Posted inଖେଳ

ବିସିସିଆଇ ନିକଟରେ ରୋହିତ-କୋହଲି ଫାଟ୍‌

ଲଣ୍ଡନ,୧୪।୭- ୨୦୧୯ ବିଶ୍ୱକପ୍‌ ସେମିଫାଇନାଲରୁ ବାଦ୍‌ ପଡ଼ିବା ପରେ ଭାରତୀୟ ଦଳରେ ସୃଷ୍ଟି ହୋଇଥିବା ଫାଟ୍‌ ସମ୍ପର୍କରେ ପ୍ରବଳ ଆଲୋଚନା ଚାଲିଛି। ଭାରତୀୟ ଦଳ ବହୁଳ ଭାବେ ଅଧିନାୟକ ବିରାଟ କୋହଲି ଓ ଉପ ଅଧିନାୟକ ରୋହିତ ଶର୍ମାଙ୍କ ଉପରେ ନିର୍ଭରଶୀଳ। ଏହା ଦର୍ଶାଉଛି ବିଶ୍ୱକପ୍‌ରେ ଭାରତୀୟ ଦଳର ଅଭିଯାନ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଦଳର ନେତୃତ୍ୱକୁ ନେଇ ବିବାଦ ଚାଲିଥିବା ସମ୍ପର୍କରେ ମଧ୍ୟ ଆଲୋଚନା କରିବ। ବୋର୍ଡର ଜଣେ ସଦସ୍ୟ କହିଛନ୍ତି, ଗୋଟିଏ ଟୁର୍ନାମେଣ୍ଟ ଶେଷ ହେବା ପରେ ତୁରନ୍ତ ପରବର୍ତ୍ତୀ ଇଭେଣ୍ଟ ଲାଗି ପ୍ରସ୍ତୁତ ହେବା ବଡ଼ ଦଳର ପରିଚୟ। ଏଣୁ ଭାରତୀୟ ଦଳକୁ ୨୦୨୦ରେ ଅଷ୍ଟ୍ରେଲିଆରେ ହେବାକୁ ଥିବା ଟି୨୦ ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ। ରୋହିତ ଶର୍ମାଙ୍କୁ ଦିନିକିଆ ଦଳର ନେତୃତ୍ୱ ଦିଆଯିବା ମଧ୍ୟ ଏକ ବିକଳ୍ପ। କୋହଲି ଟେଷ୍ଟ ଓ ଟି୨୦ ଦଳର ନେତୃତ୍ୱ ସମ୍ଭାଳିବେ। ରୋହିତଙ୍କୁ ବଡ଼ ଦାୟିତ୍ୱ ଦେବା ଲାଗି ଏହା ଉପଯୁକ୍ତ ସମୟ। ବର୍ତ୍ତମାନ ଦଳର ଅଧିନାୟକ ଓ ମ୍ୟାନେଜମେଣ୍ଟକୁ ସମର୍ଥନ ରହିଛି। କିନ୍ତୁ ୨୦୨୩ ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି ଯୋଜନା ପ୍ରସ୍ତୁତ କରିବାକୁ ପଡ଼ିବ। କିନ୍ତୁ ବିନୋଦ ରାଇ କହିଛନ୍ତି, ରିଭ୍ୟୁ ବୈଠକରେ ଭାରତୀୟ ଦଳର ପ୍ରଦର୍ଶନକୁ ମୂଲ୍ୟାଙ୍କନ କରାଯିବ। ଆଉ କିଛି ବିବାଦ ସମ୍ପର୍କରେ ମଧ୍ୟ ଆଲୋଚନା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri