Odisha Elections 2024

ବିଶ୍ୱ ହସ୍ତୀ ଦିବସ ପାଳିତ‘ସଚେତନତା ଦ୍ୱାରା ହାତୀଙ୍କ ସୁରକ୍ଷା ସମ୍ଭବ’

ବାରିପଦା ଅଫିସ,୧୩ା୮- ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ପକ୍ଷରୁ ସୋମବାର ବିଶ୍ୱ ହସ୍ତୀ ଦିବସ ପାଳିତ ହୋଇ ଯାଇଛି। ବାରିପଦା ବନଖଣ୍ଡ ଅଧିକାରୀ ସ୍ବୟଂ ମଲିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ପିସିସିଏଫ ସରୋଜ କୁମାର ପଟ୍ଟନାୟକ ମୁଖ୍ୟଅତିଥି ଓ ଅବସରପ୍ରାପ୍ତ ବନ ଅଧିକାରୀ ଜିତଶତ୍ରୁ ମହାନ୍ତି, ରଜନୀକାନ୍ତ ଜେନା,ସୁଲୋପାନି ଶତପଥୀ, ଧନଞ୍ଜୟ ରାଉତ, ଦିଲୀପ କୁମାର ବାରିକ ପ୍ରମୁଖ ଯୋଗଦେଇ ଲୋକଙ୍କ ଭିତରେ ସଚେତନତା ସୃଷ୍ଟି ହେଲେ ହାତୀର ସୁରକ୍ଷା ସମ୍ଭବ ବୋଲି ମତବ୍ୟକ୍ତ କରିଥିଲେ। ଏହି ଅବସରରେ ବାରିପଦା ବନଖଣ୍ଡ ଅଧୀନ ବିଭିନ୍ନ ଗ୍ରାମ୍ୟ ସୁରକ୍ଷା ସମିତିର କର୍ମକର୍ତ୍ତାମାନଙ୍କୁ ହାତୀର ସୁରକ୍ଷା ପାଇଁ କ’ଣ କ’ଣ ପଦକ୍ଷେପ ନେବାକୁ ହେବ ସେ ନେଇ ବନ ଅଧିକାରୀମାନେ ସୂଚନା ଦେଇଥିଲେ। ବିଭିନ୍ନ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ କରାଯାଇ କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ କେବଳ ନବୀନ ଇଞ୍ଜିନ ହିଁ ଚାଲିବ

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ବାରମାଇଲଠାରେ ବିଜୁ ଜନତା ଦଳ ପକ୍ଷରୁ ୩୯ ନମ୍ବର ଜୋନ୍‌ସ୍ତରୀୟ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି।...

ନିର୍ବାଚନ ମଇଦାନ ରାଜକିଶୋର-କୃଷ୍ଣଚନ୍ଦ୍ର ମୁହାଁମୁହିଁ, ପରସ୍ପରକୁ କହିଲେ…

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରେ ମୋଟ୍‌ ୧୭ ଜଣ ପ୍ରାର୍ଥୀ ମଇଦାନକୁ ଓହ୍ଲାଇ ସାରିଛନ୍ତି। ବିଜେଡିରୁ...

କାବୁ ହେଲା ବାରିପଦା ସହରକୁ ପଶି ଆସିଥିବା କଲରାପତରିଆ

ବାରିପଦା,୧୭।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହର ସ୍ଥିତ ବୁଢିଖମାରୀ ଠାରେ ଆତଂକ ଖେଳାଉଥିବା କଲରାପତରିଆ ବାଘକୁ ବନବିଭାଗ କାବୁ କରିଛି ।...

ବାରିପଦା ସହରରେ ବୁଲୁଛି ବାଘ

ବାରିପଦା,୧୭ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସହରସ୍ଥିତ ବୁଢ଼ିଖମାରୀଠାରେ କଲରାପତରିଆ ବାଘ ଆତଙ୍କ ଖେଳାଇବାରେ ଲାଗିଛି। ବାଘଟି ଏକ ସ୍କୁଲ ମଧ୍ୟରେ ପଶିଯାଇଥିବାରୁ ଧରିବା...

ବୋଲେରୋରୁ ମିଳିଲା ୨ଲକ୍ଷ ୬୪ ହଜାରରୁ ଅଧିକ ଟଙ୍କା

ବାରିପଦା,୧୨।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗରିପୋଷି ବିଧାନସଭା ନିର୍ବାଚନ ମଣ୍ଡଳୀ ଶାମାଖୁଣ୍ଟା ବ୍ଳକ ରଙ୍ଗମାଟିଆ ଛକରୁ ଏକ ବୋଲେରୋ ଗାଡିରୁ ବିପୁଳ ପରିମାଣର ଟଙ୍କା...

ଶୀତଳ ହେଲା ଶିମିଳିପାଳ

ବାରିପଦା,୧୧।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସବୁଜ ବନାନୀରେ ପରିପୂର୍ଣ୍ଣ ପ୍ରକୃତି ରାଣୀ ଶିମିଳିପାଳକୁ ପ୍ରାକୃତିକ ବର୍ଷାରୁ ସୁରକ୍ଷା ମିଳିଛି। ଶୀତଳ ହୋଇଛି ଅଭୟାରଣ୍ୟ ବନାଗ୍ନି। ଦୀର୍ଘ ୫୦ଦିନ...

ମୋରମ,ମାଟି ଚାଲାଣକାରୀ ସକ୍ରିୟ

ମୋରଡ଼ା,୧୦ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକରେ ବେଆଇନ ମାଟି ଓ଼ ମୋରମ ଚାଲାଣକାରୀ ସକ୍ରିୟ ହୋଇ ପଡ଼ିଛନ୍ତି। ସଂରକ୍ଷିତ ଜଙ୍ଗଲରୁ ମାଟି ଓ଼ ମୋରମ...

୩ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡାଦେଶ

ବାରିପଦା,୭।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ଅତିରିକ୍ତ ଜିଲା ଓ ଦୌରା ଜଜ (୧) କୋର୍ଟରେ ମଙ୍ଗଳବାର ଏକ ନରହତ୍ୟା ମାମଲାର ରାୟ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri