ବିଶ୍ବବିଦ୍ୟାଳୟର ପରୀକ୍ଷା ନିୟନ୍ତ୍ରକ, କୁଳସଚିବ ଓ ବିତ୍ତ ନିୟନ୍ତ୍ରକଙ୍କ ବୈଠକ: ୪୫ ଦିନରେ ପ୍ରକାଶ ପାଇବ ପରୀକ୍ଷାଫଳ

ଭୁବନେଶ୍ୱର, ୨୯।୮(ବ୍ୟୁରୋ): ପରୀକ୍ଷାରେ ସଂସ୍କାର ଆଣିବାକୁ ଅଣ୍ଟା ଭିଡିଛି ଉଚ୍ଚ ଶିକ୍ଷା ବିଭାଗ। ଠିକ୍‌ ସମୟରେ କୋର୍ସ ସାରିବା ସହ ପରୀକ୍ଷା ପରିଚାଳନା ଓ ଫଳ କିପରି ଶୀଘ୍ର ପ୍ରକାଶ ପାଇବ ସେଥିପାଇଁ ବିଭାଗ ତତ୍ପରତା ଦେଖାଇଛି। ଖାତା ଦେଖା ପାଇଁ ମୂଲ୍ୟାୟନ କେନ୍ଦ୍ର ସଂଖ୍ୟା ବଢ଼ାଯିବ। ପରୀକ୍ଷା ସରିବାର ୪୫ ଦିନ ଭିତରେ ଫଳ ପ୍ରକାଶ ପାଇବ। ବିଶେଷକରି ଯୁକ୍ତ ୩ ପାଇଁ ଉଚ୍ଚଶିକ୍ଷା ବିଭାଗ ଗୁରୁତ୍ୱ ଦେଇଛି। ଏଥି ନିମନ୍ତେ ବୁଧବାର ବିଶ୍ବବିଦ୍ୟାଳୟର ପରୀକ୍ଷା ନିୟନ୍ତ୍ରକ, କୁଳସଚିବ ଓ ବିତ୍ତନିୟନ୍ତ୍ରକଙ୍କ ବୈଠକ ଅନୁଷ୍ଠିତ ହୋଇଯାଇଛି। ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଠିକ୍‌ ସମୟରେ ପରୀକ୍ଷା ଯେପରି ଶେଷ ହେବ ଓ ପରୀକ୍ଷା ଫଳ ଧାର୍ଯ୍ୟ ସମୟରେ ବାହାରିବ ସେଥି ନିମନ୍ତେ ଆଲୋଚନା ହୋଇଥିଲା। ମହାବିଦ୍ୟାଳୟ ପକ୍ଷରୁ ଠିକ୍‌ ସମୟରେ ଆଡ୍‌ମିଶନ୍‌ ଏବଂ କୋର୍ସ ସାରିବାକୁ ବୈଠକରେ ଗୁରୁତ୍ବ ଦିଆଯାଇଥିଲା।
ପ୍ରତି ୧୨ରୁ ୧୫ଟି ମହାବିଦ୍ୟାଳୟକୁ ନେଇ ଗୋଟିଏ ମୂଲ୍ୟାୟନ କେନ୍ଦ୍ର କରାଯିବ। ଫଳରେ ଖାତା ଦେଖା ଶୀଘ୍ର ସରିବ ଓ ପରୀକ୍ଷା ଫଳ ଠିକ ସମୟରେ ପ୍ରକାଶ ପାଇପାରିବ। ତେଣୁ ଅଧିକ ସଂଖ୍ୟକ ପରୀକ୍ଷା ଖାତା ମୂଲ୍ୟାୟନ କେନ୍ଦ୍ର ଖୋଲିବା ପାଇଁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ସେହିପରି ପରୀକ୍ଷା ଖାତା ମୂଲ୍ୟାୟନକାରୀ ଓ ପ୍ରଶ୍ନ ପ୍ରସ୍ତୁତକାରୀ ଅଧ୍ୟାପକମାନଙ୍କୁ ଦିଆଯାଉଥିବା ଅର୍ଥରାଶି ବୃଦ୍ଧି କରାଯିବା ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଥିଲା। ଏଥିସହ ପ୍ରଶ୍ନ ପତ୍ର ସେଟ୍‌ ମଧ୍ୟ ବୃଦ୍ଧି କରାଯିବ ବୋଲି ସ୍ଥିର କରାଯାଇଥିଲା। ସଂଶୋଧିତ ସିଲାବସ୍‌ ଏବଂ ପ୍ରଶ୍ନପତ୍ର ପରିବର୍ତ୍ତନ ସମ୍ପର୍କରେ ବିଶ୍ବବିଦ୍ୟାଳୟଗୁଡ଼ିକ ମହାବିଦ୍ୟାଳୟଗୁଡ଼ିକୁ ଅବଗତ କରାଇବାକୁ ଗୁରୁତ୍ବାରୋପ କରାଯାଇଥିଲା। ଏତଦ୍‌ବ୍ୟତୀତ ବିଇଡି ପରୀକ୍ଷାଗୁଡିକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ଶେଷ କରି ପରୀକ୍ଷା ଫଳ ବାହାର କରିବାକୁ କୁହାଯାଇଥିଲା। ବିଶ୍ବବିଦ୍ୟାଳୟଗୁଡ଼ିକ ନିକଟରେ ବର୍ଷ ବର୍ଷ ଧରି ଖର୍ଚ୍ଚ ନ ହୋଇ କେଉଁଠି କେତେ ଅର୍ଥ ରହିଛି ସେ ବିଷୟରେ ୧୫ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏହି ଅର୍ଥର ଉପଯୁକ୍ତ ବିନିଯୋଗ କରିବାକୁ ମଧ୍ୟ କୁହାଯାଇଥିଲା। ବିଶ୍ବବିଦ୍ୟାଳୟର ନିୟମିତ ଅଡିଟ୍‌ କରିବା ଓ ଏହାର ଅନୁପାଳନ ଉପରେ ମଧ୍ୟ ଗୁରୁତ୍ବ ଦିଆଯାଇଥିଲା। ବିଶ୍ବବିଦ୍ୟାଳୟ ଏବଂ ମହାବିଦ୍ୟାଳୟଗୁଡ଼ିକର ଜମିଜମା ସଂକ୍ରାନ୍ତରେ ଆଲୋଚନା ହେବା ସହ ଭିତ୍ତିଭୂମି ନିର୍ମାଣକୁ ଜମିର ଠିକ୍‌ ଉପଯୋଗ ଓ ବହୁତଳ ଗୃହ ନିର୍ମାଣ ଉପରେ ମତପ୍ରକାଶ ପାଇଥିଲା। ଏଥିରେ ଉଚ୍ଚଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଶାଶ୍ବତ ମିଶ୍ର, ଉଚ୍ଚଶିକ୍ଷା ପରିଷଦର ଉପାଧ୍ୟକ୍ଷ ପ୍ରଫେସର ଅଶୋକ କୁମାର ଦାସ, ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ (ବିଶ୍ବବ୍ୟାଙ୍କ) ପରମେଶ୍ବରନ୍‌ ବି. ଙ୍କ ସମେତ ବିଭାଗୀୟ ସମସ୍ତ ଆଞ୍ଚଳିକ ନିର୍ଦ୍ଦେଶକ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri