କୋହଲିଙ୍କ ବିଶ୍ୱ ରେକର୍ଡ

ମାଞ୍ଚେଷ୍ଟର,୨୭।୬- ଭାରତୀୟ ଅଧିନାୟକ ବିରାଟ କୋହଲି ଆଉ ଏକ ବିଶ୍ୱରେକର୍ଡର ଅଧିକାରୀ ହୋଇଛନ୍ତି। ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ଗୁରୁବାର ଏଠାରେ ଖେଳାଯାଇଥିବା ବିଶ୍ୱକପ୍‌ର ଏକ ମ୍ୟାଚ୍‌ ଅବସରରେ ସେ ବିଶ୍ୱର ଦ୍ରୁତତମ ବ୍ୟାଟ୍ସମ୍ୟାନ ଭାବେ ଅନ୍ତର୍ଜାତୀୟ କ୍ରିକେଟରେ ୨୦ ହଜାର ରନ୍‌ ପୂରଣ କରିଛନ୍ତି। ୨୦ ହଜାର ରନ୍‌ ସଂଗ୍ରହ କରିବାକୁ କୋହଲି ୪୧୭ ଇନିଂସର ସହାୟତା ନେଇଥିଲେ। ଏହିକ୍ରମରେ ସେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଓ ଓ୍ବେଷ୍ଟଇଣ୍ଡିଜର ବ୍ରାଏନ ଲାରାଙ୍କୁ ପଛରେ ପକାଇ ଦେଇଛନ୍ତି। ଉଭୟ ସଚିନ ଓ ଲାରା ୨୦ ହଜାର ଅନ୍ତର୍ଜାତୀୟ ରନ୍‌ ସଂଗ୍ରହ ପାଇଁ ୪୫୩ ଇନିଂସ ଖେଳିଥିଲେ। କୋହଲି ଏପର୍ଯ୍ୟନ୍ତ ୧୩୧ ଟେଷ୍ଟ, ୨୨୪ ଦିନିକିଆ ଓ ୬୨ ଟି୨୦ ମ୍ୟାଚ୍‌କୁ ମିଶାଇ ମୋଟ ୪୧୭ଟି ଇନିଂସ୍‌ ଖେଳିଛନ୍ତି।
କୀର୍ତ୍ତିମାନ ସ୍ପର୍ଶ କରିବା ଲାଗି କୋହଲିଙ୍କୁ ଆଉ ୩୭ ରନ୍‌ ଆବଶ୍ୟକ ହେଉଥିଲା। ଏହି ମ୍ୟାଚ୍‌ ପୂର୍ବରୁ ସେ କ୍ରିକେଟ୍‌ର ୩ଟି ଯାକ ଫର୍ମାଟରେ ମୋଟ ୧୯,୯୬୩ ରନ୍‌ ସଂଗ୍ରହ କରିଥିଲେ। ଏହିକ୍ରମରେ ସଚିନ (୩୪,୩୫୭) ଓ ରାହୁଲ ଡ୍ରାଭିଡ (୨୪,୨୦୮)ଙ୍କ ପରେ ତୃତୀୟ ଭାରତୀୟ ଭାବେ ବିରାଟ ଅନ୍ତର୍ଜାତୀୟ କ୍ରିକେଟରେ ୨୦ ହଜାର ରନ୍‌ ପୂରଣ କରିବାର ସୌଭାଗ୍ୟ ଲାଭ କରିଛନ୍ତି। କୋହଲି ଚଳିତ ବିଶ୍ୱକପ୍‌ରେ ଭଲ ଫର୍ମରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କ ଗୋଟିଏ ‘ଲାଇକ’ ବଦଳାଇ ଦେଲା ଏହି ଯୁବତୀଙ୍କ ଜୀବନ: ଏବେ…

ନୂଆଦିଲ୍ଲୀ,୩୦।୭:ସୋସିଆଲ ମିଡିଆ ଜଗତରେ ଗୋଟିଏ ‘ଲାଇକ’ କାହାର ଜୀବନ ବଦଳାଇପାରେ। ଏହାର ଏକ ପ୍ରମୁଖ ଉଦାହରଣ ହେଉଛନ୍ତି ଲିଜ। ଜଣେ ଦକ୍ଷିଣ ଆଫ୍ରିକାରେ ଜନ୍ମିତ ଜର୍ମାନ ମଡେଲ,…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟକୁ ବାଏ ବାଏ କହିଲେ ଏହି ମହାନ କ୍ରିକେଟର୍‌: ଭାବପ୍ରବଣ ହୋଇ ନେଲେ ବିଦାୟ

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଜଣେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ତଥା ଟେଷ୍ଟ ବିଶେଷଜ୍ଞ ଭାବରେ ବିବେଚିତ ଅଜିଙ୍କେ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରାହାଣେ ଗତ…

ଏହି ବୋଲରକୁ ଡରନ୍ତି ବୈଭବ ସୂର୍ଯ୍ୟବଂଶୀ! ନିଜେ କହିଦେଲେ ସବୁ ସତ

ନୂଆଦିଲ୍ଲୀ, ୩୦।୭: ଭାରତୀୟ କ୍ରିକେଟ ଜଗତରେ ଏବେ ଛାଇ ଯାଇଥିବା ଯୁବ ତାରକା ବୈଭବ ସୂର୍ଯ୍ୟବଂଶୀ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିଛନ୍ତି। ସେ ଭାରତ ପାଇଁ…

ଇତିହାସ ରଚିଲା RCB: ୩୦୦ ମିଲିୟନ ଡଲାର ବ୍ରାଣ୍ଡ ଭାଲ୍ୟୁ ପାଇଥିବା ପ୍ରଥମ କ୍ରିକେଟ ଦଳ ଭାବେ ରେକର୍ଡ

ନୂଆଦିଲ୍ଲୀ,୩୦।୭: ଆଇପିଏଲ (IPL) ର ଗତ ଦୁଇଟି ସଂସ୍କରଣ (୨୦୨୫-୨୦୨୬)ର ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) କ୍ରମାଗତ ଭାବେ ଦୁଇଟି ଟାଇଟଲ ଜିତିବାରେ ତୃତୀୟ ଦଳ…

ଆଇସିସି ଟି-୨୦ ବ୍ୟାଟିଂ ରାଙ୍କିଙ୍ଗରେ ବୈଭବଙ୍କ କମାଲ, ୨୩୦ ସ୍ଥାନରୁ ସିଧାସଳଖ ପହଞ୍ଚିଲେ …

ନୂଆଦିଲ୍ଲୀ,୩୦।୭: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ବୈଭବ ସୂର୍ଯ୍ୟବଂଶୀ ନିଜର ଚମତ୍କାର ବ୍ୟାଟିଂ ବଳରେ ଆଉ ଏକ ବଡ଼ ସଫଳତା ହାସଲ କରିଛନ୍ତି। ମାତ୍ର ୧୫ ବର୍ଷ…

ବଡ଼ ସଫଳତା: ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବେ ନିଯୁକ୍ତ କଲା ଏହି ଟିମ୍‌

ନୂଆଦିଲ୍ଲୀ,୩୦।୭: ଭାରତର ଯୁବ ବ୍ୟାଟିଂ ସେନ୍ସେସନ ବୈଭବ ସୂର୍ଯ୍ୟବଂଶୀ ନିଜର ଦ୍ରୁତ କ୍ରିକେଟ କ୍ୟାରିୟରରେ ଆଉ ଏକ ବଡ଼ ସଫଳତା ହାସଲ କରିଛନ୍ତି। ଆଗାମୀ ଦଲୀପ ଟ୍ରଫି…

ଆଜି ରାଜ୍ୟର ୪ ଜିଲାରେ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୩୦।୭: ଆଜି ରାଜ୍ୟର ୪ଟି ଜିଲାରେ ସ୍କୁଲ ଛୁଟି ଘୋଷଣା। ଭଦ୍ରକ, ଯାଜପୁର, ନବରଙ୍ଗପୁର ଓ କଳାହାଣ୍ଡିରେ ସ୍କୁଲ ଛୁଟି। ସବୁ ସରକାରୀ ଓ ଘରୋଇ ସ୍କୁଲ…

୩ ମନ୍ତ୍ରୀଙ୍କୁ ବନ୍ୟା ମୁକାବିଲା ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦।୭ (ସୁନିତ୍‌ ମିଶ୍ର): ରାଜ୍ୟର ପ୍ରତ୍ୟେକ ନାଗରିକଙ୍କ ଜୀବନ ଓ ସୁରକ୍ଷା ସରକାରଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ । ଲଗାଣ ବର୍ଷା ଓ କେତେକ ନଦୀରେ ସୃଷ୍ଟି ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri