Posted inଖେଳ

ବିଶ୍ୱକପ୍‌ ପାଇଁ ସ୍ବତନ୍ତ୍ର ଲକେଟ୍‌ ପିନ୍ଧିଲେ ପାଣ୍ଡ୍ୟା

ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ନିଜର ନିଆରା ଲୁକ୍‌ ପାଇଁ ପ୍ରସିଦ୍ଧ। କିମ୍ବଦନ୍ତୀ ଫୁଟବଲର ନିଏମାରଙ୍କୁ ଅନୁକରଣ କରୁଥିବା ପାଣ୍ଡ୍ୟା ତାଙ୍କ ଭଳି ହେୟାର୍‌ଷ୍ଟାଇଲ୍‌ ମଧ୍ୟ କରିଛନ୍ତି। ପାଣ୍ଡ୍ୟାଙ୍କ ଆଉ ଏକ ପସନ୍ଦ ହେଉଛି ହୀରା। ଯାହାର ଖୁଲାସା କରିଛନ୍ତି ସାଥୀ ଖେଳାଳି ୟୁଜବେନ୍ଦ୍ର ଚହଲ୍‌। ଚହଲ୍‌ ଟିଭିରେ ସାକ୍ଷାତକାର ନେବା ଅବସରରେ ପାଣ୍ଡ୍ୟା ହୀରା ଉପରେ ଥିବା ତାଙ୍କ ରୁଚି ବିଷୟରେ ଉଲ୍ଲେଖ କରିଛନ୍ତି। ବିଶ୍ୱକପ୍‌ ପୂର୍ବରୁ ସ୍ବତନ୍ତ୍ର ଭାବେ ଏକ ଲକେଟ୍‌ ପ୍ରସ୍ତୁତ କରିଛନ୍ତି। ଉକ୍ତ ଲକେଟରେ ବ୍ୟାଟ୍‌-ବଲ୍‌ ରହିଛି, ଯାହା ହୀରାରେ ପ୍ରସ୍ତୁତ ହୋଇଛି। ଯେପରି କାହା ନଜର ନ ପଡିବ ସେଥି ଲାଗି ବଲରେ କଳା ରଙ୍ଗ ଦିଆଯାଇଛି। ଏହାସହ ପାଣ୍ଡ୍ୟା ବ୍ୟବହାର କରୁଥିବା ମୁଦି, ଘଣ୍ଟା ମଧ୍ୟ ହୀରାର ବୋଲି ଜଣାପଡିଛି। ନିକଟରେ ବିଶ୍ୱକପ୍‌ ଖେଳିବା ପାଇଁ ଇଂଲଣ୍ଡରେ ଥିବା ପାଣ୍ଡ୍ୟା ଜବରଦସ୍ତ ଖେଳ ମଧ୍ୟ ପ୍ରଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?