ବିଶ୍ୱକପ୍‌ରୁ ଷ୍ଟେଇନ୍‌ ଆଉଟ୍‌

ସାଉଥାମ୍ପଟନ୍‌, ୪।୬(ପି.ଟି.)- ଆଇସିସି ବିଶ୍ୱକପ୍‌ରେ ଭାରତ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଦକ୍ଷିଣ ଆଫ୍ରିକା କ୍ରିକେଟ୍‌ ଦଳକୁ ମଙ୍ଗଳବାର ଶକ୍ତ ଧକ୍କା ଲାଗିଛି। ଦଳର ପ୍ରମୁଖ ତଥା ଅଭିଜ୍ଞ ଦ୍ରୁତ ବୋଲର ଡେଲ୍‌ ଷ୍ଟେଇନ୍‌ ଆଘାତଜନିତ ସମସ୍ୟା ଲାଗି ପୂରା ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଛନ୍ତି। ପୂର୍ବରୁ କହୁଣିରେ ଆଘାତ ଲାଗିଥିବାରୁ ଷ୍ଟେଇନ ଦକ୍ଷିଣ ଆଫ୍ରିକାର ପ୍ରଥମ ଦୁଇ ବିଶ୍ୱକପ ମ୍ୟାଚ ଖେଳି ପାରି ନ ଥିଲେ। ଭାରତ ବିପକ୍ଷରେ ବୁଧବାର ଖେଳାଯିବାକୁ ଥିବା ମ୍ୟାଚ୍‌ ବେଳକୁ ସେ ସୁସ୍ଥ ହୋଇଯାଇଥିବେ ବୋଲି ଟିମ୍‌ ମ୍ୟାନେଜମେଣ୍ଟ ଆଶା ରଖିଥିଲା। କିନ୍ତୁ ସେ ସୁସ୍ଥ ହୋଇପାରି ନାହାନ୍ତି। ଫଳରେ ତାଙ୍କ ବଦଳ ଖେଳାଳି ଭାବେ ବାମହାତୀ ଦ୍ରୁତ ବୋଲର ବେଉରାନ ହେଣ୍ଡ୍ରିକ୍ସଙ୍କୁ ବିଶ୍ୱକପ୍‌ର ବଳକା ମ୍ୟାଚ୍‌ ଲାଗି ଦକ୍ଷିଣ ଆଫ୍ରିକା ଦଳରେ ସାମିଲ କରାଯାଇଛି। ‘ଆଇସିସି ପୁରୁଷ ବିଶ୍ୱକପ୍‌ର ଇଭେଣ୍ଟ ଟେକ୍‌ନିକାଲ କମିଟି ଷ୍ଟେଇନ୍‌ଙ୍କ ବଦଳ ଖେଳାଳିଭାବେ ହେଣ୍ଡ୍ରିକ୍ସଙ୍କୁ ଦଳରେ ସାମିଲ କରିବାକୁ ଅନୁମତି ଦେଇଛି ବୋଲି ଦକ୍ଷିଣ ଆଫ୍ରିକା ପକ୍ଷରୁ ଏକ ମିଡିଆ ରିଲିଜରେ କୁହାଯାଇଛି। ୩୫ ବର୍ଷୀୟ ଷ୍ଟେଇନ ଆଇପିଏଲ୍‌ର ଗତ ସଂସ୍କରଣରେ ଖେଳୁଥିବାବେଳେ କହୁଣିରେ ଆଘାତ ପାଇଥିଲେ। ସେ ବାଙ୍ଗାଲୋର ପାଇଁ କେବଳ ୨ଟି ମ୍ୟାଚ୍‌ ଖେଳିପାରିଥିଲେ। ଆଘାତ ସତ୍ତ୍ୱେ ତାଙ୍କୁ ଦକ୍ଷିଣ ଆଫ୍ରିକା ବିଶ୍ୱକପ୍‌ ଦଳରେ ସାମିଲ କରାଯାଇଥିଲା। କିନ୍ତୁ ସେ ସୁସ୍ଥ ନ ହେବାରୁ ତାଙ୍କୁ ଶେଷରେ ଦଳରୁ ବାଦ୍‌ ଦିଆଯାଇଛି। ଫଳରେ ଏହି ମହାନ ବୋଲରଙ୍କ ଅବସର ନେଇ ଏବେ ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଟି-୨୦ ବିଶ୍ୱକପ୍: ପାକିସ୍ତାନୀ ବୋଲରଙ୍କୁ ଧୂଳି ଚଟାଇଲେ ଇଶାନ କିଷାନ; ୨୭ ବଲ୍‌ରେ ବିସ୍ଫୋରକ ଅର୍ଦ୍ଧଶତକ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ମହାମୁକାବିଲାରେ ଭାରତୀୟ ଓପନର୍ ଇଶାନ କିଷାନଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ରନ୍ ବର୍ଷା। ପାକିସ୍ତାନ ବିପକ୍ଷ ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଇଶାନ ମାତ୍ର…

ଟି-୨୦ ବିଶ୍ୱକପ୍ ୨୦୨୬: ଟସ୍ ଜିତି ପାକିସ୍ତାନର ବୋଲିଂ ନିଷ୍ପତ୍ତି, ହ୍ୟାଣ୍ଡସେକ୍ ପାଇଁ ପୁଣି…

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ଗ୍ରୁପ୍-ଏ ମ୍ୟାଚରେ ପାକିସ୍ତାନ ଅଧିନାୟକ ସଲମାନ ଆଘା ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତୀୟ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri