Posted inଖେଳ

ବିସିସିଆଇ କେନ୍ଦ୍ରୀୟ ଚୁକ୍ତିରୁ ଧୋନୀ ବାଦ୍‌

ନୂଆଦିଲ୍ଲୀ, ୧୬।୧ (ପି.ଟି.)- ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏହାର ବାର୍ଷିକ କେନ୍ଦ୍ରୀୟ ଚୁକ୍ତି ତାଲିକାରୁ ଗୁରୁବାର ମହେନ୍ଦ୍ର ସିଂ ଧୋନୀଙ୍କ ନାମକୁ ବାଦ୍‌ ଦେଇଛି। ଫଳରେ ଭାରତୀୟ କ୍ରିକେଟ୍‌ ଦଳର ଅନ୍ୟତମ ସଫଳ ଅଧିନାୟକ ରହିଥିବା ଧୋନୀଙ୍କ ଭବିଷ୍ୟତକୁ ନେଇ ବେଶ୍‌ କିଛିଦିନ ହେବ ଲାଗି ରହିଥିବା କଳ୍ପନା ଜଳ୍ପନା ପୁଣିଥରେ ଉଜ୍ଜୀବିତ୍‌ ହୋଇଉଠିଛି।
ପକ୍ଷରୁ ୨୦୧୯ ଅକ୍ଟୋବରରୁ ୨୦୨୦ ସେପ୍ଟେମ୍ବର ପର୍ଯ୍ୟନ୍ତ କେନ୍ଦ୍ରୀୟ ଖେଳାଳି ଚୁକ୍ତି ତାଲିକା ପ୍ରକାଶ ପାଇଛି। ପୂର୍ବରୁ ଧୋନୀ ‘ଏ’ କାଟେଗୋରୀରେ ରହିଥିଲେ। ଏଥିରେ ଜଣେ ଖେଳାଳିଙ୍କୁ ବର୍ଷକୁ ୫ କୋଟି ଟଙ୍କା ପ୍ରଦାନ କରାଯାଇଥାଏ। ତେବେ ଧୋନୀ ଶେଷଥର ପାଇଁ ଗତବର୍ଷ ଆଇସିସି ବିଶ୍ୱକପ୍‌ ସେମିଫାଇନାଲରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳିଥିଲେ। ଏହାପରଠାରୁ ସେ କ୍ରିକେଟ୍‌ରୁ ଦୂରେଇ ରହିଛନ୍ତି। ଏହି କାରଣରୁ ଧୋନୀଙ୍କୁ କେନ୍ଦ୍ରୀୟ ଚୁକ୍ତିରୁ ବାଦ୍‌ ଦିଆଯିବାକୁ ନେଇ ଅନେକ ପୂର୍ବତନ କ୍ରିକେଟର୍‌ ଆଶ୍ଚର୍ଯ୍ୟପ୍ରକଟ କରିନାହାନ୍ତି। ଧୋନୀ ଏକଦିବସୀୟ କ୍ରିକେଟରୁ ଅବସର ନେଇ ପାରନ୍ତି ବୋଲି ମୁଖ୍ୟକୋଚ୍‌ ରବି ଶାସ୍ତ୍ରୀ ନିକଟରେ ସଙ୍କେତ ଦେଇଥିଲେ। ଅଧିନାୟକ ବିରାଟ କୋହଲିଙ୍କ ସମେତ ରୋହିତ୍‌ ଶର୍ମା ଓ ଦ୍ରୁତ ବୋଲର ଯଶପ୍ରୀତ୍‌ ବୁମ୍‌ରା ସର୍ବୋଚ୍ଚ କାଟେଗୋରୀ ‘+ଏ’ରେ ରହିଛନ୍ତି। ଏହି କାଟାଗୋରୀର ଖେଳାଳି ବର୍ଷକୁ ବିସିସିଆଇ ନିକଟରୁ ୭ କୋଟି ଟଙ୍କା ପାଇଥାନ୍ତି। ସେହିଭଳି ଉଦୀୟମାନ ବ୍ୟାଟ୍ସମ୍ୟାନ ଲୋକେଶ ରାହୁଲ ‘ବି’ ରୁ ‘ଏ’ କାଟେଗୋରୀକୁ ଉଠିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷରେ ଟେଷ୍ଟ ପଦାର୍ପଣ କରି ଦମ୍‌ଦାର ବ୍ୟାଟିଂ ପ୍ରଦର୍ଶନ ଜାରି ରଖିଥିବା ଓପନର୍‌ ମୟଙ୍କ ଅଗ୍ରଓ୍ବାଲଙ୍କୁ ‘ବି’ କାଟେଗୋରୀରେ ସାମିଲ କରାଯାଇଛି। ଏଥିରେ ଖେଳାଳିଙ୍କୁ ୩ କୋଟି ଟଙ୍କା ମିଳିଥାଏ। ଦ୍ରୁତ ବୋଲର ନବଦୀପ ସଇନି, ଓ୍ବାଶିଂଟନ ସୁନ୍ଦର ପ୍ରଥମଥର ଲାଗି କେନ୍ଦ୍ରୀୟ ଚୁକ୍ତିରେ ସାମିଲ ହୋଇଛନ୍ତି। ଉଭୟ ଶ୍ରେୟାସ ଆୟାର, ଦୀପକ ଚହର ଓ ଶାର୍ଦ୍ଦୁଳ ଠାକୁରଙ୍କ ସହ ଗ୍ରେଡ-ସି’ରେ ରହିଛନ୍ତି। ଏ ସମସ୍ତେ ଏକ କୋଟି ଲେଖାଏ ପାଇବେ। ତେବେ ଅମ୍ବାତି ରାୟୁଡୁ ଓ ଦୀନେଶ କାର୍ତ୍ତିକ କେନ୍ଦ୍ରୀୟ ଚୁକ୍ତି ତାଲିକାରୁ ବାଦ୍‌ ପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରିୟଙ୍କା ଗାନ୍ଧୀଙ୍କ ବୋହୂ ଅଭିଭାଙ୍କ ସମ୍ପତ୍ତି କେତେ? ଏମିତି କରନ୍ତି ମୋଟା ଅଙ୍କର ରୋଜଗାର

ନୂଆଦିଲ୍ଲୀ,୩୦।୧୨: ଦେଶର ପ୍ରମୁଖ ରାଜନୈତିକ ପରିବାର ମଧ୍ୟରୁ ଗୋଟିଏ ଗାନ୍ଧୀ-ଭଦ୍ରା ପରିବାର ଖୁବ ଶୀଘ୍ର ବିବାହ ଘୋଷଣା କରିବାକୁ ଯାଉଛନ୍ତି। ପ୍ରସ୍ତୁତି ଚାଲିଛି, ଏବଂ ବିବାହ...

ଶିଶୁୁତ୍ରକୁ ଜନ୍ମ ଦେଇ ଆଖିବୁଜିଦେଲେ ମା’: ହସ୍ପିଟାଲରେ ତାଲାମାରି ଚମ୍ପଟ ମାରିଲେ…

ଧର୍ମଶାଳା,୩୦।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁରର ମେଡିକାଲ ଛକ ନିକଟରେ ଏକ ଘରୋଇ ମେଡିକାଲ ସାମ୍ନାରେ ପ୍ରସବ ପାଇଁ ଆସିଥିବା ପ୍ରସୂତିଙ୍କ ମୃତ୍ୟୁ ଘଟିଛି। ଚିକିତ୍ସାରେ ଅବହେଳା...

କେମିତି ରହିବ ୨୦୨୬ରେ ଶନିଙ୍କ ଚାଲି? ଏସବୁ ରାଶି ରହିବେ ସତର୍କ, ଖରାପ ଟାଇମ୍‌ ଆରମ୍ଭ…

ହିନ୍ଦୁ ଧର୍ମ ଏବଂ ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ କର୍ମର ଦାତା ଏବଂ ନ୍ୟାୟର ଦେବତା ଭାବରେ ବିବେଚନା କରାଯାଏ। ତାଙ୍କୁ ନଅଟି ଗ୍ରହ ମଧ୍ୟରେ...

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri