Posted inଖେଳ

ବିଶ୍ୱ ହକି ର଼୍ୟାଙ୍କିଙ୍ଗ୍‌: ସର୍ବକାଳୀନ ଶ୍ରେଷ୍ଠ ସ୍ଥାନରେ ଭାରତ

ଲାଉସାନେ, ୩।୩(ପି.ଟି.)- ସଦ୍ୟ ପ୍ରକାଶିତ ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ର଼୍ୟାଙ୍କିଙ୍ଗ୍‌ରେ ଭାରତ ଚତୁର୍ଥ ସ୍ଥାନ ହାସଲ କରି ସର୍ବକାଳୀନ ଶ୍ରେଷ୍ଠ ସ୍ଥାନ ହାସଲ କରିଛି। ୨୦୦୩ରେ ଏଫ୍‌ଆଇଏଚ୍‌ ବିଶ୍ୱ ର଼୍ୟାଙ୍କିଙ୍ଗ୍‌ ଲାଗୁ ହେବାଠାରୁ ଭାରତ ପାଇଁ ଏହା ଶ୍ରେଷ୍ଠ ସ୍ଥାନ ବିବେଚିତ ହୋଇଛି। ଏଫ୍‌ଆଇଏଚ୍‌ ହକି ପ୍ରୋ ଲିଗ୍‌ର ଦ୍ୱିତୀୟ ସଂସ୍କରଣରେ ଦମ୍‌ଦାର ପ୍ରଦର୍ଶନ କରି ଭାରତ ପଞ୍ଚମରୁ ଉଠି ଅଲିମ୍ପିକ୍‌ ଚାମ୍ପିୟନ ଆର୍ଜେଣ୍ଟିନାକୁ ହଟାଇ ଚତୁର୍ଥ ସ୍ଥାନ ଅଧିକାର କରିଛି। ଗୋଟିଏ ସ୍ଥାନ ତଳକୁ ଖସି ଆର୍ଜେଣ୍ଟିନା ପଞ୍ଚମ ସ୍ଥାନରେ ରହିଛି। ଅନ୍ୟପଟେ ବିଶ୍ୱ ଚାମ୍ପିୟନ ବେଲଜିୟମ ଶୀର୍ଷ ସ୍ଥାନ ବଜାୟ ରଖିଛି। ଅଷ୍ଟ୍ରେଲିଆ ଦ୍ୱିତୀୟ ସ୍ଥାନରେ ରହିଥିବା ବେଳେ ନେଦରଲାଣ୍ଡ୍ସ ତୃତୀୟ ସ୍ଥାନରେ ଅପରବର୍ତ୍ତିତ ରହିଛି। ସେହିପରି ଜର୍ମାନୀ ଓ ଇଂଲଣ୍ଡ ଯଥାକ୍ରମେ ଷଷ୍ଠ ଓ ସପ୍ତମ ସ୍ଥାନ ବଜାୟ ରଖିଛନ୍ତି। ଏହି ଦୁଇ ଦଳ ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌ର ଗତ ୩ଟି ମ୍ୟାଚ୍‌ ଜିତି ନ୍ୟୁଜିଲାଣ୍ଡ ପୂର୍ବପରି ଅଷ୍ଟମ ସ୍ଥାନରେ ରହିଛି। ଗତମାସ ସ୍ପେନ ତଳକୁ ରହି ନ୍ୟୁଜିଲାଣ୍ଡ ନବମ ସ୍ଥାନରେ ରହିଥିଲା।
ମହିଳାରେ ଭାରତକୁ ନବମ ସ୍ଥାନ
ମହିଳା ର଼୍ୟାଙ୍କିଙ୍ଗ୍‌ରେ ଭାରତ ନବମ ସ୍ଥାନ ଅଧିକାର କରିଛି। ନେଦରଲାଣ୍ଡ୍ସ ଶୀର୍ଷ ସ୍ଥାନରେ ରହିଥିବା ବେଳେ ଅଷ୍ଟ୍ରେଲିଆ, ଆର୍ଜେଣ୍ଟିନା, ଜର୍ମାନୀ ଓ ଇଂଲଣ୍ଡ ଯଥାକ୍ରମେ ଦ୍ୱିତୀୟ, ତୃତୀୟ, ଚତୁର୍ଥ ଓ ପଞ୍ଚମ ସ୍ଥାନରେ ରହିଛନ୍ତି। ଉଲ୍ଲେଖଥାଉ କି, ଗତ ଜାନୁୟାରୀ ୧ ତାରିଖରେ ର଼୍ୟାଙ୍କିଙ୍ଗ୍‌ର ନୂଆ ମଡେଲ ଲାଗୁ ହୋଇଥିଲା। ପୂର୍ବରୁ ଟୁର୍ନାମେଣ୍ଟ ଉପରେ ର଼୍ୟାଙ୍କିଙ୍ଗ୍‌ ପ୍ରଣାଳୀ ପର୍ଯ୍ୟବସିତ ଥିଲା। ନୂଆ ନିୟମ ଅନୁସାରେ ମ୍ୟାଚ୍‌ ଉପରେ ଏହି ର଼୍ୟାଙ୍କିଙ୍ଗ୍‌ ପ୍ରାଣାଳୀ ନିର୍ଦ୍ଧାରିତ ହେଉଛି। ମ୍ୟାଚର ଫଳାଫଳ ଉପରେ କେତେ ପଏଣ୍ଟ ମିଳିବ ତାହା ସ୍ଥିର କରାଯାଉଛି। ମ୍ୟାଚ୍‌ର ଓ ଦଳଗୁଡିକର ଆପେକ୍ଷିକ ର଼୍ୟାଙ୍କିଙ୍ଗ୍‌କୁ ଗୁରୁତ୍ୱ ଦିଆଯିବା ପରେ ତାଲିକା ପ୍ରକାଶିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

RCBରୁ ଆସିଲା ବଡ଼ ଖବର: ବାକି ଆଇପିଏଲ ମ୍ୟାଚ ଖେଳିବେନି କୋହଲି!

ନୂଆଦିଲ୍ଲୀ,୧୩।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ସମୟରେ ପୂର୍ବତନ ଅଧିନାୟକ ବିରାଟ କୋହଲି ଆଘାତ ପାଇଥିଲେ। ଏହା IPLର ୨୦ତମ…

‘ତୁମେ ଆମ ଟିମର ସବୁଠାରୁ ବଡ଼ ପ୍ରେରଣା’, ଏମିତି କହି ରୋହିତଙ୍କୁ ଅଭିନନ୍ଦନ ଜଣାଇଲେ ହାର୍ଦ୍ଦିକ

ନୂଆଦିଲ୍ଲୀ,୧୩।୪: ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଦଳର ପୂର୍ବତନ ଅଧିନାୟକ ରୋହିତ ଶର୍ମାଙ୍କୁ ଫ୍ରାଞ୍ଚାଇଜ ସହିତ ୧୫ ବର୍ଷ ପୂରଣ କରିବା ପାଇଁ ଅଭିନନ୍ଦନ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ପତ୍ନୀ ନୁହନ୍ତି, ଏ ହେଉଛନ୍ତି ମୋର ଲକି ଚାର୍ମ; ଶତକ ମାରିବା ପରେ ଏମିତି କହି…

ଚେନ୍ନାଇ,୧୨।୪: ଚେନ୍ନାଇର ଐତିହାସିକ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ୨୦୨୬ର ୧୮ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଚେନ୍ନାଇ ସୁପର କିଙ୍ଗସର ଉଇକେଟ କିପର ବ୍ୟାଟର…

IPL 2026 ରେ ପ୍ରଥମ ବିଜୟ ପରେ ମଧ୍ୟ କାହିଁକି ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହିଲେ ଋତୁରାଜ ଗାୟକୱାଡ? ଜାଣନ୍ତୁ କିଏ ଲଗାଇଲା ଜରିମାନା

ନୂଆଦିଲ୍ଲୀ,୧୨।୪: ଶନିବାର ଅନୁଷ୍ଠିତ ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୨୩ ରନରେ ପରାସ୍ତ କରିଛି। ଏହା ଆଇପିଏଲ ୨୦୨୬ରେ ସିଏସକେର ପ୍ରଥମ ବିଜୟ;…

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri