ବିଶ୍ୱ ସାମାଜିକ ନ୍ୟାୟ ଦିବସ: ଦାରିଦ୍ର୍ୟ ହଟାଇବ ସାମାଜିକ ନ୍ୟାୟ

ପ୍ରତିବର୍ଷ ଫେବୃୟାରୀ ୨୦ରେ ବିଶ୍ୱ ସାମାଜିକ ନ୍ୟାୟ ଦିବସ ପାଳନ କରାଯାଉଛି। ବିଶ୍ୱରୁ ଦାରିଦ୍ର୍ୟ, ଲିଙ୍ଗଗତ ଅସମାନତା, ବେକାରି,ମାନବାଧିକାର ତଥା ସାମାଜିକ ସୁରକ୍ଷା ସମ୍ପର୍କିତ ସମସ୍ୟା ଦୂର କରିବା ଏହି ଦିବସର ମୁଖ୍ୟ ଲକ୍ଷ୍ୟ। ମଣିଷ ମଣିଷ ଭିତରେ ଏପରି କି ଦେଶ ଦେଶ ମଧ୍ୟରେ ଶାନ୍ତି, ସହାବସ୍ଥାନ ପ୍ରତିଷ୍ଠା କରିବାରେ ସାମାଜିକ ନ୍ୟାୟର ଭୂମିକା ରହିଛି। ଲିଙ୍ଗଗତ, ବୟସ, ଜାତି, ଧର୍ମ, ସମ୍ପ୍ରଦାୟ ଓ ସଂସ୍କୃତି କ୍ଷେତ୍ରରେ ରହିଥିବା ସାମାଜିକ ବାଧାକୁ ହଟାଇ ଦେବା ଦ୍ୱାରା ଆମେ ସହଜରେ ସାମାଜିକ ନ୍ୟାୟ ପ୍ରତିଷ୍ଠା କରିପାରିବା। ଏଥିପାଇଁ ୨୬ ନଭେମ୍ବର,୨୦୦୭ରେ ଜାତିସଂଘ ସାଧାରଣ ପରିଷଦ ୨୦ ଫେବୃୟାରୀକୁ ବିଶ୍ୱ ସାମାଜିକ ନ୍ୟାୟ ଦିବସ ଭାବେ ପାଳନ କରିବାକୁ ଘୋଷଣା କରିବାପରେ ୨୦୦୯ରେ ଏହି ଦିବସ ପ୍ରଥମେ ପାଳନ କରାଯାଇଥିଲା। ଏକ ନିଷ୍ପକ୍ଷ ଜଗତୀକରଣ ପାଇଁ ସାମାଜିକ ନ୍ୟାୟ ଉପରେ କରାଯାଇଥିବା ଘୋଷଣାନାମାକୁ ଆନ୍ତର୍ଜାତିକ ଶ୍ରମ ସଂଘ( ଆଇଏଲ୍‌ଓ) ଗ୍ରହଣ କରିବା ଦ୍ୱାରା ସାମାଜିକ ନ୍ୟାୟ ପ୍ରତି ଜାତିସଂଘର ପ୍ରତିବଦ୍ଧତା ପ୍ରତିପାଦିତ ହୋଇଛି। ଏହି ଘୋଷଣାନାମା ୧୦ ଜୁନ୍‌,୨୦୦୮ରେ କରାଯାଇଥିତ୍ଲା। ସମସ୍ତଙ୍କ ପାଇଁ ନିଯୁକ୍ତି, ସାମାଜିକ ସୁରକ୍ଷା, ସାମାଜିକ ବକ୍ତବ୍ୟ ଏବଂ ମୌଳିକ ନୀତି ଓ ଅଧିକାର ଉପରେ ଏହା ଗୁରୁତ୍ୱ ଦିଏ। ପୂର୍ବରୁ ଆଇଏଲ୍‌ଓ ଦ୍ୱାରା ୧୯୪୪ ଏବଂ ୧୯୯୮ରେ ଦୁଇଟି ଘୋଷଣା କରାଯାଇଥିଲେ ମଧ୍ୟ ୨୦୦୮ ଘୋଷଣାନାମା ଜଗତୀକରଣ ଯୁଗରେ ଏକ ନୂଆ ଦିଶା ଦେଖାଇଛି। ଏକ ଜଟିଳ ରାଜନୈତିକ ଅଭିଯାନ ଦ୍ୱାରା ଏହା ସମ୍ଭବ ହୋଇଥିଲା ଓ ଏଥିପାଇଁ ଏକ ବିସ୍ତୃତ ସହମତି ପ୍ରକାଶ ପାଇଥିଲା।
ବିଶ୍ୱରେ ୨୦୦୮ ପରେ ନିଯୁକ୍ତି ହାର ବାର୍ଷିକ ୦.୧ ପ୍ରତିଶତ ବୃଦ୍ଧି ପାଉଛି। ଏହା ୨୦୦୦ରୁ ୨୦୦୭ ମଧ୍ୟରେ ଥିଲା ୦.୯ ପ୍ରତିଶତ। ଏବେ ସୁଦ୍ଧା ୬୦ ପ୍ରତିଶତ ଶ୍ରମିକଙ୍କ ପାଖରେ କୌଣସି ପ୍ରକାର କାମ ଉପଲବ୍ଧ ହୋଇପାରିନି। ୪୫ ପ୍ରତିଶତରୁ ସାମାନ୍ୟ ଅଧିକ ଶ୍ରମିକ ସ୍ଥାୟୀ ଓ ପୂରା ଦରମା ପାଉଛନ୍ତି ଏବଂ ଏହା ମଧ୍ୟ ହ୍ରାସ ପାଇବାରେ ଲାଗିଛି। ନିଯୁକ୍ତି ପାଇବା ଯୋଗ୍ୟ ବୟସରେ ୨୦୧୮ରେ ୨୦୧ ମିଲିୟନ ଲୋକ କାମ ପାଇ ନ ଥିବାବେଳେ ୨୦୧୯ରେ ୨୧୨ ମିଲିୟନ ଲୋକ କାମ ନ ପାଇ ରହିଛନ୍ତି। ଏଣୁ ୨୦୩୦ ସୁଦ୍ଧା ୬୦୦ ମିଲିୟନ ନିଯୁକ୍ତି ସୃଷ୍ଟି କରିବାର ଆବଶ୍ୟକତା ରହିଛି। ସାମାଜିକ ନ୍ୟାୟ ଦ୍ୱାରା ଏହା ସମ୍ଭବ ହୋଇପାରିବ। ବିଶ୍ୱରେ ୫ ଜଣରେ ଜଣେ ଶ୍ରମିକ ଏବେ ଘୋର ଦାରିଦ୍ର୍ୟ ମଧ୍ୟରେ ବଞ୍ଚୁଛନ୍ତି। ଏଣୁ ୨୦୨୦ରେ ଏହି ଦିବସର ସ୍ଲୋଗାନ୍‌ ରହିଛି ‘ ସାମାଜିକ ନ୍ୟାୟ ପାଇବା ପାଇଁ ଅସମାନତା ଦୂର କରିବା’। ଗରିବମାନେ ଅର୍ଥନୈତିକ ବିକାଶରୁ ସମାନ ଭାବେ ଲାଭ ପାଇବାରୁ ବଞ୍ଚିତ ହେଉଛନ୍ତି। ଦେଶ- ଦେଶ ଓ ମଣିଷ -ମଣିଷଙ୍କ ଭିତରେ ଥିବା ଅସମାନତା ସାମାଜିକ ଏକତା ଦୁର୍ବଳ କରିବାରେ ଲାଗିଛି। ଏହା ସେମାନଙ୍କୁ ସେମାନଙ୍କ ଅଧିକାର ପାଇବାରେ ବାଧା ସୃଷ୍ଟି କରୁଛି ଓ ଅର୍ଥନୀତି ଉପରେ ମଧ୍ୟ ବୋଝ ପାଲଟୁଛି। ଏଣୁ ଅସମାନତା ଦୂର କରି ସାମାଜିକ ନ୍ୟାୟ ପ୍ରତିଷ୍ଠା କରାଯାଇପାରିଲେ ଦାରିଦ୍ର୍ୟ ହଟିଯିବ। ତା’ ପାଇଁ ସମୟ ଏବେ ଉପନୀତ। ବିଶ୍ୱର ବିକାଶ ଓ ମାନବିକତାର ପ୍ରତିଷ୍ଠା ପାଇଁ ବିଶ୍ୱ ସମୁଦାୟ ଯନତ୍ବାନ୍‌ ହେବା ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri