Posted inଖେଳ

ବିସିସିଆଇ ପୁରସ୍କାର: ଆକର୍ଷଣରେ ବୁମ୍‌ରା

ମୁମ୍ବାଇ, ୧୩।୧(ପି.ଟି.)- ୨୦୧୮-୧୯ ସିଜନରେ ଚମତ୍କାର ପ୍ରଦର୍ଶନର ପୁରସ୍କାର ପାଇଛନ୍ତି ଭାରତୀୟ ଦ୍ରୁତ ବୋଲର ଯଶପ୍ରୀତ ବୁମ୍‌ରା। ରବିବାର ବିସିସିଆଇ ବାର୍ଷିକ ପୁରସ୍କାର ପ୍ରଦାନ ଉତ୍ସବରେ ସେ ସମ୍ମାନଜନକ ପଲି ଉମ୍ରିଗର ଓ ଦିଲୀପ ସରଦେଶାଇ ପୁରସ୍କାର ହାସଲ କରିଛନ୍ତି। ଶ୍ରେଷ୍ଠ ପୁରୁଷ ଅନ୍ତର୍ଜାତୀୟ କ୍ରିକେଟରଭାବେ ସେ ପଲି ଉମ୍ରିଗର ପୁରସ୍କାର ଭାବରେ ୧୫ ଲକ୍ଷ ଟଙ୍କା ପାଇଛନ୍ତି। ସେହିପରି ସର୍ବାଧିକ ଉଇକେଟ ହାସଲକାରୀଭାବେ ସେ ଦିଲୀପ ସରଦେଶାଇ ପୁରସ୍କାର ଜିତିଛନ୍ତି। ସେ ୬ଟି ମ୍ୟାଚରେ ୩୪ଟି ଉଇକେଟ ହାସଲ କରିଥିଲେ। ଏହା ମଧ୍ୟରେ ୩ ଥର ୫ ଉଇକେଟ ସଫଳତା ରହିଥିଲା। ୮ ମ୍ୟାଚରେ ୩ ଶତକ ଓ ୨ ଅର୍ଦ୍ଧଶତକ ସହ ୬୭୭ ରନ କରିଥିବା ଚେତେଶ୍ୱର ପୂଜାରା ମଧ୍ୟ ଦିଲୀପ ସରଦେଶାଇ ପୁରସ୍କାର ପାଇଛନ୍ତି। ପୂର୍ବତନ ଭାରତୀୟ ଅଧିନାୟକ କ୍ରିଷ୍ଣାମାଚାରୀ ଶ୍ରୀକାନ୍ତ ଓ ଅଞ୍ଜୁମ ଚୋପ୍ରାଙ୍କୁ ସିକେ ନାଇଡୁ ଲାଇଫ୍‌ଟାଇମ୍‌ ଆଚିଭ୍‌ଭେଣ୍ଟ ପୁରସ୍କାର ମିଳିଛି। ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଓ ସମ୍ପାଦକ ଜୟ ଶାହ ଉପସ୍ଥିତ ରହି ପୁରସ୍କାର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ କାହିଁକି ବାହାର କରିଦେବା ଉଚିତ? କାରଣ କହିଲେ…

ନୂଆଦିଲ୍ଲୀ,୧୧।୯: ଭାରତର ଯୁବ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟିଂ ଶୈଳୀର ଅନେକ ପ୍ରଶଂସକ ରହିଛନ୍ତି। ସେ ମଇଦାନକୁ ଓହ୍ଲାଇଲେ ଦର୍ଶକଙ୍କ ପ୍ରବଳ ଭିଡ଼ ଜମିଥାଏ। ତେବେ…

ଉପଅଧିନାୟକ ହୋଇଗଲେ ସିନା ଏବେ ଖେଳିବେ କେଉଁଠି? ତିଳକ ବର୍ମାଙ୍କ ବ୍ୟାଟିଂ ଅର୍ଡରଙ୍କୁ ନେଇ ପ୍ରଶ୍ନ

ନୂଆଦିଲ୍ଲୀ,୧୧।୯: ସେପ୍ଟେମ୍ବର ୧୩ରୁ ନୂଆଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମ୍‌ରେ ଆଫଗାନିସ୍ତାନ ବିପକ୍ଷରେ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌। ଏହି ସିରିଜ୍‌ ପାଇଁ…

ବିରେନ୍ଦ୍ର ସେହ୍ବାଗଙ୍କ ନୂଆ ଇନିଂସ, ଅଶନୀର ଗ୍ରୋଭରଙ୍କୁ ଆଉଟ୍‌ କରି ଚମକାଇଲେ, ଏଣିକି…

ମୁମ୍ବାଇ,୧୧।୯: ପ୍ରାଇମ୍ ଭିଡିଓର ସୁପରହିଟ୍ ରିଆଲିଟି ଶୋ’ ‘ରାଇଜ୍‌ ଆଣ୍ଡ୍‌ ଫଲ୍‌’ (Rise And Fall) ନିଜର ଦ୍ୱିତୀୟ ସିଜନ୍ ସହ ଫେରୁଛି। ଏଥର ଶୋ’କୁ ନେଇ…

ରୋଚକ ଘଟଣା: ଟିମ ଇଣ୍ଡିଆଠାରୁ ଛଡ଼ାଇ ନିଆଗଲା ଡ୍ରେସିଂ ରୁମ! ଆଫଗାନିସ୍ତାନ ସିରିଜରେ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧୧।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ୩ ମ୍ୟାଚର T20 ସିରିଜ ଆସନ୍ତା ସେପ୍ଟେମ୍ବର ୧୩ରୁ ଆରମ୍ଭ ହେବ। ସିରିଜର ସମସ୍ତ ମ୍ୟାଚ ଦିଲ୍ଲୀର ଅରୁଣ ଜେଟଲୀ…

ପ୍ରଥମ ଟି-୨୦ ବଡ଼ ଓଲଟପାଲଟ! ସାମସନ OUT, ବୈଭବ IN: ଭାରତର ପ୍ଲେଇଂ ୧୧କୁ ନେଇ ହଇଚଇ

ନୂଆଦିଲ୍ଲୀ,୧୧।୯: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ ସେପ୍ଟେମ୍ବର ୧୩ ତାରିଖ ରବିବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚରେ ଟିମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?