Posted inଖେଳ

ବିଶ୍ୱ ବ୍ୟାଡମିଣ୍ଟନ୍‌ ର଼୍ୟାଙ୍କିଙ୍ଗ୍‌: ନବମସ୍ଥାନକୁ ଉଠିଲେ ରାଙ୍କିରେଡ୍ଡୀ- ସେଟ୍ଟୀ

ନୂଆଦିଲ୍ଲୀ,୭।୮(ପି.ଟି.)- ସଦ୍ୟ ପ୍ରକାଶିତ ବିଶ୍ୱ ବ୍ୟାଡିମିଣ୍ଟନ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ପୁରୁଷ ଡବଲ୍ସ ଯୋଡି ସାତ୍ତିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ସେଟ୍ଟୀ ଉନ୍ନତି କରିଛନ୍ତି। ଡବଲ୍ସ ର଼୍ୟାଙ୍କିଙ୍ଗ୍‌ରେ ଏହି ଯୋଡି ୭ଟି ସ୍ଥାନ ଉପରକୁ ଶ୍ରେଷ୍ଠ-୧୦ରେ ପ୍ରବେଶ କରିଛନ୍ତି। ଥାଇଲାଣ୍ଡ ଓପନ୍‌ରେ ଐତିହାସିକ ବିଜୟ ହାସଲ କରିବା ପରେ ରାଙ୍କିରେଡ୍ଡୀ ଓ ଚିରାଗ ର଼୍ୟାଙ୍କିଙ୍ଗ୍‌ରେ ସପ୍ତମ ସ୍ଥାନରେ ରହିଛନ୍ତି।
ଗତ ରବିବାର ଏହି ଯୋଡି ପ୍ରଥମ ଭାରତୀୟ ଡବଲ୍ସ ଯୋଡି ଭାବେ ବିଡବ୍ଲ୍ୟୁଏଫ୍‌ ସୁପର ୫୦୦ ଟୁର୍ନାମେଣ୍ଟରେ ଟାଇଟଲ ହାସଲ କରି ଇତିହାସ ସୃଷ୍ଟି କରିଥିଲେ। ଏହି ଯୋଡି ଫାଇନାଲ ମ୍ୟାଚ୍‌ରେ ବିଶ୍ୱଚାମ୍ପିୟନ ଚାଇନାର ଲି ଜୁନ ହୁଇ ଓ ଲିୟୁ ୟୁ ଚେନଙ୍କୁ ୨୧-୧୯, ୧୮-୨୧, ୨୧-୧୮ରେ ପରାସ୍ତ କରି ବାଜି ମାରିଥିଲେ। ଅନ୍ୟତମ ଭାରତୀୟ ଡବଲ୍ସ ଯୋଡି ମନୁ ଅଟ୍ରି ଓ ବି. ସୁମିଥ ରେଡ୍ଡୀ ପୂର୍ବପରି ୨୫ତମ ସ୍ଥାନରେ ରହିଛନ୍ତି। ପୁରୁଷ ସିଙ୍ଗଲ୍ସରେ ସେଭଳି କୌଣସି ପରିବର୍ତ୍ତନ ହୋଇନାହିଁ। ଭାରତୀୟ ପୁରୁଷ ଖେଳାଳି କିଡାମ୍ବୀ ଶ୍ରୀକାନ୍ତ ୧୦, ସବୀର ବର୍ମା ୧୩, ବି. ସାଇ ପ୍ରଣୀତ ୧୯, ଏଚ୍‌ଏସ୍‌ ପ୍ରଣୟ ୩୧ ଓ ସୌରଭ ବର୍ମା ୪୪ତମ ସ୍ଥାନରେ ପୂର୍ବପରି ରହିଛନ୍ତି। ତେବେ ପାରୁପାଲ୍ଲୀ କାଶ୍ୟପ ୩ଟି ସ୍ଥାନ ଉପରକୁ ଉଠି ୩୨ତମ ଓ ଶୁଭଙ୍କର ଦୁଇଟି ସ୍ଥାନ ଉପରକୁ ଉଠି ୩୯ତମ ସ୍ଥାନରେ ରହିଛନ୍ତି।
ମହିଳା ସିଙ୍ଗଲ୍ସରେ ଅଲିମ୍ପିକ୍ସ ରୌପ୍ୟ ପଦକ ବିଜୟିନୀ ପି.ଭି. ସିନ୍ଧୁ ଓ ବ୍ରୋଞ୍ଜ୍‌ ପଦକ ବିଜୟିନୀ ସାଇନା ନେହ୍ବାଲ ପୂର୍ବପରି ଯଥାକ୍ରମେ ପଞ୍ଚମ ଓ ଅଷ୍ଟମ ସ୍ଥାନରେ ରହିଛନ୍ତି। ମହିଳା ଡବଲ୍ସ ର଼୍ୟାଙ୍କିଙ୍ଗ୍‌ରେ ଅଶ୍ୱିନୀ ପୋନାପ୍ପା ଓ ଏନ୍‌. ସକ୍କି ରେଡ୍ଡୀ ଗୋଟିଏ ସ୍ଥାନ ଉପରକୁ ଉଠି ୨୩ତମ ସ୍ଥାନ ଅଧିକାର କରିଛନ୍ତି। ତେବେ ମିକ୍ସ ଡବଲ୍ସ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଖେଳାଳିମାନେ ଅବନତୀ କରିଛନ୍ତି। ପ୍ରଣବ ଜେରୀ ଚୋପ୍ରା ଓ ସିକ୍କି ରେଡ୍ଡୀ ଗୋଟିଏ ସ୍ଥାନ ତଳକୁ ଖସି ୨୩ତମ ସ୍ଥାନରେ ରହିଛନ୍ତି। ସେହିପରି ପୋନାପ୍ପା ଓ ରାଙ୍କିରେଡ୍ଡୀ ୪ଟି ସ୍ଥାନ ତଳକୁ ଖସି ୨୭ତମ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

ମହିଳା ଏସିଆ କପ୍‌: ଫାଇନାଲରେ ଭାରତ-ଶ୍ରୀଲଙ୍କା ମହାମୁକାବିଲା, ଟାଇଟଲ ପାଇଁ କିଏ ଫେଭରାଇଟ୍‌ ଜାଣନ୍ତୁ…

ଦୁବାଇ,୧୨ା୯: ମହିଳା ଟି୨୦ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚ୍‌ ରବିବାର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବ। ୭ ଥରର ବିଜେତା ଭାରତ ଟୁର୍ନାମେଣ୍ଟ…

ଲୁଟେରାଙ୍କଠାରୁ ନଗଦ ଟଙ୍କା-ବାଇକ୍‌ ସହ ଛୁରି ଜବତ, ପୁଣି ଜଣେ ଯୁବକ ଧରାପଡ଼ି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ଜାରି ରହିଛି ବର୍ଷା: ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ବଢୁଛି ଜନ ଅସନ୍ତୋଷ

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ ୪ ଦିନ ହେଲା ଲଘୁଚାପ ଜନିତ ବର୍ଷା ଜାରିରହିଛି। ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ…

ଅନୁଦାନ ବଣ୍ଟନରେ ପାତରଅନ୍ତର ଅଭିଯୋଗ, ନିର୍ଦ୍ଦିଷ୍ଟ ପଞ୍ଚାୟତ ପାଇଁ ଏତେ ଅନୁକମ୍ପା କାହିଁକି

କର୍ଲାମୁଣ୍ଡା,୧୨ା୯(ପ୍ରଦୀପ କୁମାର ସାହୁ): କର୍ଲାମୁଣ୍ଡା ବ୍ଲକରେ ‘ବିକଶିତ ଓଡ଼ିଶା ବିକଶିତ ଗାଁ’ ଯୋଜନାରେ ଅନୁଦାନ ବଣ୍ଟନକୁ ନେଇ ପାତରଅନ୍ତର କରାଯାଇଥିବା ଅଭିଯୋଗ ଉଠିଛି। ବ୍ଲକର ୧୨ଟି ପଞ୍ଚାୟତ…

ଅନ୍ଧବିଶ୍ୱାସ ଦୂରେଇବା ଲାଗି ପ୍ରୟାସ, ରଣଝାଲିରେ ପୋଲିସ ପଇଁତରା ମାରି…

ପୁରୁଷୋତ୍ତମପୁର,୧୨ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ରଣଝାଲି ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଘଟିଯାଇଥିବା ଅଭାବନୀୟ ଘଟଣାକୁ ନେଇ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଏକ ସଚେତନତା…

୧୨ ଗାଁରେ ମହିଳାଙ୍କ ମଦ ବିରୋଧୀ ଆନ୍ଦୋଳନ, ଥାନାଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରି…

ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ମଦ ବିରୋଧରେ ମହିଳାଙ୍କ ମହାମେଳି। ବେଆଇନ ମଦ ରନ୍ଧା ଏବଂ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୧୨ଟି ଗ୍ରାମର ମହିଳା। ନବରଙ୍ଗପୁର…

ଚୋରି ଯାଇଥିବା ମୂଲ୍ୟବାନ ଜିନିଷ ଉଦ୍ଧାର, ଜଣଙ୍କୁ ଗିରଫ କରି…

ଗୁଡ଼ାରି,୧୨ା୯(ପ୍ରମୋଦ କୁମାର ପତି): ଗୁଡାରି ପୋଲିସ ଦ୍ୱାରା ଚୋରି ବାଇକ ଉଦ୍ଧାର ହେବା ସହ ଘଟଣାରେ ସମ୍ପୃକ୍ତ ଥାନା ଅନ୍ତର୍ଗତ ସୁନାପାଲି ଗ୍ରାମର ସିଦ୍ଧାନ୍ତ ପାଲକାକୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?