Posted inଖେଳ

ବିଶ୍ୱର ସର୍ବବୃହତ କ୍ରିକେଟ ଷ୍ଟାଡିୟମକୁ ଉଦ୍‌ଘାଟନ କରିବେ ଡୋନାଲ୍ଡ ଟ୍ରମ୍ପ

ଅହମଦାବାଦ୍‌,୧୩।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆଗାମୀ ୨୪ ଓ ୨୫ ତାରିଖରେ ଭାରତ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଟ୍ରମ୍ପଙ୍କ ସମ୍ମାନାର୍ଥେ ଗୁଜରାଟର ଅହମ୍ମଦାବାଦଠାରେ ‘କେମ ଛୋ ଟ୍ରମ୍ପ’ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ହ୍ୟୁଷ୍ଟନରେ ‘ହାଓଡି ମୋଦି’ ଶୈଳୀରେ ‘କେମ ଛୋ ଟ୍ରମ୍ପ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏହାସହ ଟ୍ରମ୍ପ ସ୍ଥାନୀୟ ମୋଟେରାଠାରେ ପୁନନିର୍ମିତ ସର୍ଦ୍ଦାର ପଟେଲ ଷ୍ଟାଡିୟମକୁ ଉଦ୍‌ଘାଟନ କରିବେ। ଏହି କାର୍ଯ୍ୟକ୍ରମରେ ୧ଲକ୍ଷ ୨୫ହଜାର ଜନତା ଉପସ୍ଥିତ ରହିବା ବ୍ୟବସ୍ଥା କରାଯାଇଛି। ପୂର୍ବରୁ ମୋଟେରା ଷ୍ଟାଡିୟମରେ ୫୩ହଜାର ଦର୍ଶକ ବସିବା କ୍ଷମତା ରହିଥିଲା। ଏବେ ଏହାକୁ ୧୦୦ନିୟୁତ ଡଲାର ବ୍ୟୟରେ ବିଶ୍ବର ସର୍ବବୃହତ୍‌ ଷ୍ଟାଡିୟମ ଭାବେ ନିର୍ମାଣ କରାଯାଇଛି। ଏହାର କ୍ଷମତା ୧ଲକ୍ଷ ୨୫ହଜାର ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି।
୨୦୧୭ରେ ଏହାର କାର୍ଯ୍ୟ ଆରମ୍ଭ ହୋଇଥିଲା। ଏହାର ଆକାର ପ୍ରାୟତଃ ଇଂଲଣ୍ଡର ଓଭାଲ ଗ୍ରାଉଣ୍ଡ ଭଳି ହୋଇଛି। ବାଉଣ୍ଡାରି ୧୭୦ ମିଟର। ଏଠାରେ ମୋଟ ୧୧ ପିଚ ରହିଛି। ଗତ ୩ ଦଶନ୍ଧିରେ ମୋଟେରା ଗ୍ରାଉଣ୍ଡରେ ଭାରତୀୟ ଦଳର ବହୁ ସ୍ମରଣୀୟ ସ୍ମୃତି ରହିଛି। ୧୯୮୭ରେ ସୁନୀଲ ଗାଭାସ୍କର ଏଠାରେ ଟେଷ୍ଟ କ୍ୟାରିୟରରେ ୧୦ ହଜାର ରନ ପୂରଣ କରିବା ସହ ୧୯୯୩ରେ ରିଚାର୍ଡ ହାର୍ଡଲିଙ୍କୁ ଅତିକ୍ରମ କରି କପିଲ ଦେବ ୪୩୪ ଉଇକେଟ, ୧୯୯୯ରେ ସଚିନ ତେନ୍ଦୁଲକରଙ୍କ ପ୍ରଥମ ଦ୍ୱିଶତକ ଓ ୨୦୧୧ ବିଶ୍ୱକପରେ ଅଷ୍ଟ୍ରେଲିଆ ବିପକ୍ଷ କ୍ୱାର୍ଟର ଫାଇନାଲ ବିଜୟ ଭଳି ଅଭୁଲା ସ୍ମୃତି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri