Posted inଫୁରସତ

ବିଶ୍ୱର ସବୁଠାରୁ ମହଙ୍ଗା ଜେଲ୍‌: କଏଦୀଙ୍କ ପାଇଁ ଖର୍ଚ୍ଚ ହେଉଛି ଲକ୍ଷାଧିକ ଟଙ୍କା

ଜେଲ୍‌ର ନାଁ ଶୁଣିଲେ ଆପଣା ଛାଏଁ ମନକୁ ଆସେ ସେଠାକାର ରହିବା ଓ ଖାଇବା କେମିତି ହୋଇଥିବ। ହେଲେ କ୍ୟୁବାରେ ଏମିତି ଏକ ଜେଲ୍‌ ଅଛି ଯାହାର ନାଁ ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ ନାହିଁ ବରଂ ଏଠାରେ କଏଦୀଙ୍କ ପଛରେ ଖର୍ଚ୍ଚ ହେଉଥିବା ଅର୍ଥର ପରିମାଣ ଶୁଣିଲେ ଆଶ୍ଚର୍ଯ୍ୟ ଲାଗିଥାଏ। କାରଣ ଏଠାରେ ଜଣେ କଏଦୀଙ୍କ ପଛରେ କୋଟି କୋଟି ଟଙ୍କା ଖର୍ଚ୍ଚ ହୋଇଥାଏ ବୋଲି କୁହାଯାଏ। ସେଥିପାଇଁ ଏହାକୁ ବିଶ୍ୱର ସବୁଠାରୁ ମହଙ୍ଗା ବା ଦାମୀ ଜେଲ୍‌ ବୋଲି କୁହାଯାଏ। ଏହି ଜେଲ୍‌ର ନାଁ ଗୁଅନ୍ତନମୋ ବେ ଜେଲ୍‌। ଏହାର ଏପରି ନାମକରଣ ପଛର କାରଣ ହେଲା ଏହା ଗୁଅନ୍ତନମୋ ଉପକୂଳରେ ଅବସ୍ଥିତ। ଆମେରିକାର ଏକ ଖବର କାଗଜର ରିପୋର୍ଟ ଅନୁଯାୟୀ, ଏବେ ଏଠାରେ ପ୍ରାୟ ୪୦ କଏଦୀ ଥିବା ବେଳେ ଏମାନଙ୍କ ପାଇଁ ପ୍ରତିବର୍ଷ ପାଖାପାଖି ୯୩ କୋଟି ଟଙ୍କା ଖର୍ଚ୍ଚ ହେଉଛି। ଏହି ଜେଲ୍‌ରେ ପ୍ରାୟ ୧୮ ହଜାର ସୁରକ୍ଷାକର୍ମୀ ନିୟୋଜିତ ଅଛନ୍ତି। କାରଣ ସେହି ଜେଲ୍‌ରେ ଜଣେ କଏଦୀଙ୍କ ପାଇଁ ୪୫ ସୁରକ୍ଷାକର୍ମୀ ନିଯୁକ୍ତ ଥାଆନ୍ତି। ଏହି ସୁରକ୍ଷାକର୍ମୀଙ୍କ ପାଇଁ ପ୍ରତିବର୍ଷ ପାଖାପାଖି ୩ହଜାର ୯ଶହ କୋଟି ଟଙ୍କା ଖର୍ଚ୍ଚ ହୋଇଥାଏ। ହେଲେ କାହିଁକି ଏଠାରେ କଏଦୀଙ୍କ ପାଇଁ ଏତେ ପରିମାଣର ଅର୍ଥ ଖର୍ଚ୍ଚ ହେଉଛି ବୋଲି ମନରେ ପ୍ରଶ୍ନ ଉଠିପାରେ। ଅସଲ କଥା ହେଲା ଏହି ଜେଲ୍‌ରେ ସବୁଠାରୁ ବଡ ଅପରାଧୀ ରହିଛନ୍ତି। ଗଣମାଧ୍ୟମର ସୂଚନା ମୁତାବକ ୯/୧୧ ଆକ୍ରମଣର ମାଷ୍ଟର ମାଇଣ୍ଡ ଖାଲିଦ ଶେଖ ମହମ୍ମଦ ମଧ୍ୟ ଏହି ଜେଲ୍‌ରେ ରହୁଛନ୍ତି। ଏହି ଜେଲ୍‌ରେ ୩ଟି ବଡ ବଡ କୋଠା, ୨ ଗୁପ୍ତ ମୁଖ୍ୟାଳୟ ଓ ୩ ହସ୍ପିଟାଲ ରହିଛି। ଏହାସହ ଓକିଲଙ୍କ ପାଇଁ ଏଠାରେ ଅଲଗା ଅଲଗା କମ୍ପାଉଣ୍ଡ ତିଆରି କରାଯାଇଛି ଯେଉଁଠାରେ କଏଦୀମାନେ ସେମାନଙ୍କ ସହ କଥା ହୋଇପାରିବେ। ଏହାସହ ଚର୍ଚ୍ଚ, ସିନେମା ଘର, ଜିମ୍‌ ଓ ପ୍ଲେ ଷ୍ଟେଶନ ଭଳି ସୁବିଧା ମଧ୍ୟ ରହିଛି। ପ୍ରଥମେ ଗୁଅନ୍ତନମୋ ଆମେରିକା ନୌ ସେନା ବେସ୍‌ ଥିଲା ପରେ ଏହାକୁ ଜେଲ୍‌ କରି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ଫାଇନାନ୍ସ କମ୍ପାନୀ ମ୍ୟାନେଜରଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗ: ସୁନା ଚେନ୍‌ ଛଡାଇ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଆଙ୍କୋରଡ଼ା ଗାଁ ନିକଟରେ ଥିବା କ୍ରସର ୟୁନିଟରୁ ପଶ୍ଚିମବଙ୍ଗ କୋଲକତାସ୍ଥିତ ସିଭିଲ କୋର୍ଟଙ୍କ ଆଦେଶ କ୍ରମେ କୋବେଲକୋ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଯୁଦ୍ଧ ଭିତରେ ଆମେରିକାରେ ରାଷ୍ଟ୍ରପତି ପଦ ଛାଡିବେ ଟ୍ରମ୍ପ? ନିଜେ କହିଦେଲେ…

ଓ଼୍ବାଶିଂଟନ,୭।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଆସିଛି। ସେ ଦାବି କରିଛନ୍ତି ଯେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri