ବିଶ୍ୱଦରବାରରେ ପରିଚିତ ହେବ ଓଡ଼ିଶା

ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ଦେଶର ବିଭିନ୍ନ ରାଜ୍ୟରେ ପୁଞ୍ଜିନିବେଶ, ପର୍ଯ୍ୟଟନର ପ୍ରଚାର ଇତ୍ୟାଦି କାର୍ଯ୍ୟକୁ ଅଧିକ ସୁସଙ୍ଗଠିତ ଢଙ୍ଗରେ କରିବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂତନ ପଦକ୍ଷେପ ନିଆଯାଇଛି। ସେହିକ୍ରମରେ ଓଡ଼ିଶା ପାଇଁ ୧୧ ଜଣ ଭାରତୀୟ ବୈଦେଶିକ ସେବା(ଆଇଏଫ୍‌ଏସ୍‌) ଅଧିକାରୀଙ୍କୁ ସ୍ବତନ୍ତ୍ର ଦାୟିତ୍ୱ ଦିଆଯାଇଛି। ଏହି ଅଧିକାରୀ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ସମନ୍ବୟ ରକ୍ଷା କରିବା ସହ ବିଶ୍ୱ ଦରବାରରେ ରାଜ୍ୟ ପାଇଁ ବିଭିନ୍ନ ସୁଯୋଗ ସୃଷ୍ଟି କରିବାରେ ସହାୟକ ହେବେ। ୧୧ କେନ୍ଦ୍ରୀୟ ଅଧିକାରୀଙ୍କ ନିଯୁକ୍ତି ସହ ରାଜ୍ୟରେ ଜଣେ ଅଧିକାରୀଙ୍କୁ ସ୍ବତନ୍ତ୍ର ନୋଡାଲ ଅଫିସର ଭାବେ ନିଯୁକ୍ତି କରାଯାଇଛି। ପୁଞ୍ଜିନିବେଶ, ଶିଳ୍ପ ଏବଂ ପର୍ଯ୍ୟଟନ ଭିତ୍ତିଭୂମି ବିକାଶ କରିବା ଏହି ଅଧିକାରୀଙ୍କ ପ୍ରମୁଖ କାର୍ଯ୍ୟ ରହିବ।
ଅଧିକାରୀମାନେ ନିୟମିତ ବ୍ୟବଧାନରେ ଓଡ଼ିଶା ଆସି ବିଭିନ୍ନ କାର୍ଯ୍ୟ ତଦାରଖ କରିବେ। ସେମାନଙ୍କ ଗସ୍ତ କାର୍ଯ୍ୟକ୍ରମ ଏବଂ ସୂଚନା ପ୍ରଦାନରେ ରାଜ୍ୟ ପ୍ରଶାସନ ସହଭାଗିତା ରହିବ। ଅନୁରୂପ ଭାବେ ଓଡ଼ିଶା ସମ୍ପର୍କିତ କୌଣସି କେନ୍ଦ୍ରୀୟ ସମୀକ୍ଷା ଏବଂ ନୀତିଗତ ବୈଠକରେ ଏହି ଅଧିକାରୀମାନେ ପ୍ରସ୍ତାବ ରଖିପାରିବେ। ସରକାରୀ ସୂତ୍ରରୁ ମିଳିଥିବା ସୂଚନାନୁଯାୟୀ, ଇପିକଲର ପରିଚାଳନା ନିର୍ଦ୍ଦେଶକ(ଏମ୍‌ଡି) ନୀତୀନ୍‌ ଭାନୁଦାସ ଜୱାଲେଙ୍କୁ ନୋଡାଲ ଅଫିସର ଭାବେ ନିଯୁକ୍ତ କରାଯାଇଛି। ଜାୱଲେ ହିଁ ସିଧାସଳଖ ଓଡ଼ିଶା ସରକାରଙ୍କ ପକ୍ଷରୁ ବୈଦେଶିକ ମନ୍ତ୍ରଣାଳୟର ଯୋଗାଯୋଗରେ ରହିବେ। ଓଡ଼ିଶା ପାଇଁ ନିଯୁକ୍ତ ହୋଇଥିବା ଆଇଏଫ୍‌ଏସ୍‌ ଅଧିକାରୀମାନେ ହେଲେ ଦିନେଶ କୁମାର ପଟ୍ଟନାୟକ, ଅଶୋକ ଦାସ, ସଞ୍ଜୟ ପଣ୍ଡା, ମାନସ ରଞ୍ଜନ ପଟେଲ, ଲକ୍ଷ୍ମୀକାନ୍ତ କୁମ୍ଭାର, ବି.ସି. ପ୍ରଧାନ, ମଦନମୋହନ ସେଠୀ, ଜିତେନ୍ଦ୍ରନାଥ ମାଝି, ମନୋଜ ମହାପାତ୍ର, ଅରୁଣ କୁମାର ସାହୁ ଏବଂ ସଞ୍ଜୟ ସୁଧୀର। ଓଡ଼ିଶାର ପର୍ଯ୍ୟଟନ, କାରୁକାର୍ଯ୍ୟ, ହସ୍ତତନ୍ତ, ବୟନଶିଳ୍ପ ଏବଂ ବୟନଶିଳ୍ପର ପ୍ରଚାର କ୍ଷେତ୍ରରେ ମଧ୍ୟ ଏହି ଅଧିକାରୀମାନଙ୍କ ଯୋଗଦାନ ରହିବ। ସାଧାରଣତଃ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍‌) ଅଧିକାରୀଙ୍କୁ ବିଭିନ୍ନ ଦାୟିତ୍ୱ ଦିଆଯାଇଥାଏ। ହେଲେ ପ୍ରଥମ ଥର ପାଇଁ ଅନ୍ୟ ସର୍ବଭାରତୀୟ ସେବା ଅଧିକାରୀଙ୍କୁ ମଧ୍ୟ ପୂର୍ବାପେକ୍ଷା ଗୁରୁତ୍ୱ ଦିଆଯାଉଛି। ୟୁପି କ୍ୟାଡରର ୧୯୯୧ ବ୍ୟାଚ୍‌ର ଭାରତୀୟ ବନ ସେବା (ଆଇଏଫ୍‌ଏସ୍‌) ଅଧିକାରୀ ଅନୁରାଧା ଭେମୁରୀଙ୍କୁ କନ୍ଧମାଳ ଜିଲା ପାଇଁ କେନ୍ଦ୍ର ସରକାରଙ୍କ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି। ଅନୁରାଧା ବର୍ତ୍ତମାନ କେନ୍ଦ୍ର ସରକାରଙ୍କ ଦକ୍ଷତା ବିକାଶ ଏବଂ ଉଦ୍ୟୋଗ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଭାବେ କାର୍ଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri