ବିଶ୍ୱକପ୍‌ ଖେଳିବା ପ୍ରସ୍ତାବ ଦେଇଥିଲେ ଡି’ଭିଲର୍ସ

ଜୋହାନ୍ସବର୍ଗ, ୬।୬- ପୂର୍ବତନ ଦକ୍ଷିଣ ଆଫ୍ରିକୀୟ ବ୍ୟାଟ୍ସମ୍ୟାନ ଏବି ଡି’ଭିଲର୍ସ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ଚଳିତ ବିଶ୍ୱକପ୍‌ ଖେଳିବା ପାଇଁ ପ୍ରସ୍ତାବ ଦେଇଥିଲେ। ହେଲେ କ୍ରିକେଟ ଦକ୍ଷିଣ ଆଫ୍ରିକା ଏହାକୁ ପ୍ରତ୍ୟାଖ୍ୟାନ କରିଥିଲା। ଇଏସ୍‌ପିଏନ୍‌ କ୍ରିକ୍‌ଇନ୍‌ଫୋ ଅନୁଯାୟୀ ପୂର୍ବତନ ଅଧିନାୟକ ୧୫ ଜଣିଆ ଦକ୍ଷିଣ ଆଫ୍ରିକା ବିଶ୍ୱକପ୍‌ ଦଳ ଚୟନ ପୂର୍ବରୁ ବିଶ୍ୱକପ୍‌ ଖେଳିବାକୁ ଆଗ୍ରାହୀ ଥିବା ପ୍ରସ୍ତାବ ଦେଇଥିଲେ। ମିଳିଥିବା ରିପୋର୍ଟରେ ପ୍ରୋଟିଜ ଅଧିନାୟକ ଫାଫ ଡୁପ୍ଲେସି, ମୁଖ୍ୟ କୋଚ୍‌ ଓଟିସ ଗିବସନ ଓ ମୁଖ୍ୟ ଚୟନକର୍ତ୍ତା ଲିଣ୍ଡା ଜୋଣ୍ଡିଙ୍କୁ ନିଜ ଇଚ୍ଛା ସମ୍ପର୍କରେ ଡି’ଭିଲର୍ସ ଜଣାଇଥିଲେ। ତାଙ୍କ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିବାର ଦୁଇଟି କାରଣ ଥିଲା। ପ୍ରଥମଟି ହେଲା ସେ ଗତବର୍ଷ ମେ’ରେ ଅର୍ଥାତ୍‌ ବିଶ୍ୱକପ୍‌ ଖେଳାଯିବାର ଗୋଟିଏ ବର୍ଷ ପୂର୍ବରୁ ଅବସର ନେଇଥିଲେ। ଏଣୁ ଚୟନ ଲାଗି ଧାର୍ଯ୍ୟ ମାପଦଣ୍ଡ ପୂରା କରିପାରି ନ ଥିଲେ। ଏଥିରେ ଜାତୀୟ ଦଳ ପାଇଁ ଅନ୍ତର୍ଜାତୀୟ ଓ ଘରୋଇ ମ୍ୟାଚ୍‌ରେ ଅଂଶଗ୍ରହଣ କରିବା ମଧ୍ୟ ରହିଛି। ଦ୍ୱିତୀୟତଃ ୩୫ ବର୍ଷୀୟ ଖେଳାଳିଙ୍କୁ ଦଳକୁ ଡକାଇବା ଦ୍ୱାରା ତାଙ୍କ ଅନୁପସ୍ଥିତିରେ ଯେଉଁ ଖେଳାଳିମାନେ ଭଲ ପ୍ରଦର୍ଶନ କରିଛନ୍ତି, ସେମାନଙ୍କ ଲାଗି ଅନ୍ୟାୟ ହୋଇଥାନ୍ତା। ଗତ ବର୍ଷ ଅତ୍ୟନ୍ତ କ୍ଳାନ୍ତ ହୋଇସାରିଥିବା କହି ୧୪ ବର୍ଷର ଅନ୍ତର୍ଜାତୀୟ କ୍ୟାରିୟରର ଅନ୍ତ କରିଥିଲେ ଡି’ଭିଲର୍ସ। ଏବେ ଦ. ଆଫ୍ରିକା ଚଳିତ ବିଶ୍ୱକପ୍‌ରେ ପ୍ରଥମ ୩ଟି ମ୍ୟାଚ୍‌ରେ ପରାସ୍ତ ହୋଇସାରିଛି। ଫଳରେ ଦଳ ନକ୍‌ଆଉଟ୍‌ ପର୍ଯ୍ୟାୟରେ ପ୍ରବେଶ କରିବା କଷ୍ଟକର।


Enter your email to get our daily news in your inbox.

All Right Reserved By Dharitri.Com

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

କାନାଡାକୁ ବଡ଼ ଝଟ୍‌କା: ମିଳିବନାହିଁ ଆଇସିସି ପାଣ୍ଠି

ଦୁବାଇ,୧୬ା୫: ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି) ଆସନ୍ତା ୬ ମାସ ପାଇଁ କ୍ରିକେଟ କାନାଡା(ସିସି)କୁ ପରିଚାଳନାଗତ ତ୍ରୁଟି କାରଣରୁ ପାଣ୍ଠି ଯୋଗାଇବ ନାହିଁ। ଏହା କାନାଡା ଭଳି ଆସୋସିଏଟ୍‌…

‘ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବହିଷ୍କାର କରାଯାଉ’

ନୂଆଦିଲ୍ଲୀ,୧୬।୫: ଲୋକ ସଭାରେ ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶନିବାର ନିଟ (NEET) ପେପର ଲିକ୍‌ ମାମଲାକୁ ନେଇ ପ୍ରଧାନମନ୍ତ୍ରୀ…

ଆଲେନ-ରଘୁବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ଗୁଜରାଟ ଆଗରେ ୨୪୮ ରନର ବିଶାଳ ଟାର୍ଗେଟ

କୋଲକାତା,୧୬ା୫: ଚଳିତ ଆଇପିଏଲ୍‌ରେ ଶନିବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଓ ଗୁଜରାଟ ଟାଇଟନ୍ସ (ଜିଟି) ପରସ୍ପରକୁ ଭେଟିଛନ୍ତି। ଏହି କର ବା…

ପ୍ରଶ୍ନପତ୍ର ଲିକ୍‌, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି

ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍‌ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri