ବିଶୋଧନ ହେଲା ଆର.ଉଦୟଗିରି, ନୂଆଗଡର ବିଭିନ୍ନ ସ୍ଥାନ

ଆର.ଉଦୟଗିରି,୯ା୪(ଡି.ଏନ.ଏ.)- ଗଜପତି ଜିଲା ଆର.ଉଦୟଗିରି, ନୂଆଗଡ, ଖଜୁରିପଦା ଓ ବଡପଦା ସହରରେ ପ୍ରଶାସନ ଏବଂ ଅଗ୍ନିଶମ ବିଭାଗ ଦ୍ୱାରା ବିଶୋଧନ କରାଯାଇଛି। ବ୍ଲକର ତହସିଲ, ବ୍ଲକ, ମେଡିକାଲ, ସାହିର ଗଳିକନ୍ଦି ଏବଂ ମୁଖ୍ୟ ରାସ୍ତା ଦୁଇ ପାଖରେ ଦମକଳ ଗାଡି କେମିକାଲ ମିଶା ପାଣି ସିଞ୍ଚନ କରି ବିଶୋଧନ କରିଛି। ଲକ୍‌ଡାଉନ କଟକଣା ମାନି ଓ ସମାଜିକ ଦୂରତ୍ୱ ରକ୍ଷା କଲେ ନିଶ୍ଚିତ ଭାବେ ଆମେ କୋଭିଡ-୧୯ ସହ ଲଢେଇ କରି ଜିତି ପାରିବା। ଏଥିସହ ସ୍ବଚ୍ଛତା ଉପରେ ଧ୍ୟାନଦେବା ନିତ୍ୟାନ୍ତ ଆବଶ୍ୟକ ବୋଲି ଡାକବାଜି ଯନ୍ତ୍ର ଦ୍ୱାରା ପଞ୍ଚାୟତ ପକ୍ଷରୁ ସଚେତନତା କରାଯାଉଛି। ପଞ୍ଚାୟତର ପିଇଓମାନଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବାବଧାନରେ ଆର.ଉଦୟଗିରି ତହସିଲିଦାର ସ୍ମୃତି ରଞ୍ଜନ ଶତପଥୀ, ବିଡିଓ ପ୍ରଦୀପ କୁମାର ନାୟକ ଓ ନୂଆଗଡ ତହସିଲଦାର ପ୍ରଫୁଲ କୁମାର କୁଜୁରୁ ଓ ବିଡିଓ ଲାବନ୍ୟମେନ୍ଦୁ ମାହାନ୍ତିଙ୍କ ଉପସ୍ଥିତରେ ବିଶୋଧନ କାର୍ଯ୍ୟ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ବଦଳରେ ଏହି ଖେଳାଳିଙ୍କୁ ସୁଯୋଗ; ରାଜସ୍ଥାନ ନିଷ୍ପତ୍ତିରେ ଅସନ୍ତୁଷ୍ଟ ଯୁବ ଓପନର!

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଜରିଆରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିବା ୧୫ ବର୍ଷୀୟ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ ଟିମ୍‌ ମ୍ୟାନେଜମେଣ୍ଟ…

ଦିଗପହଣ୍ଡିରେ ଆମ୍ବେଦକର ଜୟନ୍ତୀ: ସ୍ଵାଧୀନତା ପରବର୍ତ୍ତୀ ସମୟରେ…

ଦିଗପହଣ୍ଡି,୧୪|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) କାର୍ଯ୍ୟାଳୟରେ ମଙ୍ଗଳବାର ସମ୍ବିଧାନ ପ୍ରଣେତା ଡ଼. ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ…

ନୂଆ ପାଞ୍ଜିରେ ବଡ ଭବିଷ୍ୟବାଣୀ, ୨୦୨୬ରେ ସବୁ ହୋଇଯିବ ଛାରଖାର୍!

ପଣା ସଂକ୍ରାନ୍ତିରୁ ପ୍ରଚଳିତ ହେଲା ନୂଆ ପଂଜିକା । ମୀନ ରାଶିରେ ଚର୍ତୁଗ୍ରହୀ ଯୋଗ ଥିବାରୁ ବର୍ଷ ଆରମ୍ଭରେ ଶୁଭ ଯୋଗ ନାହିଁ । ଅତି ବୃଷ୍ଟି,…

‘ଧରିତ୍ରୀ’ ପ୍ରଭାବ: ପୁଣି ଆଲୋକମୟ ହେଲା ଛତ୍ରପୁର ଶିଶୁ ଉଦ୍ୟାନ

ଛତ୍ରପୁର, ୧୪।୪ (ଦିଲୀପ ସାମଲ): ପଡ଼ିଛି ‘ଧରିତ୍ରୀ’ ପ୍ରଭାବ। ସୋମବାର ଖବର ପ୍ରକାଶ ପାଇବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଯାଇଛି। ଗଞ୍ଜାମ ଜିଲ୍ଲାର ସଦର ମହକୁମା…

ବାଇକ୍‌ରେ ଆସୁଥିବା ବେଳେ ଧକ୍କା ଦେଲା ପିକ୍‌ଅପ୍‌: ଚାଲିଗଲା ମା’-ବାପା,ଦେଢ଼ ବର୍ଷର ପୁଅର ଜୀବନ; ଉତ୍ତ୍ୟକ୍ତ ଲୋକେ…

ବଲାଙ୍ଗୀର,୧୪।୪(ସୁନିଲ କୁମାର ମହାନ୍ତି):  ପିକ୍‌ଅପ୍‌ ଧକ୍କାରେ ବାପା ପୁଅ ମୃତ। ମା’ ଗୁରୁତର। ଏପରି ଏକ ଦୁଖଦ ଘଟଣା ଘଟିଛି ବଲାଙ୍ଗୀର-ସୋନପୁର ଏନ୍‌.ଏଚ୍‌ ୫୭ ର ଟୋଲଗେଟ…

ଥୁଆମୂଳ ରାମପୁରରେ ବାବାସାହେବଙ୍କ ଜୟନ୍ତୀ: ମାନବବାଦୀ ବିଚାରଧାରା…

ଥୁଆମୂଳ ରାମପୁର, ୧୪।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସମ୍ବିଧାନ ପ୍ରଣେତା  ଡଃ. ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ୧୩୫ତମ ଜନ୍ମ ଜୟନ୍ତୀ ଅତି…

କାମ ସାରି ବାଇକ୍‌ରେ ଫେରୁଥିଲେ, ମାମୁ-ଭଣଜାଙ୍କୁ ପଛରୁ ଧକ୍କା ଦେଲା କାର୍‌, କଚାଡ଼ି ହୋଇ…

ଦିଗପହଣ୍ଡି,୧୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମୁଖ୍ୟରାସ୍ତା ପୁଞ୍ଜିକଂୟା ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଏକ କାର (ନଂ. ଓଡ଼ି୦୭ବିସି -୧୬୯୦) ଧକ୍କାରେ ସାନଖେମୁଣ୍ଡି ବ୍ଲକ…

ଆରଏମ୍‌ସି ହାଟଗୃହ ଭାଙ୍ଗିବା ନେଇ ତେଜିଲା ଅସନ୍ତୋଷ

ନନ୍ଦପୁର,୧୪ା୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାସ୍ଥିତ ବୁଧବାର ସାପ୍ତାହିକ ହାଟ ମଧ୍ୟର ପୁରୁଣା ହାଟ ଗୃହକୁ ବିନା ଅନୁମତିରେ ଭାଙ୍ଗିବାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri