ବିଶ୍ୱସ୍ତରୀୟ ହେବ ରାୟଗଡ଼ା ଷ୍ଟେଶନ

ରାୟଗଡ଼ା ଅଫିସ, ୨୫ା୭: ରାୟଗଡ଼ା ରେଳଷ୍ଟେଶନ ହେବ ବିଶ୍ୱସ୍ତରୀୟ। ଆସନ୍ତା ସେପ୍ଟେମ୍ବରରେ ଏଥିନିମନ୍ତେ କାର୍ଯ୍ୟ ଆରମ୍ଭ ହେବ। ସେପ୍ଟେମ୍ବର ଶେଷ ସୁଦ୍ଧା ଆଇଏସ୍‌ଓ-୧୪୦୦୧ ସାର୍ଟିଫିକେଟ ହସ୍ତଗତ ହେବା ପରେ ଏହା ଆଗକୁ ଗଡ଼ିବ। ତେବେ ସାର୍ଟିଫିକେଟ ପ୍ରଦାନ ପାଇଁ ବୁଧବାର ରେଳ ବିଭାଗ ତରଫରୁ ଦୁଇ ଜଣିଆ ଟିମ୍‌ ଷ୍ଟେଶନ ଅନୁଧ୍ୟାନ କରିଛନ୍ତି। ପୂର୍ବତଟ ରେଳପଥର ୬ଟି ରେଳଷ୍ଟେଶନକୁ ବିଶ୍ୱସ୍ତରୀୟ କରିବା ନିମନ୍ତେ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ସେହି ତାଲିକାରେ ରହିଛି ରାୟଗଡ଼ା। ନିକଟରେ ରାୟଗଡ଼ା ରେଳଷ୍ଟେଶନ ଡିଭିଜନର ମାନ୍ୟତା ପାଇଛି। ତେଣୁ ପ୍ରଥମେ ବିଶ୍ୱସ୍ତରୀୟ କାର୍ଯ୍ୟ ରାୟଗଡ଼ାରୁ ଆରମ୍ଭ କରିବା ନିମନ୍ତେ ଆଇଏସ୍‌ଓ ସଂସ୍ଥାର ଏସ୍‌.କେ. ବିଦ୍ୟାର୍ଥୀ ଓ ଓ୍ବାଇ. କେ. ପ୍ରସାଦ ରାୟଗଡ଼ା ଆସି ଅନୁଧ୍ୟାନ କରିବା ସହ କ୍ଷେତ୍ର ପରିଦର୍ଶନ କରିଛନ୍ତି। ମୁଖ୍ୟତଃ ଷ୍ଟେଶନର ପରିବେଶ ପ୍ରତି ପ୍ରାଥମିକତା ଦେଇଛନ୍ତି ଏହି ଟିମ୍‌। ଷ୍ଟେଶନ ଚତୁଃପାର୍ଶ୍ୱକୁ ସବୁଜ କରିବା ସହ ସଫେଇ ପ୍ରତି ଅଧିକ ଗୁରୁତ୍ୱ ଦିଆଯାଇଛି। ଯାତ୍ରୀମାନଙ୍କ ପାଇଁ ପାନୀୟ ଜଳ, ବିଶ୍ରାମକକ୍ଷ ଓ ଶୁଦ୍ଧ ବାତାବରଣ ପ୍ରତିଷ୍ଠା ନିମନ୍ତେ କାର୍ଯ୍ୟ କରିବାକୁ ରେଳ ବିଭାଗକୁ ପରାମର୍ଶ ଦିଆଯାଇଛିି। ଆସନ୍ତା ସେପ୍ଟେମ୍ବର ସୁଦ୍ଧା ଆଇଏସ୍‌ଓ ସାର୍ଟିଫିକେଟ ପ୍ରଦାନ ପରେ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ ବୋଲି ଟିମ୍‌ ମୁଖ୍ୟ ବିଦ୍ୟାର୍ଥୀ କହିଛନ୍ତି। ସେହିଭଳି ବିନା ଟିକେଟରେ ପ୍ଲାର୍ଟଫର୍ମ ଭିତରକୁ ପ୍ରବେଶ କରି ଯାତ୍ରୀଙ୍କୁ ଅସୁବିଧାରେ ପକାଉଥିବା ବ୍ୟକ୍ତିଙ୍କ ଉପରେ ରୋକ ଲଗାଇବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଯେଉଁସବୁ ତ୍ରୁଟି ରହିଛି, ତାହା ସଂଶୋଧନ କଲେ ନିଶ୍ଚିତ ଭାବେ ରାୟଗଡ଼ା ଏକ ବିଶ୍ୱସ୍ତରୀୟ ଷ୍ଟେଶନ ହୋପାରିବ ବୋଲି ଏହି ଟମ୍‌ ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି। ରାୟଗଡ଼ା ଷ୍ଟେଶନର ସମସ୍ତ ପ୍ଲାଟ୍‌ଫର୍ମକୁ ଯାଇ ସୁବିଧା ଓ ଅସୁବିଧା ଅନୁଧ୍ୟାନ କରିଥିଲେ। ତେବେ ଏହି ସମୟରେ ରାୟଗଡ଼ାଠାରେ ଆଉ ଏକ ପ୍ଲାଟ୍‌ଫର୍ମର ଆବଶ୍ୟକତା ଥିବା ଟିମ୍‌ ସଦସ୍ୟମାନେ ହୃଦ୍‌ବୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଙ୍ଘର୍ଷ: ପି.ପିତାମ୍ବର ଦୋରା, ତାଙ୍କ ସହଯୋଗୀ ମାନଙ୍କୁ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଭୁଡୁକି ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୋଷ୍ଠୀ ସଙ୍ଘର୍ଷ ଘଟିଛି। ଏନେଇ ଉଭୟ ଗୋଷ୍ଠୀ ପାଟପୁର ଥାନାରେ…

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri