Posted inଖେଳ

ବିଶ୍ୱ ଚାମ୍ପିୟନଶିପ୍‌: ସିନ୍ଧୁଙ୍କ ବିଜୟ ଅଭିଯାନ

ବାସେଲ(ସୁଇଜରଲାଣ୍ଡ), ୨୧।୮ (ପି.ଟି.): ଅଲିମ୍ପିକ ରୌପ୍ୟ ପଦକ ବିଜୟିନୀ ପି.ଭି. ସିନ୍ଧୁ ଏଠାରେ ଚାଲିଥିବା ବ୍ୟାଡ୍‌ମିଣ୍ଟନର ସର୍ବୋଚ୍ଚ ପ୍ରତିଯୋଗିତା ବିଶ୍ୱ ଚାମ୍ପିୟନଶିପ୍‌ରେ ବିଜୟରୁ ଅଭିଯାନ ଆରମ୍ଭ କରିଛନ୍ତି। ବୁଧବାର ଅନୁଷ୍ଠିତ ମହିଳା ସିଙ୍ଗଲ୍ସ ୨ୟ ରାଉଣ୍ଡର ଏକ ମୁକାବିଲାରେ ସେ ୨୧-୧୪, ୨୧-୧୪ ସିଧାସଳଖ ଗେମ୍‌ରେ ଚାଇନିଜ ତାଇପେଇର ପାଇ ୟୁ ପୋ’ଙ୍କୁ ପରାସ୍ତ କରିଛନ୍ତି। ବିଶ୍ୱ ଚାମ୍ପିୟନଶିପ୍‌ ପ୍ରତିଯୋଗିତାରେ ସିନ୍ଧୁଙ୍କ ଏହା ୧୭ତମ ବିଜୟ ଥିଲା। ୨୦୧୩ରୁ ସେ ଏହି ଟୁର୍ନାମେଣ୍ଟ ଖେଳିଆସୁଛନ୍ତି। ଏଥିସହ ଏହି ସମ୍ମାନଜନକ ପ୍ରତିଯୋଗିତାରେ ସର୍ବାଧିକ ମହିଳା ସିଙ୍ଗଲ୍ସ ମ୍ୟାଚ୍‌ ଜିତିବାରେ ସେ ସ୍ପାନିଶ ବ୍ୟାଡ୍‌ମିଣ୍ଟନ ତାରକା କାରୋଲିନା ମାରିନ୍‌ଙ୍କ ସମକକ୍ଷ ହୋଇଛନ୍ତି। ପ୍ରଥମ ରାଉଣ୍ଡରେ ବାଏ ପାଇଥିବା ସିନ୍ଧୁଙ୍କ ଏହି ମ୍ୟାଚ୍‌ ଜିତିବାକୁ ୪୩ ମିନିଟ୍‌ ସମୟ ନେଇଥିଲେ। ପ୍ରି-କ୍ୱାର୍ଟର ଫାଇନାଲରେ ୫ମ ସିଡ୍‌ ସିନ୍ଧୁଙ୍କ ମୁକାବିଲା ଆମେରିକାର ବେଇଓ୍ବିନ ଝାଙ୍ଗ୍‌ଙ୍କ ସହ ହେବ। ଗତବର୍ଷ ଇଣ୍ଡିଆ ଓପନ୍‌ ଫାଇନାଲରେ ଝାଙ୍ଗ୍‌ଙ୍କ ନିକଟରୁ ପରାସ୍ତ ହୋଇ ସିନ୍ଧୁ ରନର୍ସଅପ୍‌ରେ ସନ୍ତୁଷ୍ଟ ରହିଥିଲେ। ଅପରପକ୍ଷରେ ମହିଳା ଡବଲ୍ସରେ ଭାରତୀୟ ଯୋଡ଼ି ଜାକ୍କାପୁଡି ମେଘନା ଓ ପୁରଭିଶା ଏସ୍‌. ରାମ ୮-୨୧, ୧୮-୨୧ ସିଧାସଳଖ ଗେମ୍‌ରେ ଜାପାନ ଯେଡ଼ିଙ୍କ ନିକଟରୁ ହାରି ପ୍ରତିଯୋଗିତାରୁ ବିଦାୟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri