Posted inଖେଳ

ବିଶ୍ୱ ରେସଲିଂ ଚାମ୍ପିୟନଶିପ୍‌ରେ ରବୀନ୍ଦରଙ୍କୁ ରୌପ୍ୟ

ବୁଦାପେଷ୍ଟ, ୩୧।୧୦ (ପି.ଟି.)- ଭାରତୀୟ କୁସ୍ତିଯୋଦ୍ଧା ରବୀନ୍ଦର ଏଠାରେ ଅନୁଷ୍ଠିତ ୨୩ ବର୍ଷରୁ କମ୍‌ ବିଶ୍ୱ ରେସଲିଂ ଚାମ୍ପିୟନଶିପ୍‌ରେ ରୌପ୍ୟ ପଦକ ହାସଲ କରିଛନ୍ତି। ପୁରୁଷ ୬୩ କିଗ୍ରା ବିଭାଗ ଫାଇନାଲରେ ରବୀନ୍ଦର ୩-୫ରେ ଏସିଆନ ଚାମ୍ପିୟନ କିର୍ଗିଜସ୍ତାନର ଉଲୁକବେକ ଝୋଲଡୋଶବେକୋଭଙ୍କ ନିକଟରୁ ହାରିଯାଇଛନ୍ତି। ୨୨ ବର୍ଷୀୟ ରବୀନ୍ଦର ଏଥିପୂର୍ବରୁ ୨୦୧୬ ସାଉଥ୍‌ ଏସିଆନ ଗେମ୍ସରେ ସ୍ବର୍ଣ୍ଣ ଏବଂ ୨୦୧୪ କ୍ୟାଡେଟ୍‌ ଏସିଆନ ଚାମ୍ପିୟନଶିପରେ ବ୍ରୋଞ୍ଜ ପଦକ ଜିତିଥିଲେ। ବିଶ୍ୱ ରେସଲିଂ ଚାମ୍ପିୟନଶିପ୍‌ର ଚଳିତ ସଂସ୍କରଣରେ ଭାରତର ଏହା ପ୍ରଥମ ପଦକ ଥିଲା। ବିଶ୍ୱ ରେସଲିଂ ପ୍ରତିଯୋଗିତାରେ କିନ୍ତୁ ଭାରତର ଏହା ମୋଟ୍‌ ଉପରେ ୫ମ ରୌପ୍ୟ ପଦକ। ପୂର୍ବରୁ ବଜରଙ୍ଗ ପୁନିଆ (୬୫ କିଗ୍ରା), ବିନୋଦ କୁମାର (୭୦ କିଗ୍ରା) ଓ ରିତୁ ଫୋଗତ୍‌ (୪୮ କିଗ୍ରା) ଏହି ସମ୍ମାନଜନକ ପ୍ରତିଯୋଗିତାର ପ୍ରଥମ ସଂସ୍କରଣରେ ରୌପ୍ୟ ପଦକ ହାସଲ କରିଥିଲେ। ଗତ ବର୍ଷ ରବି ଦାହିୟା (୫୭ କିଗ୍ରା) ଏକମାତ୍ର ଭାରତୀୟ ରେସଲର୍‌ ଭାବେ ପଦକ (ରୌପ୍ୟ) ଜିତିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

IPL ଇତିହାସରେ ଏମିତି କାରନାମା କରିବାରେ ପ୍ରଥମ ଖେଳାଳି ହେଲେ ଶୁବମନ ଗିଲ

ନୂଆଦିଲ୍ଲୀ,୩୦।୫: ଗୁଜରାଟ ଟାଇଟାନ୍ସ କ୍ୱାଲିଫାୟର ୨ରେ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟରେ ପରାସ୍ତ କରି ଆଇପିଏଲ ୨୦୨୬ ଫାଇନାଲରେ ସ୍ଥାନ ପକ୍କା କରିଛି। କ୍ୱାଲିଫାୟର ୨ ମ୍ୟାଚ୍‌ରେ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri