Posted inଖେଳ

ବିଶ୍ୱ ଚାମ୍ପିୟନଶିପ୍‌ରୁ ଓହରିଲେ ମାରିନ

ନୂଆଦିଲ୍ଲୀ,୫।୮- ରିଓ ଅଲିମ୍ପିକ୍‌ ସ୍ବର୍ଣ୍ଣ ପଦକଧାରୀ କାରୋଲିନା ମାରିନ ଆଗାମୀ ବିଡ୍‌ବ୍ଲୁଏଫ୍‌ ବିଶ୍ୱ ଚାମ୍ପିୟନଶିପ୍‌ରୁ ଓହରି ଯାଇଛନ୍ତି। ଅହତ ସମସ୍ୟା ଦେଇ ଗତି କରୁଥିବା ସ୍ପାନିଶ ଖେଳାଳି ଇଭେଣ୍ଟ ପୂର୍ବରୁ ସମ୍ପୂର୍ଣ୍ଣ ଫିଟ୍‌ ହୋଇପାରିବେ ନାହିଁ ଜାଣିବା ପରେ ଏହି ଘୋଷଣା କରିଛନ୍ତି। ଚଳିତ ବର୍ଷ ଜାନୁୟାରୀ ୨୬ ତାରିଖରେ ଇଣ୍ଡୋନେସିଆ ମାଷ୍ଟର୍ସ ଫାଇନାଲରେ ତାଙ୍କ ଡାହାଣ ଆଣ୍ଠୁରେ ଆଘାତ ଲାଗିଥିଲା। ସେହି ମାସ ୨୯ ତାରିଖରେ ତାଙ୍କର ଅସ୍ତ୍ରୋପଚାର କରାଯାଇଥିଲା। ସେତେବେଳେ ସେ ବାସେଲଠାରେ ଚଳିତ ମାସ ୧୯ରୁ ୨୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବାକୁ ଥିବା ବିଶ୍ୱ ଚାମ୍ପିୟନଶିପ୍‌ରେ ଅଂଶଗ୍ରହଣ କରିବା ନେଇ କହିଥିଲେ। ହେଲେ ଡିଫେଣ୍ଡିଂ ଚାମ୍ପିୟନ ସେବେଠାରୁ କୋର୍ଟରୁ ଦୂରେଇ ରହିଛନ୍ତି। ମୁଁ ବିଶ୍ୱ ଚାମ୍ପିୟନଶିପ୍‌ରେ ଅଂଶଗ୍ରହଣ କରିବି ନାହିଁ ବୋଲି ନିଷ୍ପତ୍ତି ନେଇଛି। ସମ୍ପୂର୍ଣ୍ଣ ଫିଟ୍‌ ଲାଗି ସମୟ ଲାଗିବ। ଏଣୁ ମୋତେ ସେପ୍ଟେମ୍ବର ପର୍ଯ୍ୟନ୍ତ କୋର୍ଟଠାରୁ ଦୂରେଇ ରହିବାକୁ ପଡ଼ିବ ବୋଲି ମାରିନ ଏକ ଭିଡିଓରେ କହିଛନ୍ତି। ସେ ଓହରି ଯିବାରୁ ତାଙ୍କ ବଦଳରେ ଥାଇଲାଣ୍ଡ ନଚାଓନ ଜିନ୍ଦାପଲ ଟୁର୍ନାମେଣ୍ଟରେ ଖେଳିବେ। ଅନ୍ୟପକ୍ଷରେ ଭାରତୀୟ ଅଗ୍ରଣୀ ପୁରୁଷ ସିଙ୍ଗଲ୍ସ ଶଟଲର ଏଚ୍‌.ଏସ୍‌. ପ୍ରନୟଙ୍କୁ ମଧ୍ୟ ଟୁର୍ନାମେଣ୍ଟରେ ଭାଗ ନେବା ପାଇଁ ଆମନ୍ତ୍ରଣ ମିଳିଛି। ପୂର୍ବତନ ଚାମ୍ପିୟନ ଭିକ୍ଟର ଆଲସେନ ଓ ଚାଇନାର ଶି ୟୁକି ଓହରିବାକୁ ଯୋଗୁ ପ୍ରନୟଙ୍କୁ ସୁଯୋଗ ମିଳିଛି। ତାଙ୍କ ବ୍ୟତୀତ କିଡାମ୍ବି ଶ୍ରୀକାନ୍ତ, ସମୀର ବର୍ମା ଓ ବି ସାଇ ପ୍ରଣୀଥ ମଧ୍ୟ ଅଂଶଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri