ବିଶ୍ୱକପ୍‌ରେ ଟିମ୍‌ ଇଣ୍ଡିଆର ରେକର୍ଡ

ଲଣ୍ଡନ,୧୦।୬- ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଚଳିତ ବିଶ୍ୱକପ୍‌ରେ ଏକ ରେକର୍ଡର ଅଧିକାରୀ ହୋଇଛି। ବିଶ୍ୱକପ୍‌ ଇତିହାସରେ ଟିମ୍‌ ଇଣ୍ଡିଆ ପ୍ରଥମ ଦଳ ଭାବେ ଅଷ୍ଟ୍ରେଲିଆ ବିପକ୍ଷରେ ୩୫୦ ରନ୍‌ରୁ ଊର୍ଦ୍ଧ୍ୱ ସ୍କୋର କରିପାରିଛି। ଏଥିପୂର୍ବରୁ କୌଣସି ଦଳ ବିଶ୍ୱକପ୍‌ରେ ଅଷ୍ଟ୍ରେଲିଆ ବିପକ୍ଷରେ ୩୩୦ ରନ୍‌ ଡେଇଁପାରି ନ ଥିଲା। ଓପନର ଶିଖର ଧାଓ୍ବନ(୧୧୭)ଙ୍କ ଶତକ ଓ ଅଧିନାୟକ ବିରାଟ କୋହଲି (୮୨) ଓ ରୋହିତ ଶର୍ମା (୫୭)ଙ୍କ ଅର୍ଦ୍ଧଶତକୀୟ ଇନିଂସ ଯୋଗୁ ଟିମ୍‌ ଇଣ୍ଡିଆ ୩୫୨ ରନ୍‌ କରି ସ୍ବତନ୍ତ୍ର ବିଶ୍ୱକପ୍‌ ରେକର୍ଡର ଅଧିକାରୀ ହୋଇପାରିଛି। ଉଲ୍ଲେଖଥାଉ କି, ବିଶ୍ୱକପ୍‌ରେ ସର୍ବାଧିକ ଦଳଗତ ସ୍କୋର କରିବାର ରେକର୍ଡ ଅଷ୍ଟ୍ରେଲିଆ ନାମରେ ରହିଛି। ୨୦୧୫ ବିଶ୍ୱକପ୍‌ରେ ଆଫଗାନିସ୍ତାନ ବିପକ୍ଷରେ ଅଷ୍ଟ୍ରେଲିଆ ୬ ଉଇକେଟ ହରାଇ ୪୧୭ ରନ୍‌ କରିଥିଲା। ପୂର୍ବରୁ ୨୦୦୭ ବିଶ୍ୱକପ୍‌ରେ ବରମୁଡା ବିପକ୍ଷରେ ଭାରତ ୫ ଉଇକେଟ ହରାଇ ୪୧୩ ରନ୍‌ କରିଥିଲା, ଯାହାକି ବିଶ୍ୱକପ୍‌ରେ ଭାରତୀୟ ଦଳର ସର୍ବାଧିକ ସ୍କୋର।


Enter your email to get our daily news in your inbox.

All Right Reserved By Dharitri.Com

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri