ବିଶ୍ୱ କବି ସମ୍ମିଳନୀର ତୃତୀୟ ଦିବସ: ଓଡ଼ିଶା ବିବିଧତାର ସୁନ୍ଦର ରାଜ୍ୟ

ଭୁବନେଶ୍ୱର, ୫ା୧୦(ବ୍ୟୁରୋ): ଓଡ଼ିଶା ହେଉଛି ବିବିଧତାର ଏକ ସୁନ୍ଦର ରାଜ୍ୟ। ଓଡ଼ିଶାର କଳା, ସଂସ୍କୃତି, ପରମ୍ପରା ତଥା ଭାସ୍କର୍ଯ୍ୟ ହେଉଛି ସମୃଦ୍ଧଶାଳୀ। ଏ ସବୁର ପ୍ରଚାର ଓ ପ୍ରସାର ପାଇଁ କବିତା ଏକ ମାଧ୍ୟମ ବୋଲି ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ପ୍ରମୁଖ ପରାମର୍ଶଦାତା ଆର. ବାଲ୍‌କ୍ରିଷ୍ଣନ୍‌ କହିଛନ୍ତି। ଶୁକ୍ରବାର କୋଣାର୍କଠାରେ ଆୟୋଜିତ ୩୯ତମ କବି ସମ୍ମିଳନୀର ପର୍ଯ୍ୟଟନ କବିତା ଅଧିବେଶନରେ ବାଲ୍‌କ୍ରିଷ୍ଣନ୍‌ ଯୋଗଦେଇ ‘କୋଣାର୍କ: ଜଣା ଅଜଣା’ ଉପରେ ବକ୍ତୃତା ପ୍ରଦାନ କରି କହିଥିଲେ। କୋଣାର୍କ ହେଉଛି ବିଶ୍ୱର ସବୁଠାରୁ ସୁନ୍ଦର ଓ ଆଶ୍ଚର୍ଯ୍ୟଜନକ ଭାସ୍କର୍ଯ୍ୟ, ଯାହାର ଶୋଭା ଓ ଗାରିମା କାହିଁ କେଉଁ କାଳରୁ ଲିଖିତ ହୋଇରହିଛି। କୋଣାର୍କ ମନ୍ଦିରର ଇତିହାସ ଓ ସୂର୍ଯ୍ୟ ଉପାସନାର ତାତ୍ପର୍ଯ୍ୟର ବ୍ୟାଖ୍ୟା କରିଲେ ତା’ର ସୌନ୍ଦର୍ଯ୍ୟ ଆହୁରି ଶାଣିତ ହୁଏ। ଓଡ଼ିଶାର କଳା, ସଂସ୍କୃତି, ପରମ୍ପରା ତଥା ଭାସ୍କର୍ଯ୍ୟକୁ କବି ତାଙ୍କ କବିତା ମାଧ୍ୟମରେ ପ୍ରଚାର ପ୍ରସାର କରିବା ଜରୁରୀ। ଏହାସହ ଓଡ଼ିଶାରେ ଅନେକ ଐତିହ୍ୟ ପର୍ଯ୍ୟଟନସ୍ଥଳୀ ରହିଛି, ଯାହାର ପ୍ରଚାର ପ୍ରସାରର ଆବଶ୍ୟକତା ରହିଛି। ଏ ଦିଗରେ କବିମାନେ କବିତା ମାଧ୍ୟମରେ ସହଯୋଗ କରିପାରିବେ ବୋଲି ସେ କହିଥିଲେ।
ୱାର୍ଲଡ୍‌ ଏକାଡେମୀ ଅଫ୍‌ ଆର୍ଟସ ଆଣ୍ଡ୍‌ କଲଚର (ୱାକ୍‌)ର ପ୍ରଥମ ଉପସଭାପତି ପ୍ରଫେସର ଅର୍ନେଷ୍ଟୋ କାହାନ ଏହି ଉତ୍ସବରେ ସ୍ବାଗତ ଭାଷଣ ଦେଇଥିବାବେଳେ ୱାକ୍‌ର ସାଧାରଣ ସମ୍ପାଦିକା ଡ. ମାରିଆ ଇଉଜେନିଆ ସୋବେରନିସମ୍‌ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ପର୍ଯ୍ୟଟନ ଉପରେ ଇଂରାଜୀ, ଚାଇନା, ସ୍ପେନ ଓ ହିନ୍ଦୀ ଭାଷାରେ ସମାନ୍ତରାଳ କବିତା ପାଠ ଅନୁଷ୍ଠିତ ହୋଇଥିଲା। ପରେ ୮୨ଦେଶର କବି କୋଣାର୍କ ସୂର୍ଯ୍ୟମନ୍ଦିର ପରିଦର୍ଶନ କରି ଏହାର କାରୁକାର୍ଯ୍ୟ ଓ ଭାସ୍କର୍ଯ୍ୟର ଭୂୟସୀ ପ୍ରଶଂସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri