ବିଶ୍ୱ ପର୍ଯ୍ୟଟନ ଦିବସ: ପର୍ଯ୍ୟଟକଙ୍କୁ ଅତିଥିଭାବେ ସମ୍ମାନ ଦେବାକୁ କହିଲେ କୋରାପୁଟ ଜିଲାପାଳ

କୋରାପୁଟ,୨୭।୯(ସ୍ବ.ପ୍ର): ୩୯ ତମ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ଶୁକ୍ରବାର କୋରାପୁଟ ଜିଲା ପ୍ରଶାସନ ପକ୍ଷରୁ ଛାତ୍ରୀଛାତ୍ରଙ୍କ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରୁ ବାହାରିଥିବା ଶୋଭାଯାତ୍ରାକୁ ଜିଲାପାଳ ମଧୁସୁଦନ ମିଶ୍ର ମୁଖ୍ୟଅତିଥିଭାବେ ଯୋଗଦେଇ ଶୁଭାରମ୍ଭ କରିଥିଲେ। ଏହି ଅବସରରେ ସେ କହିଥିଲେ ଯେ, ପର୍ଯ୍ୟଟକ ହେଉଛନ୍ତି ଅତିଥି, ତେଣୁ ସେମାନଙ୍କୁ ଉଚିତ ସମ୍ମାନ ଦେବା। ଫଳରେ ସେମାନେ କୋରାପୁଟକୁ ଆସି ଫେରିବା ପରେ ନିଜ ଦେଶ ତଥା ରାଜ୍ୟରେ ଜିଲାବାସୀଙ୍କ ଆତିଥ୍ୟ, ପର୍ଯ୍ୟଟନ ସ୍ଥଳ ଓ ପ୍ରାକୃତିକ ପରିବେଶ ବିଷୟରେ ଅଧିକ ପ୍ରଚାରପ୍ରସାର କରିବେ ବୋଲି ଜିଲାପାଳ ମିଶ୍ର କହିଛନ୍ତି। ଶୋଭାଯାତ୍ରାରେ ସହରର କ୍ରୀଡା ଛାତ୍ରାବାସ ସମେତ ବିଭିନ୍ନ ବିଦ୍ୟାଳୟର ଶତାଧିକ ଛାତ୍ରୀଛାତ୍ର ସାମିଲ ହୋଇ ଜିଲା ଐତିହ୍ୟ ଓ ପରମ୍ପରାକୁ ବିକାଶ, ପର୍ଯ୍ୟଟନସ୍ଥଳୀର ବିକାଶ, ପର୍ଯ୍ୟଟନ ସ୍ଥଳୀଗୁଡିକୁ ସ୍ବଚ୍ଛ ରଖିବା ସହ ପଲିଥିନ ଓ ପ୍ଲାଷ୍ଟକ ବର୍ଜନ ଆଦି ଉପରେ ସଚେତନତା ନେଇ ବିଭିନ୍ନ ପୋଷ୍ଟର, ବ୍ୟାନର ଏବଂ ପ୍ଲାକାର୍ଡ ଧରି ସହର ପରିକ୍ରମା କରିଥିଲେ। ଏହି ଅବସରରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ପ୍ରବୀର ନାୟକ, ଉପଜିଲାପାଳ ଲଳିତ କୁମାର କହଁର, ଜିଲା ପର୍ଯ୍ୟଟନ ଅଧିକାରୀ ସୁରେନ୍ଦ୍ର କୁମାର ଲିମା, ଜିଲା କ୍ରୀଡା ଅଧିକାରୀ ରାଜକିଶୋର ଜେନା, ଜିଲା ସଂସ୍କୃତି ଅଧିକାରୀ ଅକ୍ଷୟ କୁମାର ସେଠୀଙ୍କ ସମେତ ବହୁ ଜିଲାସ୍ତରୀୟ ଅଧିକାରୀ ଉପସ୍ଥିତ ରହି ଛାତ୍ରୀଛାତ୍ରଙ୍କୁ ଉସତ୍ାହିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ଡୁଙ୍ଗୁରିପାଲିରେ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ: ଜବରଦଖଲମୁକ୍ତ ହେଲା ସମବାୟ ସମିତିର ଗୋଦାମ ଗୃହ

ଡୁଙ୍ଗୁରିପାଲି, ୪।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଆଞ୍ଚଳିକ ସମବାୟ ବାଣିଜ୍ୟ ସମିତି ଲିଃ ର ଏକ ପୁରାତନ ଗୋଦାମ ଗୃହକୁ ଦୀର୍ଘ ବର୍ଷ ଧରି ଜବରଦଖଲ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ନିୟମିତ ଭାବେ ରାସ୍ତା ଅବରୋଧକୁ କେନ୍ଦ୍ର କରି ମାରପିଟ୍, ଅଭିଯୁକ୍ତ ବାପା-ପୁଅ ଗିରଫ

ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri