ବିଶେଷଜ୍ଞଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି;ଅର୍ଥ ବ୍ୟବସ୍ଥା ପାଇଁ ମାନସ ମନ୍ଥନ

ନୂଆଦିଲ୍ଲୀ,୧୦-୧: ଆଗାମୀ ୨୦୨୪-୨୫ ସୁଦ୍ଧା ଦେଶର ଅର୍ଥବ୍ୟବସ୍ଥାକୁ ୫ ଟ୍ରିଲିୟନ ଡଲାରରେ ପହଞ୍ଚାଇବା ଲାଗି ସରକାର ଯୋଜନା ଧାର୍ଯ୍ୟ କରିଛନ୍ତି। ଧାର୍ଯ୍ୟ ସମୟ ମଧ୍ୟରେ ଏହି ଲକ୍ଷ୍ୟ ହାସଲ ଲାଗି ଅଂଶୀଦାରମାନେ କାର୍ଯ୍ୟ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଆହ୍ବନ ଜଣାଇଛନ୍ତି। ବଜେଟର ଅବ୍ୟବହିତ ପୂର୍ବରୁ ନୀତି ଆୟୋଗର ପ୍ରାକ ବଜେଟ ବୈଠକରେ ଅଧ୍ୟକ୍ଷତା କରି ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ, ଭାରତୀୟ ଅର୍ଥବ୍ୟବସ୍ଥାର ଦୃଢ ଅବଶୋଷକ କ୍ଷମତା ରହିଛି। ସୁଦୃଢ ମୂଳଦୁଆ ଏବଂ ପୁନଃ ପ୍ରଗତି ହାସଲ କରିବା କ୍ଷମତାକୁ ଘରୋଇ ବଜାର ଦର୍ଶାଇଥାଏ। ଏସବୁ ବିଭିନ୍ନ ପ୍ରସଙ୍ଗକୁ ବିଚାର କଲେ ଘରୋଇ ବଜାର ଶୀଘ୍ର ଅଭିବୃଦ୍ଧି ପଥକୁ ଫେରିବ।
ପ୍ରଧାନମନ୍ତ୍ରୀ କହିଛନ୍ତି, ଦେଶର ବିକାଶ ଧାରାକୁ ଆଗେଇନେବା ଲାଗି ସମସ୍ତଙ୍କୁ ମିଳିମିଶି କାମ କରିବାର ଆବଶ୍ୟକତା ରହିଛି। ପର୍ଯ୍ୟଟନ, ସହରୀ ବିକାଶ, ଭିତ୍ତିଭୂମି ଏବଂ କୃଷି ଉଦ୍ୟୋଗ ଭଳି କ୍ଷେତ୍ରରେ ଦେଶର ଅର୍ଥ ବ୍ୟବସ୍ଥାକୁ ଆଗେଇ ନେବା ଏବଂ ନିଯୁକ୍ତି ସୃଷ୍ଟି କରିବାର ବିପୁଳ ସମ୍ଭାବନା ରହିଛି। ଭାରତକୁ ଅପାର ସମ୍ଭାବନା ଭୂମି ଭାବେ ବିଚାର କରି ଅଂଶୀଦାରମାନେ ବାସ୍ତବତା ଏବଂ ଅବଧାରଣା ମଧ୍ୟରେ ରହିଥିବା ଶୂନ୍ୟସ୍ଥାନ ପୂରଣ କରିବାକୁ ପ୍ରଧାନମନ୍ତ୍ରୀ ଆହ୍ବାନ ଦେଇଛନ୍ତି।
ବୈଠକରେ ଅର୍ଥ ବ୍ୟବସ୍ଥାକୁ ତ୍ୱରାନ୍ବିତ କରିବା ଲାଗି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଛି। ପ୍ରଧାନମନ୍ତ୍ରୀଙ୍କ ଅର୍ଥନୈତିକ ପରାମର୍ଶଦାତା ପରିଷଦର ଅଧ୍ୟକ୍ଷ ବିବେକ ଦେବରୟ କୃଷି ଏବଂ ଭିତ୍ତିଭୂମି କ୍ଷେତ୍ର ସହ ଜଡିତ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ବରିଷ୍ଠ ଅର୍ଥନୀତିଜ୍ଞ, ଘରୋଇ ଇକ୍ୱିଟି, ଭେଞ୍ଚର କ୍ୟାପିଟାଲିଷ୍ଟ, ଉତ୍ପାଦନ, ଭ୍ରମଣ ଏବଂ ପର୍ଯ୍ୟଟନ, ପୋଷାକ ଓ ଏଫ୍‌ଏମ୍‌ସିଜି କ୍ଷେତ୍ରରେ ବ୍ୟବସାୟ ନେତୃବୃନ୍ଦ, ବିଶ୍ଲେଷକ ସମେତ କୃଷି, ବିଜ୍ଞାନ ଓ ପ୍ରଯୁକ୍ତି ଏବଂ ଅର୍ଥ କ୍ଷେତ୍ରର ବିଶେଷଜ୍ଞମାନଙ୍କ ସହ ଆଲୋଚନା କରିଥିଲେ। ତୃଣମୂଳ ସ୍ତରରେ କାର୍ଯ୍ୟ କରୁଥିବା ବିଶେଷଜ୍ଞମାନେ ପ୍ରାୟ ୨ ଘଣ୍ଟା ଧରି ଆଲୋଚନାରେ ସାମିଲ ହେବା ସହ ସେମାନଙ୍କ ଅଭିଜ୍ଞତା ପ୍ରକାଶ କରିଥିଲେ।
ଚଳିତ ଆର୍ଥତ୍କ ବର୍ଷରେ ଦେଶର ବିକାଶ ହାର ୧୧ ବର୍ଷର ସର୍ବନିମ୍ନ ସ୍ତର ୫% ରହିବ ବୋଲି ସରକାରୀ ଆକଳନ କରାଯାଇଛି। ଏଥିରେ ସୁଧାର ଆଣିବା ନେଇ ସରକାର ବିଭିନ୍ନ ପ୍ରସ୍ତାବ ଗ୍ରହଣ କରୁଛନ୍ତି। ଏହି ଆଧାରରେ ସୋମବାର ପ୍ରଧାନମନ୍ତ୍ରୀ ଦେଶର ଶିଳ୍ପ ଲିଡରମାନଙ୍କୁ ଭେଟି ଅର୍ଥନୈତିକ ଅଭିବୃଦ୍ଧି ଏବଂ ନିଯୁକ୍ତି ସୃଷ୍ଟି ଭଳି ବିଭିନ୍ନ ଦିଗ ଉପରେ ମତାମତ ଲୋଡିବା ସହ ଆଲୋଚନା କରିଥିଲେ। ଫେବୃୟାରୀ ପହିଲାରେ ନିର୍ମଳା ସୀତାରାମନ ସାଧାରଣ ବଜେଟ ଉପସ୍ଥାପନ କରିବେ ବୋଲି ଜଣାପଡିଛି। ବୈଠକରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ପରିବହନ ମନ୍ତ୍ରୀ ନୀତିନ ଗଡକରୀ, ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର, ନୀତି ଆୟୋଗ ସିଇଓ ଅମିତାଭ କାନ୍ତ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଇରାନ ଆଗରେ ୨ଟି ବଡ଼ ସର୍ତ୍ତ ରଖିଲା ଆମେରିକା, ଜାଣନ୍ତୁ କ’ଣ…

ଓ୍ବାଶିଂଟନ୍‌,୧୫।୪: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସପ୍ତାହରେ ଆମେରିକା…

ଆସୁଛି ଏଲ୍‌ ନିନୋ

ଆମେରିକାର ଜାତୀୟ ସାମୁଦ୍ରିକ ଏବଂ ବାୟୁମଣ୍ଡଳୀୟ ପ୍ରଶାସନ (ନ୍ୟାଶନାଲ ଓସେନିକ ଆଣ୍ଡ୍‌ ଆଟ୍‌ମୋସ୍ପିୟରିକ ଆଡ୍‌ମିନିଷ୍ଟ୍ରେଶନ ବା ”ନୋ ଆ (NO AA)“ ଦ୍ୱାରା ପରିଚାଳିତ ଜଳବାୟୁ ଆଗତ…

ବିଦ୍ୟାଳୟ ଶିକ୍ଷାରେ ଡ୍ରପ୍‌ଆଉଟ୍‌ ସମସ୍ୟା

ନିକଟରେ ଅନେକ ଦୈନିକ ଓଡ଼ିଆ ସମ୍ବାଦପତ୍ରରେ ଆଦିବାସୀ ଅଧ୍ୟୁଷିତ ଜିଲାଗୁଡ଼ିକରେ ଅଧାରୁ ପାଠ ଛାଡ଼ୁଥିବା ଶିଶୁଙ୍କ ସଂଖ୍ୟା ଉଦ୍‌ବେଗଜନକ ବୋଲି ପ୍ରକାଶ ପାଇଛି। ପ୍ରଶାସନିକ ସ୍ତରରେ ମଧ୍ୟ…

ଏକା ହୋଇଗଲା ଆମେରିକା, ଟ୍ରମ୍ପଙ୍କ ହାତ ଛାଡିଦେଲେ ଏହି ସବୁ ନିକଟତମ ବନ୍ଧୁ ଦେଶ

ଓ୍ବାଶିଂଟନ୍‌,୧୫।୪: ଇରାନ ସହିତ ଯୁଦ୍ଧରେ ଗଭୀର ଭାବରେ ଜଡିତ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି। ଏହି ଆଘାତ ତାଙ୍କ ନିଜ…

ଚାଇନାକୁ ଲାଗିବ ବଡ଼ ଝଟ୍‌କା: ଜୀବନରେଖା ଶେଷ କରିଦେବେ ଟ୍ରମ୍ପ! ଆମେରିକାର ସାଥ୍‌ ଦେବ ଭାରତ

ଓ୍ବାଶିଂଟନ୍‌,୧୫।୪: ମଧ୍ୟପ୍ରାଚ୍ୟରେ ହର୍ମୁଜ ପ୍ରଣାଳୀକୁ ନେଇ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଏକ ନୂତନ ପ୍ରସଙ୍ଗ ଉଭା ହୋଇଛି ଯାହା ବିଶ୍ୱ ଦୃଷ୍ଟି ଆକର୍ଷଣ କରିଛି। ଆମେରିକା ଇରାନ…

୪ବର୍ଷ ବିତିଲା, ମିଳିଲାନି ନିଖୋଜ ଶ୍ରମିକଙ୍କ ପତ୍ତା

ନୂଆପଡ଼ା,୧୫ା୪ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ଥାନା ଦର୍ଲିପଡା ଗଁ।ର ଜଣେ ଦାଦନ ଶ୍ରମିକ ନିଖୋଜ ହେବାର ପ୍ରାୟ ୪ବର୍ଷ ବିତିଯାଇଥିଲେ ମଧ୍ୟ ତାଙ୍କର ପତ୍ତା ମିଳିନାହିଁ।…

ବିବାହ ପ୍ରତିଶ୍ରୁତି ଦେଇ ଛାତ୍ରୀଙ୍କ ସହ ଶାରୀରୀକ ସମ୍ପର୍କ ରଖୁଥିଲେ କଲେଜର ଅଧ୍ୟାପକ, ବିବାହ ପାଇଁ କହିବାରୁ…

ଦେବଗଡ,୧୫।୪(ଶଶାଙ୍କ ଶେଖର ଝାଙ୍କର): ବିବାହ ପ୍ରଲୋଭନ ଦେଖାଇ ଜଣେ ଛାତ୍ରୀଙ୍କ ସହିତ ଶାରୀରୀକ ସମ୍ପର୍କ ସ୍ଥାପନ କରିବା ପରେ ପ୍ରତାରଣା ଅଭିଯୋଗରେ ଏକ କଲେଜର ଜଣେ ଅଧ୍ୟାପକ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri