Posted inଫୁରସତ

ବିଶ୍ୱର ସବୁଠାରୁ ମହଙ୍ଗା ଜେଲ୍‌: ବର୍ଷକୁ କଏଦୀଙ୍କ ପିଛା ଖର୍ଚ୍ଚହୁଏ ୯୩ କୋଟି

ଜେଲ କଥା ଉଠିବା ମାତ୍ରେ ମନରେ ଅନେକ ପ୍ରକାର କଥା ଆସିଥାଏ। ଅର୍ଥାତ୍‌ ସେଠାର ସୁରକ୍ଷା ବ୍ୟବସ୍ଥା, କଏଦୀଙ୍କ ଖାଇବାପିଇବା ଆଦି। ମାତ୍ର କ୍ୟୁବାରେ ଏପରି ଏକ ଜେଲ ରହିଛି ଯାହାକି ସବୁଠାରୁ ଭିନ୍ନ। ଏହାର ନାମ ରଖାଯାଇଛି ‘ଗୁଆଣ୍ଟାନମୋ ବେ’ ଜେଲ। ଏଠାରେ ଜଣେ ଦୋଷୀ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ ହୋଇଥାଏ। ଏଥିପାଇଁ ଉକ୍ତ ଜେଲକୁ ବିଶ୍ୱର ସବୁଠାରୁ ମହଙ୍ଗା ଜେଲ ବୋଲି ମଧ୍ୟ କୁହାଯାଏ। ଏହା ଗୁଆଣ୍ଟାନମୋ ସମୁଦ୍ର ତଟରେ ଥିବାରୁ ଏହାର ଏପରି ନାମକରଣ ହୋଇଛି। ଏକ ରିପୋର୍ଟ ଅନୁଯାୟୀ, ବର୍ତ୍ତମାନ ଏହି ଜେଲରେ ୪୦ଜଣ କଏଦୀ ଅଛନ୍ତି। ବର୍ଷକୁ ଜଣେ କଏଦୀ ପିଛା ୯୩ କୋଟି ଟଙ୍କା ଖର୍ଚ୍ଚ ହୋଇଥାଏ। ଜେଲରେ ୧୮୦୦ ସୁରକ୍ଷାକର୍ମୀ ଜଗିରହିଛନ୍ତି। ପ୍ରତି କଏଦୀଙ୍କ ପାଇଁ ୪୫ ସୁରକ୍ଷାକର୍ମୀ ନିୟୋଜିତ ରହିଛନ୍ତି। ଜେଲର ସୁରକ୍ଷା ବ୍ୟବସ୍ଥା ନିମନ୍ତେ ନିୟୋଜିତ ସୁରକ୍ଷାକର୍ମୀଙ୍କ ପାଇଁ ବର୍ଷକୁ ୩୯୦୦ କୋଟି ଟଙ୍କା ଖର୍ଚ୍ଚ ହୋଇଥାଏ। ତେବେ ଏଠାରେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ରଖାଯାଇଥାଏ। ରିପୋର୍ଟ ଅନୁସାରେ, ୯/୧୧ ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ଖାଲିଦ ଶେଖ ମହମ୍ମଦ ଏହି ଜେଲରେ ଅଛନ୍ତି।
ଏହା ୩ ମହଲା ବିଶିଷ୍ଟ। ପ୍ରଥମ ୨ ମହଲା ଇଣ୍ଟଲିଜେନ୍ସି ହେଡ୍‌କ୍ୱାର୍ଟର ହୋଇଥିବା ବେଳେ ଏବଂ ତୃତୀୟ ମହଲାଟି ଚିକିତ୍ସାଳୟ। ଏହା ବ୍ୟତୀତ ଓକିଲଙ୍କ ପାଇଁ ଏଠାରେ ଭିନ୍ନ ଭିନ୍ନ କୋଠରୀ ରହିଛି, ଯେଉଁଠାରେ କଏଦୀମାନେ ସେମାନଙ୍କ ସହ କଥା ହୋଇପାରିବେ। ଏଠାରେ ଷ୍ଟାଫ୍‌ କଏଦୀଙ୍କ ପାଇଁ ଚର୍ଚ୍ଚ ଏବଂ ସିନେମା ଦେଖିବାର ବ୍ୟବସ୍ଥା ରହିଥିବା ବେଳେ ଅନ୍ୟ କଏଦୀଙ୍କ ପାଇଁ ଜିମ୍‌ ଏବଂ ପ୍ଲେ ଷ୍ଟେଶନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri