Posted inଖେଳ

ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ ଦୂତୀ ଭାଗନେବେ

ଭୁବନେଶ୍ୱର, ୧୩।୯(କ୍ରୀଡ଼ା ପ୍ରତିନିଧି)-ଭାରତୀୟ ସ୍ପ୍ରିଣ୍ଟ କୁଇନ୍‌ ଓଡ଼ିଶାର ଦୂତୀ ଚାନ୍ଦଙ୍କ ପାଇଁ ଆସିଛି ଆଉ ଏକ ବଡ଼ ସୁଯୋଗ। ଦୋହାରେ ହେବାକୁ ଯାଉଥିବା ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ ସେ ଅଂଶଗ୍ରହଣ କରିବେ। ମହିଳା ୧୦୦ ମିଟର ଇଭେଣ୍ଟ ପାଇଁ ଯୋଗ୍ୟତା ଟାଇମିଂ (୧୧.୨୪ ସେକେଣ୍ଡ) ସ୍ପର୍ଶ କରିପାରି ନ ଥିଲେ ହେଁ ବ୍ୟାକ୍ତିଗତ ଶ୍ରେଷ୍ଠ ଟାଇମିଂ ଏବଂ ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସର ୧୦୦ ମିଟରରେ ଚାମ୍ପିୟନ ହୋଇଥିବାରୁ ଦୂତୀଙ୍କୁ ବିଶ୍ୱ ଚାମ୍ପିୟନଶିପ୍‌ ଟିକେଟ ମିଳି ଯାଇଛି। ଦୋହା ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ର ମହିଳା ୧୦୦ ମିଟର ଇଭେଣ୍ଟରେ ୪୮ ପ୍ରତିଯୋଗୀ ଅଂଶଗ୍ରହଣ କରିବେ। ଏତେ ସଂଖ୍ୟାକ ପ୍ରତିଯୋଗୀ ଯୋଗ୍ୟତା ଟାଇମିଂ ଛୁଇଁପାରି ନ ଥିବାରୁ ପରବର୍ତ୍ତୀ ଶ୍ରେଷ୍ଠ ଟାଇମିଂ ଏବଂ ପ୍ରଦର୍ଶନ ଭିତ୍ତିରେ ଇଣ୍ଟରନ୍ୟାଶନାଲ ଆସୋସିଏଶନ ଅଫ୍‌ ଆଥଲେଟିକ୍‌ ଫେଡେରେଶନ୍ସ (ଆଇଏଏଏଫ) ପକ୍ଷରୁ ଦୂତୀଙ୍କୁ ଆମନ୍ତ୍ରଣ ପାଇଁ ଆଥଲେଟିକ୍‌ ଫେଡେରେଶନ ଅଫ୍‌ ଇଣ୍ଡିଆ (ଏଏଫଆଇ)କୁ ଜଣାଇ ଦିଆ ଯାଇଥିଲା। ଆଇଏଏଏଫ ନିମନ୍ତ୍ରଣକୁ ଏଏଫଆଇ ଗ୍ରହଣ କରିଥିବାରୁ ଦୂତୀ ଦୋହାରେ ନିଜ ଦକ୍ଷତା ପ୍ରତିପାଦନର ସୁଯୋଗ ପାଇଛନ୍ତି। ସେପ୍ଟେମ୍ବର ୯ ତାରିଖରେ ଏଏଫଆଇ ପକ୍ଷରୁ ପ୍ରକାଶିତ ୨୫ ଜଣିଆ ଆଥଲେଟ୍‌ ତାଲିକାରେ ଦୂତୀଙ୍କ ନାମ ନ ଥିଲା। ତେବେ ଯେ ଯାହା ହେଉ ନା କାହିଁକି ସେପ୍ଟେମ୍ବର ୨୭ରୁ ଅକ୍ଟୋବର ୬ ପର୍ଯ୍ୟନ୍ତ ହେବାକୁ ଯାଉଥିବା ଏହି ମେଗା ଇଭେଣ୍ଟରେ ଦୂତୀ ଭାଗନେବା ସ୍ପଷ୍ଟ ହୋଇଯାଇଛି। ଏଏଫଆଇ ପକ୍ଷରୁ ଏହା ସ୍ପଷ୍ଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ

ଗ୍ଲାସ୍‌ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି…

ଶିକ୍ଷାମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଆସିଲା ପ୍ରହ୍ଲାଦ ଜୋଷୀଙ୍କ ପ୍ରଥମ ପ୍ରତିକ୍ରିୟା – ‘ଏହି ଦାୟିତ୍ୱ…’

ନୂଆଦିଲ୍ଲୀ,୨୬।୭: ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିବା ପରେ, କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…

ପ୍ରବଳ ବର୍ଷାରେ ବୁଡ଼ିଗଲା କନ୍ଦରପୁର ଲେବଲ କ୍ରସିଂ ରାସ୍ତା, ଯାନବାହନ ଚଳାଚଳ ବନ୍ଦ

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): କଟକ-ନୂଆଗାଁ ଜାତୀୟ ରାଜପଥ ନଂ ୫୫ର କନ୍ଦରପୁର ଲେବଲ କ୍ରସିଂ ନିକଟ ଅସ୍ଥାୟୀ ରାସ୍ତାଟି ଶନିବାର ରାତିର ଅବିଶ୍ରାନ୍ତ ବର୍ଷାରେ ବୁଡିଯାଇଛି।…

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

CJP ବିରୋଧ ପ୍ରଦର୍ଶନରେ ଯୋଗଦେଲେ ମନ୍ତ୍ରୀଙ୍କ ଝିଅ; ମୁଖ୍ୟମନ୍ତ୍ରୀ କହିଲେ, ‘ତାଙ୍କୁ ଟ୍ରୋଲ କରନାହିଁ’

ଗୁଆହାଟି,୨୬।୭: NEET ପେପର୍‌ ଲିକ ବିରୋଧରେ ପ୍ରତିବାଦରେ ଆସାମ ମନ୍ତ୍ରୀ କେଶବ ମହାନ୍ତଙ୍କ ଝିଅ ଅଂଶଗ୍ରହଣ କରୁଥିବାର ଭିଡିଓ ସାମ୍ନାକୁ ଆସିବା ପରେ, ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri