Posted inଖେଳ

ବିଶ୍ୱ ଚାମ୍ପିୟନଶିପ୍‌: ସିନ୍ଧୁଙ୍କ ବିଜୟ ଅଭିଯାନ

ବାସେଲ(ସୁଇଜରଲାଣ୍ଡ), ୨୧।୮ (ପି.ଟି.): ଅଲିମ୍ପିକ ରୌପ୍ୟ ପଦକ ବିଜୟିନୀ ପି.ଭି. ସିନ୍ଧୁ ଏଠାରେ ଚାଲିଥିବା ବ୍ୟାଡ୍‌ମିଣ୍ଟନର ସର୍ବୋଚ୍ଚ ପ୍ରତିଯୋଗିତା ବିଶ୍ୱ ଚାମ୍ପିୟନଶିପ୍‌ରେ ବିଜୟରୁ ଅଭିଯାନ ଆରମ୍ଭ କରିଛନ୍ତି। ବୁଧବାର ଅନୁଷ୍ଠିତ ମହିଳା ସିଙ୍ଗଲ୍ସ ୨ୟ ରାଉଣ୍ଡର ଏକ ମୁକାବିଲାରେ ସେ ୨୧-୧୪, ୨୧-୧୪ ସିଧାସଳଖ ଗେମ୍‌ରେ ଚାଇନିଜ ତାଇପେଇର ପାଇ ୟୁ ପୋ’ଙ୍କୁ ପରାସ୍ତ କରିଛନ୍ତି। ବିଶ୍ୱ ଚାମ୍ପିୟନଶିପ୍‌ ପ୍ରତିଯୋଗିତାରେ ସିନ୍ଧୁଙ୍କ ଏହା ୧୭ତମ ବିଜୟ ଥିଲା। ୨୦୧୩ରୁ ସେ ଏହି ଟୁର୍ନାମେଣ୍ଟ ଖେଳିଆସୁଛନ୍ତି। ଏଥିସହ ଏହି ସମ୍ମାନଜନକ ପ୍ରତିଯୋଗିତାରେ ସର୍ବାଧିକ ମହିଳା ସିଙ୍ଗଲ୍ସ ମ୍ୟାଚ୍‌ ଜିତିବାରେ ସେ ସ୍ପାନିଶ ବ୍ୟାଡ୍‌ମିଣ୍ଟନ ତାରକା କାରୋଲିନା ମାରିନ୍‌ଙ୍କ ସମକକ୍ଷ ହୋଇଛନ୍ତି। ପ୍ରଥମ ରାଉଣ୍ଡରେ ବାଏ ପାଇଥିବା ସିନ୍ଧୁଙ୍କ ଏହି ମ୍ୟାଚ୍‌ ଜିତିବାକୁ ୪୩ ମିନିଟ୍‌ ସମୟ ନେଇଥିଲେ। ପ୍ରି-କ୍ୱାର୍ଟର ଫାଇନାଲରେ ୫ମ ସିଡ୍‌ ସିନ୍ଧୁଙ୍କ ମୁକାବିଲା ଆମେରିକାର ବେଇଓ୍ବିନ ଝାଙ୍ଗ୍‌ଙ୍କ ସହ ହେବ। ଗତବର୍ଷ ଇଣ୍ଡିଆ ଓପନ୍‌ ଫାଇନାଲରେ ଝାଙ୍ଗ୍‌ଙ୍କ ନିକଟରୁ ପରାସ୍ତ ହୋଇ ସିନ୍ଧୁ ରନର୍ସଅପ୍‌ରେ ସନ୍ତୁଷ୍ଟ ରହିଥିଲେ। ଅପରପକ୍ଷରେ ମହିଳା ଡବଲ୍ସରେ ଭାରତୀୟ ଯୋଡ଼ି ଜାକ୍କାପୁଡି ମେଘନା ଓ ପୁରଭିଶା ଏସ୍‌. ରାମ ୮-୨୧, ୧୮-୨୧ ସିଧାସଳଖ ଗେମ୍‌ରେ ଜାପାନ ଯେଡ଼ିଙ୍କ ନିକଟରୁ ହାରି ପ୍ରତିଯୋଗିତାରୁ ବିଦାୟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri