ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳନ: ଏକ ସୁସ୍ଥ ଶିଶୁ ଦେଶର ଉଜ୍ଜ୍ୱଳ ଭବିଷ୍ୟତ

ନୂଆପଡା ଅଫିସ,୬ା୮: ଏକ ସୁସ୍ଥ ଶିଶୁ ସୁସ୍ଥ ନାଗରିକ ହୋଇ ଗଢିତୋଳି ହୁଅନ୍ତି । ସୁସ୍ଥ ନାଗରିକ ଦେଶର ଉଜ୍ଜ୍ୱଳ ଭବିଷ୍ୟତ । ତେଣୁ ଏକ ସୁସ୍ଥ ନାଗରିକ ଗଢିବାର ଗୁରୁଦାୟୀତ୍ୱ ମା’ମାନଙ୍କ ରହିଥାଏ । ଏହା ଏତିକି ବେଳେ ସମ୍ଭବ ହେବ ଯେତେ ବେଳେ ଶିଶୁଙ୍କୁ କଷକ୍ଷୀର ଦେଇ ବଢାଇବେ । ମଙ୍ଗଳବାର ସ୍ଥାନୀୟ ଜିଲା ମୁଖ୍ୟ ଚିକିତ୍ସାଳୟ ବୈଠକ ଗୃହରେ ଅନୁଷ୍ଠିତ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳନ କାର୍ଯ୍ୟକ୍ରମରେ ଯୋଗଦେଇ ଅତିଥିମାନେ ଏହା କହିଛନ୍ତି ।

ଜିଲା ସ୍ବାସ୍ଥ୍ୟ ବିଭାଗ ଏବଂ ସ୍ଥାନୀୟ ସ୍ବେଚ୍ଛାସେବୀ ସଙ୍ଗଠନ କଦମର ମିଳିତ ଆନୁକୂଲ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ପ୍ରଭାସିନି ବ୍ରହ୍ମା ସଭାପତିତ୍ୱ କରିଥିବାବେଳେ ଏଡିପିଏଚଓ (ଏଫଡବ୍ଲ୍ୟୁ) ଡା. ପି.କେ.ବି. ପଟ୍ଟନାୟକ, ଡା.ଜ୍ୟୋତ୍ସ୍ନାରାଣୀ ପଟ୍ଟନାୟକ, ଏପିଡୋମିଓଲଜିଷ୍ଟ ଡା. ବି. ବି. ଜଗତ, ଏଡିପିଏଚସିଓ ରୁକ୍ମଣୀ ବେହେରା, ଏଫଏସଓ ତପସ୍ବିନୀ ବେହେରା, କଦମର ସମ୍ପାଦିକା ଯାଜ୍ଞସେନୀ ମହାପାତ୍ର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭରେ ସ୍ବାସ୍ଥ୍ୟ କର୍ମୀ, ନର୍ସିଂ ଛାତ୍ରୀମାନଙ୍କ ଏକ ରାଲି ସହର ପରିକ୍ରମା କରିଥିଲା। ଏହାକୁ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବ୍ରହ୍ମା ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଶୋଭାଯାତା୍ର ସହର ପରିକ୍ରମା କରି ମା’ର ସ୍ତନ୍ୟପାନ ଉପରେ ସଚେତନତା ସୃଷ୍ଟି କରିଥିଲେ। ଏହାକୁ ରୁକ୍ମଣୀ ବେହେରା ଏବଂ ଯାଜ୍ଞସେନୀ ମହାପାତ୍ର ପରିଚାଳନା କରିଥିଲେ । ଆୟୋଜିତ ବୈଠକରେ ବକ୍ତାମାନେ ମା’ର କଷକ୍ଷୀର ପାନ ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଥିଲା । ମା’ର କ୍ଷୀର ଶିଶୁ ପାଇଁ ଏକ ମହୌଷଧୀ ଭାବେ କାମ କରିଥାଏ। ଏହା ଦ୍ୱାରା ମା’ ସୁସ୍ଥ ରହିବା ସହ ଶିଶୁ ସୁସ୍ଥ ସବଳ ହୋଇ ବଢୁଥିବାବେଳେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ଘଟିଥାଏ। ଏଥିପାଇଁ ସଚେତନତାର ଆବଶ୍ୟକତା ରହିଛି ବୋଲି କହିଥିଲେ। କାର୍ଯ୍ୟକ୍ରମକୁ ଏଡିପିଏଚସିଓ ବେହେରା ପରିଚାଳନା କରିଥିଲେ। ପରିଚାଳନାରେ ସ୍ବାସ୍ଥ୍ୟ ବିଭାଗ କର୍ମଚାରୀଙ୍କ ସମେତ କଦମର କର୍ମକର୍ତ୍ତା ପ୍ରତିଭା ହୋତା, ଗୋବିନ୍ଦ ପଟେଲ, ଅର୍ଜୁନ ବରିହା, ସ୍ନେହଲତା ନନ୍ଦ, ଅନୁପମା ମହାପାତ୍ର, ମୌସୁମୀ ପଣ୍ଡା, ମନୋରମା ସାହୁ ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri