Posted inଖେଳ

ବିଶ୍ୱରେକର୍ଡ ଭାଙ୍ଗିଲେ ଅଷ୍ଟ୍ରେଲୀୟ ରୋୟର

ସିଡ୍‌ନୀ, ୧୬ା୪ (ଏଏଫ୍‌ପି)-ଦେଶରେ କୋଭିଡ୍‌-୧୯ ଲକ୍‌ଡାଉନ୍‌ ଚାଲିଥିବାବେଳେ ଅଷ୍ଟ୍ରେଲିଆର ଜଣେ ରୋୟର ଇନ୍‌ଡୋର୍‌ ହାଫ୍‌ ମାରାଥନରେ ବିଶ୍ୱ ରେକର୍ଡ ଭଙ୍ଗ କରିଛନ୍ତି। ଅଷ୍ଟ୍ରେଲିଆ ଦଳର ଅନ୍ୟମାନଙ୍କ ଭଳି ଜର୍ଜି ରୋଓ୍ବି ସିଡ୍‌ନୀସ୍ଥିତ ବାସଗୃହରେ ଟ୍ରେନିଂ ଜାରି ରଖିଛନ୍ତି। ଚଳିତବର୍ଷ ଜାପାନରେ ଟୋକିଓ ଅଲିମ୍ପିକ୍ସ ଆୟୋଜିତ ହୋଇ ନ ପାରିବାରୁ ତାଙ୍କ ମନ ଭାରି ଦୁଃଖ। ୨୭ ବର୍ଷୀୟା ରୋଓ୍ବି ଏକ କନସେପ୍ଟ-୨ ରୋଇଂ ମେଶିିନ୍‌ରେ ଅଭ୍ୟାସ କରୁଛନ୍ତି। ଏହି ମେଶିନ ଦ୍ୱାରା ଜଣେ ଆଥଲେଟଙ୍କ ବେଗ ଓ ଦୂରତା ମାପି ହୋଇଥାଏ। ରୋଓ୍ବି ୨୧, ୦୯୭ ମିଟର ଦୂରତାକୁ ୧ ଘଣ୍ଟା, ୧୯ ମିନିଟ୍‌ ୨୮.୪ ସେକେଣ୍ଡ ଟାଇମିଂରେ କଭର କରିଥିଲେ। ଏହାଦ୍ୱାରା ହେଭିଓ୍ବେଟ୍‌ ମହିଳା ହାଫ୍‌ ମାରାଥନରେ ୫ ବର୍ଷ ପୂର୍ବେ ଆମେରିକୀୟ ରୋୟର ଇସ୍‌ଥର ଲୋଫ୍‌ଗ୍ରେନ୍‌ଙ୍କ ପ୍ରତିଷ୍ଠିତ ରେକର୍ଡକୁ ସେ ଭଙ୍ଗ କରିଦେଇଛନ୍ତି। ଲୋଫ୍‌ଗ୍ରେନ୍‌ଙ୍କଠାରୁ ସେ ୪୦ ସେକେଣ୍ଡ ଆଗୁଆ ରେସ୍‌ ଶେଷ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶୁଭମନ ଗିଲ ଏବଂ ଚୟନକର୍ତ୍ତାଙ୍କ ମଧ୍ୟରେ ହୋଇଥିଲାବଡ଼ ଚୁକ୍ତି, ଅଧିନାୟକ ଭାବରେ ଫେରିବେ ଓପନର, ହେଲେ କିଏ ଥିଲେ ଏହାର ମଧ୍ୟସ୍ଥି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟର ପାୱାର କରିଡରରେ ପୁଣି ଥରେ ଏକ ବଡ଼ ହଇଚଇ ସୃଷ୍ଟି ହୋଇଛି। ଶୁବମନ ଗିଲଙ୍କ ନାମ ଅଧିନାୟକତ୍ୱ, ରାଜନୀତି ଏବଂ ବିଶ୍ୱସନୀୟତାର...

ଏହି କ୍ରିକେଟର୍‌ଙ୍କ ଜୀବନକୁ ବିପଦ: କିଣିଲେ ବୁଲେଟପ୍ରୁଫ କାର

ନୂଆଦିଲ୍ଲୀ,୨୨।୧୨: ତାଲିବାନ ଶାସିତ ଆଫଗାନିସ୍ତାନରେ ରଶିଦ ଖାନ ସୁରକ୍ଷିତ ଅନୁଭବ କରନ୍ତି ନାହିଁ। ସେ କେଭିନ ପିଟରସନଙ୍କ ସହିତ ଏକ ସାକ୍ଷାତକାରରେ ଏହା ପ୍ରକାଶ କରିଛନ୍ତି।...

ପାକିସ୍ତାନୀଙ୍କୁ ଔକାତ୍‌ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ, ରାଗିଗଲେ ନକ୍‌ଭି, ICC ନିକଟରେ କରିବେ ଅଭିଯୋଗ

ନୂଆଦିଲ୍ଲୀ,୨୩।୧୨: ପାକିସ୍ତାନ ୧୯ ବର୍ଷରୁ କମ୍‌ ଏସିଆ କପ ଫାଇନାଲରେ ଭାରତ ବିପକ୍ଷରେ ବିଜୟୀ ହୋଇଛି। ରବିବାର ମ୍ୟାଚ ସମୟରେ ଦଳର ପରାମର୍ଶଦାତା ସରଫରାଜ ଅହମ୍ମଦ...

ପାକିସ୍ତାନଠାରୁ ହାରିବା ପରେ ଜବାବ ମାଗିଲା BCCI

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ପାକିସ୍ତାନଠାରୁ ଭାରତର ୧୯ ବର୍ଷରୁ କମ ଫାଇନାଲ ପରାଜୟରେ ଅସନ୍ତୁଷ୍ଟ ଥିବା ଜଣାପଡ଼ିଛି। ଟୁର୍ଣ୍ଣାମେଣ୍ଟରେ ଉପବିଜେତା ପାଇଁ...

ଟାର୍ଗେଟରେ କ୍ରିକେଟରଙ୍କ ପରିବାର, ପତ୍ନୀ ପିଲାଙ୍କୁ ମିଳିଲା ହତ୍ୟା ଧମକ

ସିଡ଼ନୀ,୨୩।୧୨: ଡିସେମ୍ବର ୧୪ରେ ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚରେ ଘଟିଥିବା ଭୟଙ୍କର ଗଣ ଗୁଳିକାଣ୍ଡ ସମଗ୍ର ଦେଶକୁ ଚକିତ କରିଦେଇଥିଲା। ପ୍ରାୟ ୩୦ ବର୍ଷ ମଧ୍ୟରେ...

ଟି-୨୦ ବିଶ୍ୱକପ ପରେ ବଦଳିବେ ଅଧିନାୟକ! ସୂର୍ଯ୍ୟକୁମାରଙ୍କ ପରେ ଏହି ୩ ଖେଳାଳିଙ୍କ ମଧ୍ୟରୁ ଜଣଙ୍କୁ ମିଳିପାରେ ଦାୟିତ୍ୱ

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟ ଦଳ ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ୨୦୨୬ ଟି୨୦ ବିଶ୍ୱକପ ଖେଳିବ। କିନ୍ତୁ, ତାଙ୍କ ଚୟନ ପରଠାରୁ, ଏହି ଟୁର୍ନାମେଣ୍ଟ ଅଧିନାୟକ ଭାବରେ...

ପ୍ରଥମ ପତ୍ନୀଙ୍କ ପରଲୋକର ୭ ବର୍ଷ ପରେ ବିବାହ କଲେ ଏହି କ୍ରିକେଟର, ଦ୍ୱିତୀୟ ପତ୍ନୀଙ୍କ ବୟସ ଜାଣିଲେ…

ଲଣ୍ଡନ,୨୩।୧୨: ଫୁସଫୁସ କର୍କଟ ରୋଗରେ ପ୍ରଥମ ପତ୍ନୀଙ୍କ ମୃତ୍ୟୁର ପ୍ରାୟ ସାତ ବର୍ଷ ପରେ, ପୂର୍ବତନ ଇଂଲଣ୍ଡ ଅଧିନାୟକ ଆଣ୍ଡ୍ରୁ ଷ୍ଟ୍ରସ ପୁନଃବିବାହ କରିଛନ୍ତି। ଷ୍ଟ୍ରସ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri