Posted inଖେଳ

ବିଶ୍ୱ ବକ୍ସିଂ ଚାମ୍ପିୟନଶିପ୍‌ : ଅମିତ ପଙ୍ଘାଲଙ୍କ ସହଜ ବିଜୟ

ଏକାଟରିନବର୍ଗ (ରୁଷିଆ), ୧୪ା୯ (ପି.ଟି.)-ଏସିଆନ ଚାମ୍ପିୟନ ଅମିତ ପଙ୍ଘାଲ ସହଜ ବିଜୟ ସହ ବିଶ୍ୱ ବକ୍ସିଂ ଚାମ୍ପିୟନଶିପ୍‌ରେ ତାଙ୍କ ପଦକ ଅଭିଯାନ ଆରମ୍ଭ କରିଛନ୍ତି। ଶନିବାର ସେ ଚାଇନିଜ ତାଇପେର ତୁ ପୋ-ଓ୍ବି’ଙ୍କ ବିପକ୍ଷ ତାଙ୍କ ଓପନିଂ ବାଉଟରେ ବିଜୟ ଲାଭ କରିଛନ୍ତି। ଏଠାରେ ଦ୍ୱିତୀୟ ସିଡ୍‌ ତଥା ଏସିଆନ ଗେମ୍ସ ସ୍ବର୍ଣ୍ଣ ବିଜେତା ୨୩ବର୍ଷୀୟ ପଙ୍ଘାଲ ତାଙ୍କ ପ୍ରତିଦ୍ୱନ୍ଦ୍ୱୀଙ୍କୁ ୫-୦ରେ ପରାସ୍ତ କରି ପ୍ରି-କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଭାରତୀୟ ବକ୍ସରଙ୍କୁ ପ୍ରଥମ ରାଉଣ୍ଡରେ ବାଇ ମିଳିଥିଲା। ପୋ-ଓ୍ବିଙ୍କ ବିପକ୍ଷରେ ପଙ୍ଘାଲ ଆରମ୍ଭରୁ ଆକ୍ରମଣାତ୍ମକ ପ୍ରଦର୍ଶନ ସହ ପ୍ରାଧାନ୍ୟ ବିସ୍ତାର କରିଥିଲେ। ପ୍ରଥମ ରାଉଣ୍ଡ ସହଜରେ ଜିତିନେଇଥିଲେ। ତାଇପେ ବକ୍ସର ଅଧିକାଂଶ ସମୟ ପଙ୍ଘାଲଙ୍କୁ ମୁହଁମୁହିଁ ହେବାକୁ ଏଡାଇଯାଉଥିବା ଦେଖି ରେଫରି ତାଙ୍କୁ ତାଗିଦ କରିବାକୁ ବାଧ୍ୟ ହୋଇଥିଲେ। ହମବର୍ଗଠାରେ ବିଶ୍ୱ ଚାମ୍ପିୟନଶିପ୍‌ର ଗତ ସଂସ୍କରଣ କ୍ୱାର୍ଟରଫାଇନାଲିଷ୍ଟ ପଙ୍ଘାଲଙ୍କୁ ଚ୍ୟାଲେଞ୍ଜ କରିବାରେ ପୋ-ଓ୍ବି ସମ୍ପୂର୍ଣ୍ଣ ବିଫଳ ହୋଇଥିଲେ। ବର୍ଷେ ହେଲା ପଙ୍ଘାଲ ଜବରଦସ୍ତ ଫର୍ମରେ ଅଛନ୍ତି। ସେ ତାଙ୍କ ଓଜନ କାଟେଗୋରି ୪୯କେଜିରୁ ୫୨କେଜିକୁ ପରିବର୍ତ୍ତନ କରିଥିଲେ ମଧ୍ୟ ତାଙ୍କ ପ୍ରଦର୍ଶନ ଉପରେ ସେତେଟା ପ୍ରଭାବ ପଡ଼ିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri