ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟର ପୁରସ୍କାର ରାଶି

ବହୁଦିନର ପ୍ରତୀକ୍ଷା ପରେ କ୍ରିକେଟର ମହାକୁମ୍ଭ ଆଇସିସି ବିଶ୍ୱକପ୍‌ ଗୁରୁବାରଠାରୁ ଆରମ୍ଭ ହୋଇଯାଇଛି। ପ୍ରତି ୪ ବର୍ଷରେ ଥରେ ଅନୁଷ୍ଠିତ ହେଉଥିବା ଏହି ମେଗା ଇଭେଣ୍ଟ ବିଶ୍ୱର ଲୋକପ୍ରିୟ କ୍ରୀଡ଼ା ମଧ୍ୟରୁ ଅନ୍ୟତମ। ତେବେ ବିଶ୍ୱକପ୍‌ର ମୋଟ୍‌ ପୁରସ୍କାର ରାଶି ଉପରେ ନଜର ପକାଇଲେ ଏହା ବିଶ୍ୱର ଅନ୍ୟ କ୍ରୀଡ଼ା ପ୍ରତିଯୋଗିତାଠାରୁ ପଛରେ ରହିବା ଏକପ୍ରକାର ନିଃଶ୍ଚିତ। ଚଳିତ କ୍ରିକେଟ ବିଶ୍ୱକପ୍‌ର ମୋଟ୍‌ ପୁରସ୍କାର ରାଶି ୧୦ ମିଲିୟନ ଆମେରିକୀୟ ଡଲାର ରହିଛି, ଯାହାକି ଭାରତୀୟ ମୁଦ୍ରାରେ ପାଖାପାଖି ୬୯.୮ କୋଟି ଟଙ୍କା ହେବ। ୪୬ ଦିନ ଧରି ଖେଳାଯିବାକୁ ଥିବା ଏହି ଟୁର୍ନାମେଣ୍ଟର ଚାମ୍ପିୟନ ଓ ରନର୍ସଅପ୍‌ ଦଳକୁ ଯଥାକ୍ରମେ ୪ (ଭାରତୀୟ ମୁଦ୍ରାରେ ୨୭.୯ କୋଟି) ଓ ୨ (ଭାରତୀୟ ମୁଦ୍ରାରେ ୧୩.୯ କୋଟି)ମିଲିୟନ ଡଲାର ପ୍ରଦାନ କରାଯିବ। ସେହିଭଳି ସେମିଫାଇନାଲରେ ପରାସ୍ତ ହୋଇଥିବା ଦଳ ୮ ଲକ୍ଷ ଡଲାର (ଭାରତୀୟ ମୁଦ୍ରାରେ ୫.୫୯ କୋଟି) ପାଇବେ। କିନ୍ତୁ ଯଦି ଆମେ ଅନ୍ୟ ବିଶ୍ୱସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାର ପୁରସ୍କାର ରାଶି ସହିତ ତୁଳନା କରିବା ଆଇସିସି ବିଶ୍ୱକପ୍‌ର ଦିଆଯାଉଥିବା ଅର୍ଥରାଶି ବହୁ ପଛରେ ରହିବ। ଫିଫା ବିଶ୍ୱକପ୍‌, ଗ୍ରାଣ୍ଡସ୍ଲାମ ଟେନିସ ପ୍ରତିଯୋଗିତା ଗୁଡ଼ିକରେ ଏହାଠାରୁ ଢେର ଅଧିକ ଅର୍ଥରାଶି ପ୍ରଦାନ କରାଯାଇଥାଏ। ୨୦୧୮ ଫିଫା ବିଶ୍ୱକପ୍‌ରେ ୪୦୦ ମିଲିୟନ ଆମେରିକୀୟ ଡଲାର (ଭାରତୀୟ ମୁଦ୍ରାରେ ୨,୭୯୫ କୋଟି ପାଖାପାଖି) ପୁରସ୍କାର ରାଶି ଆକାରରେ ପ୍ରଦାନ କରାଯାଇଥିଲା। ସେହିଭଳି ଗଲ୍ଫ ଟୁର୍ନାମେଣ୍ଟ ଫେଡେକ୍ସ କପ୍‌ରେ ୭୦ ମିଲିୟନ ଡଲାର, ୟୁଏସ୍‌ ଓପନ୍‌ରେ ୫୩ ମିଲିୟନ ଓ ପ୍ୟାରିସଠାରେ ବର୍ତ୍ତମାନ ଚାଲିଥିବା ଫ୍ରେଞ୍ଚ୍‌ ଓପନ୍‌ରେ ମୋଟ୍‌ ୪୮ ମିଲିୟନ ଡଲାର ଅର୍ଥରାଶି ରଖାଯାଇଛି। ନିମ୍ନରେ ସାରଣୀରେ ଏହା ଦର୍ଶାଗଲା…


Enter your email to get our daily news in your inbox.

All Right Reserved By Dharitri.Com

ଏହିଦିନ ଭାରତ-ପାକିସ୍ତାନ ସେମିଫାଇନାଲ ମୁକାବିଲା: କେବେ, କେଉଁଠି ଦେଖିବେ ମ୍ୟାଚ ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସରେ ଏବେ ଭାରତ ଓ ପାକିସ୍ତାନର ହକି ଟିମ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଉଭୟ ଦଳ ମଧ୍ୟରେ ଏହି ମୁକାବିଲା ସିଧାସଳଖ ଫାଇନାଲ ଟିକେଟ…

ମହିଳା ୨୫ ମି. ପିସ୍ତଲରେ ଇଶାଙ୍କୁ ରୌପ୍ୟ, ନିରାଶ କଲେ ମନୁ

ନାଗୋୟା,୨୮ା୯: ଭାରତୀୟ ଶୁଟର ଇଶା ସିଂ ମହିଳା ୨୫ ମି. ପିସ୍ତଲ ବ୍ୟକ୍ତିଗତ ଇଭେଣ୍ଟରେ ରୌପ୍ୟ ପଦକ ଜିତିଛନ୍ତି। ଚଳିତ ଏସିଆନ ଗେମ୍ସରେ ଶୁଟିଂ ପ୍ରତିଯୋଗିତାରେ ଏହା…

ଟ୍ରକ୍‌ ଡ୍ରାଇଭରଙ୍କ ଝିଅ ରଚିଲେ ଇତିହାସ: ଏସିଆନ ଗେମ୍‌ରେ ଭାଙ୍ଗିଲେ ୪୨ ବର୍ଷର ରେକର୍ଡ

ନୂଆଦିଲ୍ଲୀ,୨୮।୯: ଏସିଆନ ଗେମ୍ସ ୨୦୨୬ରେ ତାମିଲନାଡୁର ଆଥଲେଟ ବିଥ୍ୟା ରାମରାଜ ନିଜ ନାଁରେ କରିଛନ୍ତି ଏକ ବଡ଼ ରେକର୍ଡ। ମହିଳା ୪୦୦ ମିଟର ହର୍ଡଲ୍ସରେ ସେ ୫୪.୭୫…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

ବିଶ୍ୱକପରେ ସବୁଠୁ ଅଧିକ ଛକା ଏହି ଖେଳାଳିଙ୍କ ନାଁରେ, ଜାଣନ୍ତୁ ଟପ୍‌ ୫ରେ କିଏ କିଏ…

ନୂଆଦିଲ୍ଲୀ,୨୮।୯: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ବିଶ୍ୱର ବିଭିନ୍ନ କ୍ରିକେଟ ଦଳ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଭାରତୀୟ ଦଳ ମଧ୍ୟ ଏକ ଶକ୍ତିଶାଳୀ ଟିମ ଗଠନ…

ବସ୍‌ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO

ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

ଷ୍ଟାଡିୟମରୁ ଚୋରି ହୋଇଗଲା ଭାରତୀୟ ଖେଳାଳିଙ୍କ ଦାମୀ ବ୍ୟାଟ୍! ଭିଡିଓ କରି କହିଲେ…

ନୂଆଦିଲ୍ଲୀ,୨୮ା୯: ଭାରତୀୟ କ୍ରିକେଟର ଦୀପକ ଚହରଙ୍କ ୩ଟି କ୍ରିକେଟ୍‌ ବ୍ୟାଟ୍‌ ଗ୍ରାଉଣ୍ଡରୁ ଚୋରି ହୋଇଥିବା ଜଣାପଡ଼ିଛି । ଚୋରି ହୋଇଥିବା ବ୍ୟାଟ୍‌ଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ଦେଢ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?