Posted inଖେଳ

ବିସିସିଆଇ ନିର୍ବାଚନ: ମଧ୍ୟପ୍ରଦେଶ, ଛତିଶଗଡ଼, କର୍ନାଟକ ନିର୍ଦ୍ଦେଶ ପାଳନ କରିବେ

ନୂଆଦିଲ୍ଲୀ, ୧୪ା୯ (ପି.ଟି.)-ଶେଷରେ ଛତିଶଗଡ଼, କର୍ନାଟକ ଏବଂ ମଧ୍ୟ ପ୍ରଦେଶ ରାଜ୍ୟ କ୍ରିକେଟ ଆସୋସିଏଶନ ପ୍ରଶାସକ କମିଟି (ସିଓଏ)ର ନିର୍ଦ୍ଦେଶ ଅନୁସାରେ ସେମାନଙ୍କ ସମ୍ବିଧାନ ସଂଶୋଧନ କରିବା ଲାଗି ନିଷ୍ପତ୍ତି ନେଇଛନ୍ତି। ଫଳରେ କେବଳ ୪ଟି ରାଜ୍ୟ ବାକି ରହିଲେ, ଯେଉଁମାନେ ଏପର୍ଯ୍ୟନ୍ତ ଲୋଧା କମିଟିର ସୁପାରିସ ଅନୁସାରେ ସମ୍ବିଧାନ ସଂଶୋଧନ କରିନାହାନ୍ତି। ଅକ୍ଟୋବର ୨୨ରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ନିର୍ବାଚନ କରାଯିବା ଲାଗି ସ୍ଥିର ହୋଇଥିବାରୁ ଏହା ପୂର୍ବରୁ ନୂଆ ସମ୍ବିଧାନ ଅନୁସାରେ ରାଜ୍ୟ ଆସୋସିଏଶନଗୁଡ଼ିକର ନିର୍ବାଚନ ହେବା ଜରୁରୀ। ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ପ୍ରଶାସକ କମିଟି ଏଥିଲାଗି ସେପ୍ଟେମ୍ବର ୨୮ ସମୟସୀମା ଧାର୍ଯ୍ୟ କରିଛନ୍ତି। ଲୋଧା କମିଟି ସୁପାରିସ ଉପରେ ବହୁ ରାଜ୍ୟ ଆସୋସିଏଶନ ବିଭିନ୍ନ ପ୍ରସଙ୍ଗ ଉପରେ ପ୍ରଶ୍ନ ଉଠାଇଥିଲେ ଏବଂ ସେ ସବୁର ଜବାବ ଚାହିଁଥିଲେ। ତାହାର ଉତ୍ତର ମଧ୍ୟ ଦିଆଯାଇଥିଲା। ସିଓଏ ମୁଖ୍ୟ ବିନୋଦ ରୟ କହିଛନ୍ତି, ଶୁକ୍ରବାର କର୍ନାଟକ, ଛତିଶଗଡ଼ ଏବଂ ମଧ୍ୟପ୍ରଦେଶ ଆମ ନିକଟକୁ ଆସି ଆଲୋଚନା କରିଛନ୍ତି। ସେମାନେ ନୂଆ ସମ୍ବିଧାନ ଗଠନ ସହ ନିର୍ବାଚନ କରାଇବାକୁ ରାଜି ହୋଇଛନ୍ତି। ଫଳରେ ଲୋଧା କମିଟି ସୁପାରିସକୁ ପାଳନ କରିବା ଲାଗି ଏପର୍ଯ୍ୟନ୍ତ ରାଜି ନ ଥିବା ରାଜ୍ୟ ଆସୋସିଏଶନ ସଂଖ୍ୟା ଏବେ ୪କୁ ଖସିଆସିଛି। ଏହି ରାଜ୍ୟଗୁଡ଼ିକ ହେଲେ ହରିୟାଣା, ତାମିଲନାଡୁ, ଉତ୍ତରାଖଣ୍ଡ ଓ ଅରୁଣାଚଳ ପ୍ରଦେଶ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ସିରିଜ୍‌ ବିଜୟ ଲକ୍ଷ୍ୟରେ ଭାରତ, ପୁଣି କୋହଲିଙ୍କ ଉପରେ ପ୍ରଶଂସକଙ୍କ ନଜର

ଗୁଆହାଟୀ,୨୯ା୯: ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବୁଧବାର ଚଳିତ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ଖେଳାଯିବ। ପ୍ରଥମ ମ୍ୟାଚ୍‌କୁ ବିରାଟ କୋହଲି ଓ ଶୁବମନ ଗିଲ୍‌ଙ୍କ ଶତକ ବଳରେ ଅତି…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

ଭାଙ୍ଗିଗଲା ସମସ୍ତ ରେକର୍ଡ; ରାଙ୍କିଙ୍ଗରେ ନୂଆ ଇତିହାସ ରଚିଲେ ଭାରତୀୟ ବୋଲର

ନୂଆଦିଲ୍ଲୀ,୨୯।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର୍‌ ସ୍ପିନର୍‌ ଶ୍ରୀ ଚରଣୀ ଇତିହାସ ସୃଷ୍ଟି କରିଛନ୍ତି। ମଙ୍ଗଳବାର (ସେପ୍ଟେମ୍ବର ୨୯) ପ୍ରକାଶିତ ସର୍ବଶେଷ ଟି-୨୦ ମାନ୍ୟତାରେ, ସେ…

ପାକିସ୍ତାନ ସହ ଏହି ଦିନ ସେମି-ଫାଇନାଲ ଖେଳିବ ଭାରତ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ନୋଟ କରି ନିଅନ୍ତୁ

ନୂଆଦିଲ୍ଲୀ,୨୯।୯: ୨୦୨୬ ଏସୀୟ କ୍ରୀଡ଼ାର କ୍ରିକେଟ ପ୍ରତିଯୋଗିତା ବର୍ତ୍ତମାନ ସୁଦ୍ଧା କେବଳ ମାନ୍ୟତା (ରାଙ୍କିଙ୍ଗ) ଆଧାରରେ ଆଗକୁ ବଢ଼ିଛି। ଭାରତ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ବାଂଲାଦେଶ ଏପର୍ଯ୍ୟନ୍ତ…

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

ଶେଷ ହେବ ଅପେକ୍ଷା, ଏହିଦିନ ଘୋଷଣା ହେବ 2027 ODI World Cupର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୯।୯: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ କ୍ରିକେଟ ସାଉଥ ଆଫ୍ରିକା (CSA) ଗୁରୁବାର କେପ ଟାଉନରେ ୨୦୨୭ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି କାର୍ଯ୍ୟକ୍ରମ…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍‌ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ

ଢାକା,୨୯।୯: କ୍ରିକେଟ୍‌ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?