ବିଶ୍ୱ ପରିବେଶ ଦିବସରେ ବ୍ରହ୍ମପୁର ବିଏମ୍‌ସି ପକ୍ଷରୁ କପଡ଼ା ବ୍ୟାଗ୍‌ ବଣ୍ଟନ

ବ୍ରହ୍ମପୁର ଅଫିସ,୫।୬: ପଲିଥିନ୍‌ ଓ ପ୍ଲାଷ୍ଟିକ ସାମଗ୍ରୀର ବହୁଳ ବ୍ୟବହାର ପରିବେଶ ପ୍ରଦୂଷଣର ପ୍ରମୁଖ କାରଣ ଭାବେ ଉଭା ହୋଇଛି। ପଲିଥିନ୍‌ ପ୍ଲାଷ୍ଟିକ ସାମଗ୍ରୀର ବ୍ୟବହାରର ଭୟାବହତା ନେଇ ବୁଧବାର ସଚେତନତା ସୃଷ୍ଟି କରାଯାଇଛି । ବିଶ୍ୱ ପରିବେଶ ଦିବସ ଅବସରରେ ବିଏମ୍‌ସି ଓ ବନ୍ଧନ ବ୍ୟାଙ୍କ ମିଳିତ ଆନୁକୂଲ୍ୟରେ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ବିଏମ୍‌ସି ଏନ୍‌ଫୋର୍ସମେଣ୍ଟ ଅଫିସର ତରୁଣ କାନ୍ତ ଓ ବନ୍ଧନ ବ୍ୟାଙ୍କ ବ୍ରହ୍ମପୁର ଶାଖା ମ୍ୟାନେଜର ଜ୍ଞାନେନ୍ଦ୍ର ବେହେରାଙ୍କ ନେତୃତ୍ୱରେ ଗେଟ ବଜାର, ଗେଟବଜାର ଭେଣ୍ଡିଂଜୋନ, ରେଡିଓଷ୍ଟେଶନ ରୋଡ୍‌ରେ ଥିବା ଉଠାଦୋକାନୀ ଓ କ୍ଷୁଦ୍ର ବ୍ୟବସାୟୀଙ୍କୁ କନା ବ୍ୟାଗ ବଣ୍ଟନ କରାଯାଇଛି। ଉକ୍ତ ଅଞ୍ଚଳରେ ପ୍ରାୟ ୪୦୦୦ କନା ବ୍ୟାଗ ବଣ୍ଟନ କରାଯିବା ସହ ପଲିଥିନ୍‌ ପରିବର୍ତ୍ତେ କପଡ଼ା ବ୍ୟାଗ୍‌ ବ୍ୟବହାର କରିବାକୁ ସଚେତନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ବିଏମ୍‌ସି ଏନ୍‌ଫୋର୍ସମେଣ୍ଟ ଟିମ୍‌ ସହ ବନ୍ଧନ ବ୍ୟାଙ୍କର ସମସ୍ତ କର୍ମକର୍ତ୍ତା ସହଯୋଗ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

ଗ୍ରୀଷ୍ମ ବଦଳାଇଲା ସ୍କୁଲ ଛୁଟିର କ୍ୟାଲେଣ୍ଡର! ଜୁଲାଇ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ? ଜାଣନ୍ତୁ…

ଚଣ୍ଡିଗଡ଼,୨୧।୫: ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ହେଲେ ପଞ୍ଜାବ ଏବଂ ଚଣ୍ଡିଗଡ଼ରେ ପ୍ରବଳ ଗରମ ଯୋଗୁ ସେଠାକାର ଜନତା ଆତଙ୍କିତ ହୋଇପଡ଼ିଛନ୍ତି। ପଞ୍ଜାବର…

ଭିଜିଲାନ୍ସ ଜାଲରେ ଟିଟିଲାଗଡ଼ ARCS ଅଫିସ୍‌ର ସିନିୟର୍ ଆସିଷ୍ଟାଣ୍ଟ, ବକେୟା ଦରମା କରାଇ ଦେବାକୁ ନେଉଥିଲେ ଲାଞ୍ଚ

ବଲାଙ୍ଗୀର,୨୧।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ଟିଟିଲାଗଡ଼ ARCS ଅଫିସରେ ଭିଜଲାନ୍ସ ଚଢ଼ାଉ । ARCS ଅଫିସର ସିନିୟର୍ ଆସିଷ୍ଟାଣ୍ଟ ଅନିଲ୍ ପଣ୍ଡାଙ୍କୁ ଧରିଲା ବଲାଙ୍ଗୀର,ସୋନପୁର ଭିଜିଲାନ୍ସ…

୧୦୬ ଜଣଙ୍କୁ ମିଳିଲା ହଜିଲା ଫୋନ୍‌, ଏସ୍‌ପି କହିଲେ- ଏହି ପୋର୍ଟାଲ ମାଧ୍ୟମରେ ପାଇହେବ ଚୋରି ହୋଇଥିବା ମୋବାଇଲ

ବରଗଡ଼,୨୧।୫( ପ୍ରେମାନନ୍ଦ ଖମାରୀ): କିଏ ମୋବାଇଲ ହଜାଇ ଦେଇଥିଲେ ତ ଆଉ କାହାର ମୋବାଇଲ ଲୁଟ କିମ୍ବା ଚୋରି ହୋଇଥିଲା । ଦିନେ କି ଦୁଇଦିନ ନୁହେଁ,…

ଇବୋଲା ବିପଦକୁ ଦେଖି ସ୍ଥଗିତ ରହିଲା ଭାରତ-ଆଫ୍ରିକା ସମ୍ମିଳନୀ, ଦିଲ୍ଲୀରେ ଥିଲା କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୧।୫: ଆଫ୍ରିକାର କିଛି ଅଂଶରେ ଇବୋଲା ଭାଇରସର ବୃଦ୍ଧି ପାଉଥିବା ପ୍ରକୋପକୁ ଦୃଷ୍ଟିରେ ରଖି, ଭାରତ ଏବଂ ଆଫ୍ରିକୀୟ ସଂଘ ମଧ୍ୟରେ ସ୍ଥିର ହୋଇଥିବା ଶିଖର ସମ୍ମିଳନୀକୁ…

‘କିଶୋରୀମାନେ ପରିବାରର ବୋଝ ନୁହନ୍ତି’

ଛତ୍ରପୁର,୨୧ା୫(ଦିଲ୍ଲୀପ ସାମଲ): କିଶୋରୀମାନେ ପରିବାରର ବୋଝ ନୁହନ୍ତି। ସେମାନେ ଦେଶର ସ୍ବର୍ଣ୍ଣିମ ଭବିଷ୍ୟତ। ସେମାନଙ୍କୁ ସମସ୍ତ ପ୍ରକାର ସୁବିଧା-ସୁଯୋଗ ତା’ସହିତ ସୁରକ୍ଷା ଓ ସମ୍ମାନ ଯୋଗାଇଦେବା ଆମ…

ଇରାନ-ପାକିସ୍ତାନ ମଧ୍ୟରେ ହେଲା ‘ଟେବୁଲ ତଳେ ଚୁକ୍ତି’ , ସହି ପାରିବେ ନାହିଁ ଟ୍ରମ୍ପ

ଇସଲାମାବାଦ,୨୧।୫: ପାକିସ୍ତାନର ଶାସକମାନେ ନିଜ ଦେଶକୁ ଅପମାନିତ କରିବାରେ ସମସ୍ତ ସୀମା ଅତିକ୍ରମ କରିଛନ୍ତି। ଶାହବାଜ, ମୁନିର ଏବଂ ବର୍ତ୍ତମାନ ମୋହସିନ ନକଭି ସେମାନଙ୍କର ସାଧୁତା ବିକ୍ରୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri