ସ୍ବତନ୍ତ୍ର ସ୍କ୍ବାଡ୍‌ ଗଠନ କରାଯାଇଛି। ଏହି ସ୍କ୍ବାଡ୍‌ ରାଜଧାନୀର ବିଭିନ୍ନ ବାଣ ଦୋକାନରେ ଚଢାଉ କରି ବାଣ ଜବତ କରୁଛନ୍ତି। ଏହି ସ୍କ୍ବାଡ୍‌ ଶୁକ୍ରବାର ରାଜଧାନୀର ଏକାଧିକ ସ୍ଥାନରେ ଚଢାଉ କରି ବହୁ ବାଣକୁ ଜବତ କରିଛନ୍ତି। ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ କହିଛନ୍ତି, ଯେଉଁମାନେ ମଦ ପିଇ ଗାଡ଼ି ଚଳାଇବେ ସେମାନଙ୍କୁ ଗିରଫ କରାଯିବ। ରାସ୍ତା ଉପରେ ବାଣ ଫୁଟାଇ ଅନ୍ୟକୁ ହଇରାଣ କଲେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଯଦି କେହି ଏଭଳି କରୁଥାନ୍ତି ତେବେ ଲୋକେ ୧୦୦କୁ ଫୋନ୍‌ କରି ଜଣାଇ ପାରିବେ। ଦୀପାବଳି ଦିନ ଅଗ୍ନିଶମ ବିଭାଗ କର୍ମଚାରୀ ସଜାଗ ରହିବେ। କେବଳ ପଞ୍ଜୀକୃତ ବାଣ ଦୋକାନରୁ ବାଣ କିଣିବା ଓ ଦୀପ ଲଗାଇ ଦୀପାବଳି ପାଳନ କରିବାକୁ ସେ ଜନସାଧାରଣଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri