ବିଶୋଇ ବ୍ଲକ ଛକରେ ଓଭରବ୍ରିଜ ନିର୍ମାଣ ଦାବି ଜୋର ଧରିଲା : ୨୩ରେ ରାସ୍ତାରୋକୋ ଆନ୍ଦୋଳନ

ବିଶୋଇ,୧୩ା୧୨(ଡି.ଏନ୍‌.ଏ.) – ୪୯ ନଂ ଜାତୀୟ ରାଜପଥର ବିଶୋଇ ବ୍ଲକ ଛକରେ ଓଭରବ୍ରିଜ ନିର୍ମାଣ ଲାଗି ଦାବି ଜୋର ଧରିଛି। ପୂର୍ବରୁ ଏନେଇ ଏନଏଚ କର୍ତ୍ତୃପକ୍ଷଙ୍କୁ ବାରମ୍ବାର ଅବଗତ କରାଯାଇଥିଲେ ମଧ୍ୟ କର୍ତ୍ତୃପକ୍ଷ କିଛି ପଦକ୍ଷେପ ନ ନେବାରୁ ଜନ ଅସନ୍ତୋଷ ଆନ୍ଦୋଳନର ରୂପ ନେବାକୁ ଯାଉଛି। ଆସନ୍ତା ୨୩ ତାରିଖରେ ଜାତୀୟ ରାଜପଥ ଅବରୋଧ କରାଯିବ ବୋଲି ଅଞ୍ଚଳବାସୀ ଚେତାବନୀ ଦେଇଛନ୍ତି।
ବ୍ଲକ ଅଧ୍ୟକ୍ଷା ତୁଳସୀ ଶିକ୍ରି ହାଁସଦାଙ୍କ ନେତୃତ୍ୱରେ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଗୁରୁବାର ଏନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ସାରସକଣା ବିଧାୟକ ଡାକ୍ତର ବୁଢ଼ାନ ମୁର୍ମୁ, ଏଲଏଣ୍ଡଟି ବିଶୋଇ ସେକ୍ସନ ଅଧିକାରୀ ମାନସ ରଞ୍ଜନ ରାଉତ, ବରିଷ୍ଠ ଆଇନଜୀବୀ ସଞ୍ଜୀବ ମହାନ୍ତି, ଜିଲା ପରିଷଦ ସଦସ୍ୟ ଗୁରୁବା ମୁର୍ମୁ, ବିଶୋଇ ସରପଞ୍ଚଙ୍କ ପ୍ରତିନିଧି ହରିମୋହନ ନାଏକ, ଜୁରିଲାଲ ମହାନ୍ତ, ପଞ୍ଚାୟତ ସମିତି ସଦସ୍ୟା ବିନ୍ଦୁସ୍ମିତା ଦେଓ, ପ୍ରାକ୍ତନ ବ୍ଲକ ଅଧ୍ୟକ୍ଷ ଚୈତନ୍ୟ ହାଁସଦା, ସମାଜସେବୀ ଉତ୍କଳ ରଞ୍ଜନ ମହାନ୍ତି, ନାରାୟଣ ମହାପାତ୍ର, ଖେଲାରାମ ଟୁଡୁଙ୍କ ସମେତ ସ୍ଥାନୀୟ ଜନସାଧାରଣ ଓ ବୁଦ୍ଧିଜୀବୀ ଯୋଗଦେଇଥିଲେ। ବ୍ଲକ ଅଧ୍ୟକ୍ଷାଙ୍କ ମାଧ୍ୟମରେ ଏକ ଦାବିପତ୍ର ଏନଏଚ କର୍ତ୍ତୃପକ୍ଷ, ବିଭାଗୀୟ କେନ୍ଦ୍ରମନ୍ତ୍ରୀ ନିତୀନ ଗଡ଼କାରୀଙ୍କ ସମେତ ପିଡ଼ି,ଏନଏଚଆଇ ବାଲେଶ୍ୱର, ମୟୂରଭଞ୍ଜ ଜିଲାପାଳ, ମୟୂରଭଞ୍ଜ ଏମ୍‌ପି, ସାରସକଣା ବିଧାୟକ, ପୋଲିସ ବିଭାଗ ଓ ବିଡ଼ିଓଙ୍କୁ ପ୍ରଦାନ କରାଯାଇଛି। ଆଗାମୀ ୧୦ ଦିନ ମଧ୍ୟରେ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ବିହିତ ପଦକ୍ଷେପ ଗ୍ରହଣ ନ କଲେ ରାଜପଥ ଅବରୋଧ କରାଯିବ ବୋଲି ଦାବିପତ୍ରରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri