ବିଶ୍ୱରେ ୯୦ ହଜାରରୁ ଊର୍ଦ୍ଧ୍ୱ ସ୍ବାସ୍ଥ୍ୟକର୍ମୀ କରୋନା ସଂକ୍ରମିତ !

ଓ୍ବାଶିଂଟନ,୭।୫: ଗତ ସପ୍ତାହରେ ସାରା ବିଶ୍ୱରେ କରୋନା ସଂକ୍ରମିତଙ୍କ ସଂଖ୍ୟା ସାମନ୍ୟ କମ୍‌ ହୋଇଥିବା ବେଳେ ଏବେ ପୁଣିଥରେ ଏହି ସଂଖ୍ୟାରେ ବୃଦ୍ଧି ପରିଲକ୍ଷିତ ହୋଇଛି। ବୁଧବାର ସାରା ବିଶ୍ୱରେ ୯୪,୦୦୦ରୁ ଉର୍ଦ୍ଧ୍ୱ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବା ବେଳେ ବିଶ୍ୱରେ ସଂକ୍ରମିତଙ୍କ ସଂଖ୍ୟା ୩୮,୧୮,୮୦୦ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୬,୮୦୦ଲୋକଙ୍କ ମୃତ୍ୟୁ ହେବା ପରେ ଏହି ସଂଖ୍ୟା ୨,୬୪,୮୦୦ ଅତିକ୍ରମ କରିଛି। ଏଥର ମଧ୍ୟ ଆମେରିକାରେ ସବୁଠାରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଛି। ଅନ୍ୟପଟେ ରୁଷ, ବ୍ରାଜିଲ, ଭାରତ ଓ ପେରୁ କରୋନାର ହଟ୍‌ସ୍ପଟ ପାଲଟି ଯାଇଛନ୍ତି। ଇଣ୍ଟରନ୍ୟାଶନାଲ କାଉନସିଲ ଅଫ୍‌ ନର୍ସେସର ରିପୋର୍ଟରୁ ଜଣାପଡିଛି କି ବିଶ୍ୱରେ ଏପର୍ଯ୍ୟନ୍ତ ୯୦ ହଜାରରୁ ଊର୍ଦ୍ଧ୍ୱ ସ୍ବାସ୍ଥ୍ୟକର୍ମୀ କରୋନାରେ ସଂକ୍ରମିତ ହୋଇସାରିଲେଣି। ବାସ୍ତବିକ ଭାବେ ଏହି ସଂଖ୍ୟା ଦୁଇଗୁଣ ହୋଇପାରେ ବୋଲି କୁହାଯାଉଛି। ଏମାନଙ୍କ ମଧ୍ୟରୁ ପାଖାପାଖି ୨୬୦ରୁ ଊର୍ଦ୍ଧ୍ୱ ନର୍ସଙ୍କର ମୃତ୍ୟୁ ହୋଇଥିବା ଆକଳନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଗୋଟିଏ ଘୋଷଣାରେ ଖସିଲା ଅଶୋଧିତ ତେଲ ମୂଲ୍ୟ, ଜାଣନ୍ତୁ ନୂଆ ଦାମ୍‌

ଓ୍ବାଶିଂଟନ୍‌,୮।୪: ୮ ଏପ୍ରିଲରେ ଅଶୋଧିତ ତୈଳ ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ସମ୍ଭାବ୍ୟ ବୋମା ବିସ୍ଫୋରଣକୁ ଦୁଇ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଯୁଦ୍ଧବିରତି ଘୋଷଣା କଲେ ଟ୍ରମ୍ପ: ହର୍ମୁଜ ପ୍ରଣାଳୀ ଖୋଲିବାକୁ ରାଜି ହେଲା ଇରାନ, ବିଶ୍ୱବାସୀଙ୍କ ପାଇଁ ଖୁସିଖବର

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୁଦ୍ଧବିରତି ଘୋଷଣା କରିଛନ୍ତି। ଟ୍ରମ୍ପ ଘୋଷଣା କରିଛନ୍ତି ଯେ ଆମେରିକା ଇରାନ ସହିତ ଦୁଇ…

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri