Posted inଖେଳ

ବିଶ୍ୱ ର଼୍ୟାଙ୍କିଙ୍ଗ୍‌ରେ ଭାରତ ୪ ନମ୍ବରକୁ ଉନ୍ନୀତ

ଭୁବନେଶ୍ୱର, ୯।୨(କ୍ରୀଡ଼ା ପ୍ରତିନିଧି)-
ଏଫଆଇଏଚ୍‌ ହକି ପ୍ରୋ ଲିଗ୍‌ରେ ବିଶ୍ୱର ନମ୍ବରଓ୍ବାନ ବେଲଜିୟମ ବିପକ୍ଷ ମ୍ୟାଚ ଜିତିବାପରେ ଭାରତ ବିଶ୍ୱ ର଼୍ୟାଙ୍କିଙ୍ଗ୍‌ର ୪ ନମ୍ବର ସ୍ଥାନକୁ ଉନ୍ନୀତ ହୋଇଛି। ୨୦୦୩ରେ ର଼୍ୟାଙ୍କିଙ୍ଗ୍‌ ପ୍ରଥା ପ୍ରଚଳନ ହେବାପରେ ଭାରତ ପ୍ରଥମଥରପାଇଁ ଏହି ସଫଳତା ଅର୍ଜନ କରିଛି। ପୂର୍ବରୁ ଭାରତ ବିଶ୍ୱ ର଼୍ୟାଙ୍କିଙ୍ଗ୍‌ର ୫ ନମ୍ବର ସ୍ଥାନରେ ଥିଲା। ଏହା ପୂର୍ବରୁ ପ୍ରୋ ଲିଗ୍‌ରେ ଭାରତ ୨ଟି ମ୍ୟାଚରେ ନେଦରଲାଣ୍ଡ୍ସକୁ ହରାଇଥିଲା। ପ୍ରଥମ ମ୍ୟାଚକୁ ଦଳ ୫-୨ ଗୋଲରେ ଜିତିଥିବାବେଳେ ଦ୍ୱିତୀୟ ମ୍ୟାଚ ୩-୩ ସ୍ଥିତିରେ ଶେଷ ହେବାରୁ ଶୁଟ୍‌ ଆଉଟରେ ଭାରତ ୩-୧ ଗୋଲରେ ବିଜୟ ହାସଲ କରିଥିଲା। ବେଲଜିୟମ ବିପକ୍ଷରେ ଭାରତର ଏହା ୫୦ତମ ବିଜୟ ଥିଲା। ଏହା ଭାରତକୁ ବିଶ୍ୱ ର଼୍ୟାଙ୍କିଙ୍ଗ୍‌ର ୪ ନମ୍ବର ସ୍ଥାନକୁ ନେଇ ଯାଇଥିବାବେଳେ ଅଲିମ୍ପିକ୍ସ ଚାମ୍ପିୟନ ଆର୍ଜେଣ୍ଟିନା ୫ ନମ୍ବର ସ୍ଥାନକୁ ଖସିଛି।
ଦୁଃଖଦାୟକ
”ଏହା ଏକ କଷ୍ଟସାଧ୍ୟ ମ୍ୟାଚ ଥିଲା। ଘରୋଇ ପରିବେଶରେ ଭାରତ ବିପକ୍ଷରେ ଖେଳିବା ସହଜ ନୁହେଁ। ତେବେ ଆମେ ଅନେକ ସୁଯୋଗ ପାଇଥିଲେ ହେଁ ତାହାକୁ ଗୋଲରେ ପରିଣତ କରି ନ ପାରିବା ଦୁଃଖଦାୟକ ଥିଲା। ଏହି ମ୍ୟାଚରେ ଭାରତୀୟ ଗୋଲକିପର ଚମତ୍କାର ସେଭ୍‌ କରିଥିଲେ। ଫଳରେ ଆମେ ଅନେକ ପେନାଲ୍ଟି କର୍ନର ପାଇଥିଲେ ହେଁ ମାତ୍ର ଗୋଟିଏ ଗୋଲ ଦେଇ ପାରିଥିଲୁ। ତେବେ ଆମେ ରବିବାର ଆମେ ପରାଜୟର ମଧୁର ପ୍ରତିଶୋଧ ନେଇପାରିବୁ ବୋଲି ଆଶା ରଖିଛୁ“ ବୋଲି ବେଲଜିୟମ ଅଧିନାୟକ ଥୋମାସ ବ୍ରିଲ୍ସ ପ୍ରକାଶ କରିଛନ୍ତି। ଶନିବାର ମ୍ୟାଚରେ ବେଲଜିୟମର ବଲ୍‌ ପୋଜେସନ ଚମତ୍କାର ରହିଥିଲା। ୩୮ ଥର ଏହି ଦଳ ଭାରତ ସର୍କଲରେ ପ୍ରବେଶ କରିଥିଲା। ୨୪ଟି ଶୁଟ୍‌ କରିଥିଲେ ହେଁ କେବଳ ଗୋଟିଏ ଗୋଲ ଦେବାକୁ ସକ୍ଷମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଟି-୨୦ ବିଶ୍ୱକପ୍‌ରୁ ଅଷ୍ଟ୍ରେଲିଆ ଆଉଟ୍: ବର୍ଷା ସାଜିଲା ବାଧକ, ସୁପର-୮ରେ ଜିମ୍ବାୱେ

ନୂଆଦିଲ୍ଲୀ,୧୭।୨: ଟି-୨୦ ବିଶ୍ୱକପ୍‌ରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପାଲେକେଲେରେ ଜିମ୍ବାୱେ ଏବଂ ଆୟରଲାଣ୍ଡ ମଧ୍ୟରେ ହେବାକୁ ଥିବା ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଯାଇଛି।…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଇତିହାସ ରଚିଲେ କାନାଡା ଯୁବରାଜ, T20 World Cupରେ କଲେ ଏମିତି ରନ ବର୍ଷା ବନିଗଲେ…

ନୂଆଦିଲ୍ଲୀ,୧୭।୨: କାନାଡାର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଯୁବରାଜ ସାମରା ୨୦୨୬ ଟି-୨୦ ବିଶ୍ୱକପରେ ଏକ ଐତିହାସିକ ଶତକ ହାସଲ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ…

ପ୍ରେମାନନ୍ଦ ଜୀ ମହାରାଜଙ୍କ ଶରଣ ନେଲେ ବିରୁଷ୍କା

ନୂଆଦିଲ୍ଲୀ,୧୭।୨: ଭାରତୀୟ ଷ୍ଟାର କ୍ରିକେଟର ବିରାଟ କୋହଲି ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କ ସହିତ ପ୍ରେନାନନ୍ଦଜୀ ମହାରାଜଙ୍କ ଦର୍ଶନ ପାଇଁ ଆସିଛନ୍ତି। ଏହା ପ୍ରଥମ ଥର ନୁହେଁ…

ଆଜି ଏହି ୨ଟି ଦଳ T20 World Cup Super-8 ପାଇଁ ଟିକେଟ ପାଇପାରନ୍ତି, ପୂର୍ବରୁ ୫ଦଳକୁ ମିଳି ସାରିଛି ଏଣ୍ଟ୍ରି

ନୂଆଦିଲ୍ଲୀ,୧୭।୨: ୨୦୨୬ ଟି-୨୦ ବିଶ୍ୱକପ ଯାତ୍ରା ଆରମ୍ଭ ହୋଇଥିଲା ୨୦ଟି ଦଳକୁ ପାଞ୍ଚଟି ଲେଖାଏଁ ଗ୍ରୁପରେ ରଖାଯାଇ। ଏବେ ଗ୍ରୁପ ପର୍ଯ୍ୟାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି, ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri