Posted inଖେଳ

ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟ: ଭାରତ-ଆଫଗାନିସ୍ତାନ ମ୍ୟାଚ ଡ୍ର

ଦୁସାମ୍ବେ (ତାଜିକିସ୍ତାନ), ୧୫ା୧୧ (ପି.ଟି.)-ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଗୁରୁବାର ଅନୁଷ୍ଠିତ ଫିଫା ବିଶ୍ୱକପ୍‌ ଯୋଗ୍ୟତା ପର୍ଯ୍ୟାୟ ମ୍ୟାଚ ୧-୧ ଗୋଲ୍‌ରେ ଅମୀମାଂସିତ ଭାବେ ଶେଷ ହୋଇଛି। ଏଥିସହିତ ୧୦୬ ର଼୍ୟାଙ୍କିଙ୍ଗପ୍ରାପ୍ତ ଭାରତ ଗ୍ରୁପ୍‌ ଇ’ରେ ୪ଟି ମ୍ୟାଚରୁ ୩ ପଏଣ୍ଟ ଅର୍ଜନ କରି ଚତୁର୍ଥ ସ୍ଥାନରେ ଅଛି। ଅନ୍ୟପକ୍ଷରେ ଆଫଗାନିସ୍ତାନ ୪ପଏଣ୍ଟ ସହ ପୂର୍ବଭଳି ତୃତୀୟ ସ୍ଥାନରେ ରହିଛି। ସ୍ଥାନୀୟ ସେଣ୍ଟ୍ରାଲ ରିପବ୍ଲିକାନ ଷ୍ଟାଡିୟମରେ ଖେଳାଯାଇଥିବା ଏହି ମ୍ୟାଚରେ ଜେଲଫାଗର ନାଜାରି (୪୫+୧ତମ ମିନିଟ୍‌) ଏକ ଗୋଲ ସ୍କୋର କରି ଆଫଗାନିସ୍ତାନକୁ ୧-୦ ରେ ଅଗ୍ରଣୀ କରାଇଥିଲେ। ଭାରତ ଦ୍ୱିତୀୟ ପରାଜୟ ଆଡକୁ ମୁହଁାଉ ଥିବାବେଳେ ସିମିନ୍‌ଲେନ୍‌ ଡଙ୍ଗେଲ ଇଞ୍ଜୁରି ଟାଇମ୍‌(୯୦+୩)ରେ ଏକ ଗୋଲ ଦେଇ ମ୍ୟାଚକୁ ବରାବର ସ୍ଥିତିକୁ ନେଇ ଆସିଥିଲେ। ପ୍ରତିଯୋଗିତାରେ ଭାରତ ଏପର୍ଯ୍ୟନ୍ତ ଗୋଟିଏ ହେଲେ ମ୍ୟାଚ ଜିତିବାରେ ସଫଳ ହୋଇ ପାରିନି। କୋଚ୍‌ ଇଗୋର ଷ୍ଟିମାକ୍‌ ବାଂଲାଦେଶ ବିପକ୍ଷରେ ଖେଳିଥିବା ଭାରତୀୟ ଦଳରେ ୩ ପରିବର୍ତ୍ତନ କରିଥିଲେ। ଆନାସ ଇଡାଥୋଡ଼ିକା, ଅନିରୁଦ୍ଧ ଥାପା ଏବଂ ମନବୀର ସିଂଙ୍କ ସ୍ଥାନରେ କୋଟାଲ, ବ୍ରାଣ୍ଡନ ଫର୍ନାଣ୍ଡିଜ ଏବଂ ପ୍ରଣୟ ହାଲ୍‌ଦାରଙ୍କୁ ଦଳରେ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ଟିମ ଇଣ୍ଡିଆରେ ବଡ଼ ଧରଣର ଅଦଳବଦଳ: ବିଦାୟ ନେଲେ ଏହି କୋଚ୍‌! ଶେଷ ହେଲା ୫ ବର୍ଷର ଯାତ୍ରା

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷରେ ଟିମ ଇଣ୍ଡିଆକୁ ଟି-20 ଏବଂ ଦିନିକିଆ ସିରିଜରେ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି। ଇଂଲଣ୍ଡ ପ୍ରଥମେ ଭାରତକୁ ଟି-20 ସିରିଜରେ ୪-୦ରେ…

ଏହି ୫ କାରଣ: ରୋହିତ ଶର୍ମାଙ୍କୁ ଅବସର ପାଇଁ କେହି କରିପାରିବେ ନାହିଁ ବାଧ୍ୟ! ଜାଣନ୍ତୁ କ’ଣ

ମୁମ୍ବାଇ,୨୧।୭: ଇଂଲଣ୍ଡ ବିପକ୍ଷ ଲଡର୍‌ସ ଦିନିକିଆରେ ୧୩୮ ରନର ଏକ ଚମତ୍କାର ଇନିଂସ ଖେଳିବା ପରେ ରୋହିତ ଶର୍ମାଙ୍କ ଅବସରକୁ ନେଇ ଚାଲିଥିବା ଚର୍ଚ୍ଚା ଏକ ନୂତନ…

‘ସେ ଦେଶ ପାଇଁ ନିଜ ଜୀବନ ଦେବେ’ – ରୋହିତ ଶର୍ମାଙ୍କ ପାଇଁ ମହମ୍ମଦ କୈଫଙ୍କ ଭାବପ୍ରବଣ Video

ନୂଆଦିଲ୍ଲୀ,୨୧।୭: ରୋହିତ ଶର୍ମାଙ୍କ ଭବିଷ୍ୟତ ସମ୍ପର୍କରେ ପ୍ରାୟତଃ ପ୍ରଶ୍ନ ଉଠିଛି। ସମ୍ପ୍ରତି ଗୁଜବ ଜୋର ଧରିଛି ଯେ ରୋହିତ ଲର୍ଡସରେ ତାଙ୍କର ଶେଷ ମ୍ୟାଚ ଖେଳିପାରନ୍ତି। ତଥାପି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri