Posted inଖେଳ

ବିଶ୍ୱକପ ଫାଇନାଲ: ଇଂଲଣ୍ଡର ବିଜୟ ଲକ୍ଷ୍ୟ ୨୪୨

ଲର୍ଡସ, ୧୪।୭: ଐତିହାସିକ ଲର୍ଡସରେ ରବିବାର ଅନୁଷ୍ଠିତ ବିଶ୍ୱକପ ଫାଇନାଲରେ ଆୟୋଜକ ଇଂଲଣ୍ଡ ସାମ୍ନାରେ ୨୪୨ରନ୍‌ର ବିଜୟ ଲକ୍ଷ୍ୟ ରଖିଛି ନ୍ୟୁଜିଲାଣ୍ଡ। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିବା ନ୍ୟୁଜିଲ୍ୟାଣ୍ଡ ନିର୍ଦ୍ଧାରିତ ୫୦ ଓଭରରେ ୮ ଉଇକେଟ ହରାଇ ୨୪୧ ରନ କରିବାକୁ ସକ୍ଷମ ହୋଇଛି। ନ୍ୟୁଜିଲାଣ୍ଡ ପକ୍ଷରୁ ହେନରୀ ନିକୋଲ୍ସ (୫୫) ଓ ଟମ ଲାଥାମ (୪୭)ଙ୍କ ଛାଡି ଦେଲେ ଆଉ କୌଣସି ବ୍ୟାଟ୍ସମ୍ୟାନ ଭଲ ପ୍ରଦର୍ଶନ କରିପାରି ନ ଥିଲେ। ଓପନର ମାର୍ଟିନ ଗପ୍ଟିଲ ପୁଣିଥରେ ନିରାଶ କରିଥିଲେ। ସେ ୧ଂ ରନ କରି କ୍ରିସ ଓକ୍ସଙ୍କ ବଲରେ ଏଲବିଡବ୍ଲ୍ୟୁ ହୋଇଥିଲେ। ଅଧିନାୟକ କେନ ୱିଲିୟମସନ ୩୦ ରନ କରି ଆଉଟ ହୋଇଥିଲେ। ଅଭିଜ୍ଞ ରସ ଟେଲର୍‌ ମାତ୍ର ୧୫ ରନ କରି ମାର୍କ ଉଡଙ୍କ ବଲରେ ଏଲବିଡବ୍ଲ୍ୟୁ ହୋଇଥିଲେ। ଇଂଲଣ୍ଡ ପକ୍ଷରୁ ପ୍ଲଙ୍କେଟ ଓ ଓକ୍ସ ୩ଟି ଲେଖାଁଏ ଉଇକେଟ ନେଇଥିବାବେଳେ ମାର୍କ ଉଡ ଓ ଜୋଫ୍ରା ଆଚର୍ର୍‌ ଗୋଟିଏ ଉଇକେଟ ହାସଲ କରିଥିଲେ।ସୂଚନାଯୋଗ୍ୟ, ଏହି ମ୍ୟାଚରେ ଯିଏ ଜିତିବ, ସେହି ଦଳ ପ୍ରଥମଥର ପାଇଁ ବିଶ୍ୱ ବିଜେତା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପାଣିପାଗ କେନ୍ଦ୍ର କହିଲା ୩ ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୧ା୭: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ତତ୍‌ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଆଇଏମ୍‌ଡି…

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ଆଦାନୀ ସହ ବଡ଼ ଚୁକ୍ତି ସ୍ବାକ୍ଷର କଲେ ଓଡ଼ିଶା ସରକାର: ସୃଷ୍ଟି ହେବ ୫୩,୫୦୦ ନୂଆ ନିଯୁକ୍ତି

ଭୁବନେଶ୍ୱର,୨।୭: ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ଏକ ବଡ଼ ଚୁକ୍ତି ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଲୋକସେବା ଭବନରେ…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

କ୍ରାଶ ହେଲା ନୌସେନାର MH-60 ହେଲିକପ୍ଟର, ଆରବ ସାଗରରେ ଜରୁରୀକାଳୀନ ଅବତରଣ ସମୟରେ ଘଟିଲା…

ଓ୍ବାଶିଂଟନ,୨।୭: ଆରବ ସାଗରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଆମେରିକୀୟ ନୌସେନା MH-60S ସିହକ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତିନି ଜଣ କ୍ରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri