ବିଶାଖା ଏକ୍ସପ୍ରେସ ଦୁଇଭାଗ ହୋଇ ଗଡ଼ିଲା: ନିଶ୍ଚିତ ଦୁର୍ଘଟଣାରୁ ବର୍ତ୍ତିଲେ ଯାତ୍ରୀ

ବାଲୁଗଁ।,୩ା୧୧ (ଡି.ଏନ୍‌.ଏ.): ଖୋର୍ଦ୍ଧା ରେଳ ଡିଭିଜନ ଅଧୀନ ବାଲୁଗଁା-ଚିଲିକା ଷ୍ଟେଶନ ମଧ୍ୟସ୍ଥ ବଡକୁଳ ଲେଭଲ କ୍ରସିଂଠାରେ ଶନିବାର ପୂର୍ବାହ୍ନରେ ବିଶାଖା ଏକ୍ସପ୍ରେସ ଟ୍ରେନ ଚଳନ୍ତା ଅବସ୍ଥାରେ ଇଞ୍ଜିନଠାରୁ ବଗି ଅଲଗା ହୋଇଯାଇଥିଲା। ତେବେ ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଯାତ୍ରୀମାନେ ଏକ ନିଶ୍ଚିତ ଦୁର୍ଘଟଣାରୁ ବର୍ତ୍ତିଯାଇଛନ୍ତି।
ଅନୁସାରେ, ଭୁବନେଶ୍ୱରରୁ ସିକନ୍ଦରାବାଦ ଅଭିମୁଖେ ଯାଉଥିବା ୧୭୦୧୫ ନମ୍ବର ବିଶିଷ୍ଟ ବିଶାଖା ଏକ୍ସପ୍ରେସ ଶନିବାର ପୂର୍ବାହ୍ନ ୧୦.୨୩ ମିନିଟ୍‌ରେ ବାଲୁଗଁା ରହଣି ପରେ ଛାଡିଥିଲା। ପ୍ରାୟ ୪କି.ମି. ଅତିକ୍ରମ ପରେ ବଡକୁଳ ରେଳବାଇ ଫାଟକ ଅନତି ଦୂରରେ ହଠାତ୍‌ ଇଞ୍ଜିନ ସହ ସଂଲଗ୍ନ ୮ ଗୋଟି ବଗି ତଥା ଶୀତତାପ ନିୟନ୍ତ୍ରିତ ଏସି ଟୁ ଟାୟାର ଓ ସ୍ଲିପର ଏସ୍‌-୧୪ଠାରୁ ଅବଶିଷ୍ଟ ବଗି ମଧ୍ୟରେ ସଂଯୋଗ ବିଚ୍ଛିନ୍ନ ହୋଇଯାଇଥିଲା। ଫଳରେ ଚଳନ୍ତା ଟ୍ରେନ୍‌ଟି ଦୁଇଭାଗ ହୋଇ ଗଡି ଚାଲିଥିବାବେଳେ ଯାତ୍ରୀମାନେ ଭୟଭୀତ ହୋଇ ଚିକତ୍ାର କରିଥିଲେ। ତେବେ ଡ୍ରାଇଭର ଏ ସମ୍ପର୍କରେ ଜାଣିପାରି ଉପସ୍ଥିତ ବୁଦ୍ଧି ଖଟାଇ ବିଚ୍ଛିନ୍ନ ବଗିଠାରୁ ପ୍ରାୟ ୧୦୦ ମିଟର ଦୂରତାରେ ଇଞ୍ଜିନ ସଂଲଗ୍ନ ବଗିକୁ ଅଟକାଇଥିଲେ। ଟ୍ରେନ୍‌ ରହିବା କ୍ଷଣି ଭୟରେ କିଛି ଯାତ୍ରୀ ଟ୍ରେନ୍‌ରୁ ଡେଇଁପଡିଥିଲେ। ତେବେ କେହି ଆହତ ହୋଇ ନ ଥିବା ଜଣାଯାଇଛି। ପରେ ଡ୍ରାଇଭର ଓ ଗାର୍ଡ ପହଞ୍ଚତ୍ ତଦାରଖ କରିବାରେ ଇଞ୍ଜିନଠାରୁ ଅଷ୍ଟମ ଓ ନବମ ବଗି ମଧ୍ୟରେ ସଂଯୋଗ କରୁଥିବା କପ୍‌ଲିଙ୍ଗ୍‌ ଖସିଯାଇଥିବା ଜଣାପଡିଥିଲା। ଖବରପାଇ ସଙ୍ଗେ ସଙ୍ଗେ ବାଲୁଗଁା ଷ୍ଟେଶନରୁ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚତ୍ ସଜାଡିବା ପରେ ପ୍ରାୟ ୧ ଘଣ୍ଟା ବିଳମ୍ବରେ ଟ୍ରେନ୍‌ଟି ପୁନର୍ବାର ଗନ୍ତବ୍ୟସ୍ଥଳ ଅଭିମୁଖେ ଛାଡିଥିଲା। ଖୋର୍ଦ୍ଧା ରେଳମଣ୍ଡଳ ଅଧିକାରୀ ଏହି ଘଟଣାର ତଦନ୍ତ ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri