ବିଷାକ୍ତ ଛତୁ ଖାଇ ୧୨ ଅସୁସ୍ଥ

ଠାକୁରମୁଣ୍ଡା,୫ା୫(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଧୀନ ମହୁଲଡିହା ଓ ଚମ୍ପାଝର ପଞ୍ଚାୟତର ଗିରିବେଡ଼ା ଗ୍ରାମରେ ମଙ୍ଗଳବାର ବିଷାକ୍ତ ଛତୁ ଖାଇ ୪ଟି ପରିବାରର ୧୨ ଜଣ ଅସୁସ୍ଥ ହୋଇ ପଡ଼ିଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ବେଳେ ଅବସ୍ଥା ଗୁରୁତର ହେବାରୁ ୫ ଜଣକୁ ଉପଖଣ୍ଡ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।
ସୂଚନା ଅନୁଯାୟୀ, ମହୁଲଡିହା ଗ୍ରାମର ୩ ଟି ପରିବାରର ସଦସ୍ୟ ନିକଟସ୍ଥ ଜଙ୍ଗଲରେ ଫୁଟିଥିବା ଛତୁକୁ ଆଣି ଘରେ ରୋଷେଇ କରି ଖାଇଥିଲେ। ଛତୁ ଖାଇବାର ପ୍ରାୟ ୧ ଘଣ୍ଟା ପରେ ସମସ୍ତଙ୍କ ମୁଣ୍ଡ ବୁଲାଇବା ସହ ବାନ୍ତି ହୋଇଥିଲା। ପରେ ଅସୁସ୍ଥମାନଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଥିଲା। ଗୁରୁତର ଅସୁସ୍ଥ ଘାସ ନାଏକ, ସୁକାନ୍ତି ନାଏକ, ଦାଦନ ନାଏକ, ଗୀତ ନାଏକ,ସୁରିଆ ସିଧୁଙ୍କୁ କରଞ୍ଜିଆ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ପଠାଯାଇଛି। ଅନ୍ୟ ଜଣେ ବୃଦ୍ଧା ଲେମ୍ବୁ ଦେଇ ଠାକୁରମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି।
ସେହିପରି ଗିରିବେଡା ଗ୍ରାମର ମହେନ୍ଦ୍ର ନାଏକ, ତାଙ୍କ ସ୍ତ୍ରୀ ସୁଲୋଚନା, ଝିଅ ରେବତୀ ଓ ପ୍ରଭାତୀ,ପୁଅ ନବୀନ ଏବଂ ଚନ୍ଦ୍ର ଛତୁ ଖାଇ ଅସୁସ୍ଥ ହୋଇ ପଡ଼ିଛନ୍ତି। ସାରେ ୧୦୮ ଆମ୍ବୁଲାନ୍ସ ଯୋଗେ ସେମାନଙ୍କୁ ଠାକୁରମୁଣ୍ଡା ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଛି। ଉଲ୍ଲେଖଯୋଗ୍ୟ ଯେ,ଗତ ୩ ତାରିଖରେ ଠାକୁରମୁଣ୍ଡା ନିକଟ ଚମକପୁର ଗ୍ରାମରେ ବିଷାକ୍ତ ଛତୁ ଖାଇ ୧୦ ଜଣ ଅସୁସ୍ଥ ହୋଇ ପଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର

ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର…

ଆଲିଆବାଦ ସ୍କୁଲରେ ଶିକ୍ଷକ ଅଭାବ: ୪୮ ଛାତ୍ରଛାତ୍ରୀଙ୍କ ପାଇଁ ମାତ୍ର ଜଣେ ଶିକ୍ଷୟିତ୍ରୀ

ଗଞ୍ଜାମ, ୩୧/୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ଆଲିଆବାଦ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ଅଭିଭାବକ ଓ ସ୍କୁଲ ପରିଚାଳନା କମିଟି…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ନର୍ଲା ବିଧାୟିକା: ୩୦୦ ପରିବାରଙ୍କୁ ଦେଲେ…

କେସିଙ୍ଗା, ୩୧।୭ (ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ଜୁଲାଇ ମାସର ଶେଷ ସପ୍ତାହରେ ହୋଇଥିବା ଲଗାଣ ବର୍ଷା ଯୋଗୁ ବେଲଖଣ୍ଡି ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

ହାଣ୍ଡିଶାଳକୁ ମହଙ୍ଗା ମାଡ଼: ବର୍ଷା ଋତୁରେ ଆକାଶଛୁଆଁ ପନିପରିବା ଦର

ଲାଞ୍ଜିଗଡ, ୩୧/୭ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ଶିଳ୍ପାଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ବର୍ଷା ଋତୁରେ ପନିପରିବା ଦର ଆକାଶଛୁଆଁ ହୋଇଛି। ଏହାର ପ୍ରଭାବ…

୨୭୪ ଛାତ୍ରୀଛାତ୍ରଙ୍କ ଲାଗି ୩ ଶିକ୍ଷକ, ଅନ୍ଧାରରେ ଭବିଷ୍ୟତ

ଖଜୁରିପଡ଼ା, ୩୧ା୭ (ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଦୂତିମେଣ୍ଡି ପଞ୍ଚାୟତର ଲମ୍ବାଗୁଡ଼ରି ସରକାରୀ ଆଶ୍ରମ ବିଦ୍ୟାଳୟରେ ଶିକ୍ଷକ ଅଭାବ ଦେଖା ଦେଇଛି। ରାଜ୍ୟ…

Assam Floods: ବନ୍ୟାର ତାଣ୍ଡବ: ମୃତ୍ୟୁ ସଂଖ୍ୟା ୮୦କୁ ବୃଦ୍ଧି ପାଇଛି

ଗୁଆହାଟି,୩୧।୭: ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି, ଯେତେବେଳେ ଆଠଟି ଜିଲ୍ଲାର ୨.୧୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି; ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।…

ପାରମ୍ପରିକ ବ୍ରହ୍ମପୁର ପାଟବସ୍ତ୍ର ପ୍ରଦର୍ଶନ ଉତ୍ସବର ସ୍ମରଣିକା ‘ଲାବଣ୍ୟ’ ଉନ୍ମୋଚିତ

ଛତ୍ରପୁର, ୩୧।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଜ୍ୟରେ ପ୍ରଥମ ଥର ପାଇଁ ବ୍ରହ୍ମପୁର ପାଟବୁଣାକାରଙ୍କୁ ସମର୍ପିତ ତଥା ପାରମ୍ପରିକ ପାଟବସ୍ତ୍ରରେ ନିର୍ମିତ ବିଭିନ୍ନ ପୋଷାକର ପ୍ରଦର୍ଶନୀ ଉତ୍ସବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri