Posted inଖେଳ

ବିସିସିଆଇ ଭାଷ୍ୟକାର ପ୍ୟାନେଲରୁ ବାଦ୍‌ ପଡ଼ିଲେ ମଞ୍ଜରେକର

ମୁମ୍ବାଇ,୧୪।୩- କରୋନା ଭାଇରସ୍‌ ଯୋଗୁ ଆଇପିଏଲ୍‌ ସ୍ଥଗିତ ଓ ଭାରତ- ଦକ୍ଷିଣ ଆଫ୍ରିକା ସିରିଜ୍‌ ବାତିଲ ହୋଇଥିବା ବେଳେ ବିସିସିଆଇର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ପ୍ରତି କାହାରି ଧ୍ୟାନ ଆକର୍ଷିତ କରିନାହିଁ। ବିଶ୍ୱ କ୍ରିକେଟର ଅନ୍ୟତମ ଶ୍ରେଷ୍ଠ ଭାଷ୍ୟକାର ସଞ୍ଜୟ ମଞ୍ଜରେକରଙ୍କୁ ବିସିସିଆଇ ଭାଷ୍ୟକାର ପ୍ୟାନେଲରୁ ବାଦ୍‌ ଦେଇଛି। ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍‌ ବର୍ଷା ଯୋଗୁ ବାତିଲ ହୋଇଯାଇଥିଲା। ଏହି ମ୍ୟାଚ୍‌ ଲାଗି ଅନ୍ୟ ବିସିସିଆଇ ପ୍ୟାନେଲ ଭାଷ୍ୟକାରଙ୍କ ଭଳି ଧର୍ମଶାଳାରେ ସେ ଉପସ୍ଥିତ ନ ଥିଲେ। ଏଠାରେ ସୁନୀଲ ଗାଭାସ୍କର, ଏଲ. ସିଭରାମକ୍ରିଷ୍ଣନ ଓ ମୁରଲୀ କାର୍ତ୍ତିକ ଉପସ୍ଥିତ ଥିଲେ। ମଞ୍ଜରେକର ଗତ ୩ ବିଶ୍ୱକପ୍‌ରେ ବିସିସିଆଇର ଭାଷ୍ୟକାର ପ୍ୟାନେଲ୍‌ରେ ଥିଲେ। ସେ ୧୯୯୬ରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ଭାଷ୍ୟକାର ଭାବେ ନିଜକୁ ପ୍ରତିଷ୍ଠା କରିଥିଲେ। କିନ୍ତୁ ତାଙ୍କୁ ବିସିସିଆଇ ଯଥେଷ୍ଟ ମ୍ୟାଚ୍‌ ଦେଇ ନାହିଁ। ମିଳିଥିବା ସୂଚନା ମୁତାବକ ଏପ୍ରିଲ ୧୫ ତାରିଖରୁ ଆରମ୍ଭ ହେଉଥିବା ଆଇପିଏଲ୍‌ରେ ମଧ୍ୟ ତାଙ୍କୁ ସାମିଲ ନ କରିବାକୁ ବିସିସିଆଇ ଯୋଜନା କରୁଛି। ଏହାର ସ୍ପଷ୍ଟ କରାଣ ନ ଥିଲେ ମଧ୍ୟ ବିସିସିଆଇ କର୍ମକର୍ତ୍ତା ମଞ୍ଜରେକରଙ୍କ କାର୍ଯ୍ୟରେ ଖୁସି ନାହାନ୍ତି। ଏ ସମ୍ପର୍କରେ ଅଧିକ କେହି କମେଣ୍ଟ କରିବାକୁ ଚାହୁଁନାହାନ୍ତି। ନିକଟରେ ସଞ୍ଜୟ ଭାରତୀୟ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କ ଉପରେ ଏକ ବିବାଦୀୟ ଟିପ୍ପଣୀ ଦେଇଥିଲେ। ଆଉ ଗତବର୍ଷ ପିଙ୍କ୍‌ ବଲ ଟେଷ୍ଟବେଳେ ସହ ଭାଷ୍ୟକାର ହର୍ଶା ଭୋଗଲେଙ୍କ ସହ ଯୁକ୍ତିତର୍କ ମଧ୍ୟ ହୋଇଥିଲା। ଉଭୟ ଘଟଣା ପାଇଁ ପରବର୍ତ୍ତୀ ସମୟରେ ସଞ୍ଜୟ କ୍ଷମାପ୍ରାର୍ଥନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାରିକ ରହମାନ ଆସିବା ପରେ ସୁଧୁରୁଛି ସମ୍ପର୍କ.., ବାଂଲାଦେଶ ପୁଣି ଭାରତ ପାଇଁ ଆରମ୍ଭ କରିବ ଏହି ସେବା, ତାରିଖ ଆସିଲା ସାମ୍ନାକୁ!

ନୂଆଦିଲ୍ଲୀ/ଢାକା,୨୨।୨: ନୂତନ ସରକାର ଗଠନ ହେବା ସହିତ, ବାଂଲାଦେଶ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନେଇଛି। ବାଂଲାଦେଶ ବୈଦେଶିକ ମନ୍ତ୍ରଣାଳୟର…

T20 ବିଶ୍ୱକପରେ ଆଉ ଖେଳିବେନି ଏହି ୭ କିମ୍ବଦନ୍ତୀ, ନାମ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ଧୀରେ ଧୀରେ ଶେଷ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ସୁପର ୮ ରାଉଣ୍ଡ ଆରମ୍ଭ ହୋଇସାରିଛି। ଏହି ସମୟରେ, ଆମେ ୭ ଷ୍ଟାର…

Video: ରାଜସ୍ଥାନରେ ଘୋଡ଼ା ଉପରେ ବ୍ଲିଙ୍କିଟ ଡେଲିଭରି! ବୃଦ୍ଧ ଡେଲିଭରି ବୟଙ୍କ ଭିଡିଓ ଭାଇରାଲ, ଲୋକେ କହିଲେ ଏଠି ଯୁବକଙ୍କୁ ମିଳୁନି…

ଜୟପୁର,୨୨।୨: ରାଜସ୍ଥାନରେ, ଯେଉଁଠାରେ ଘୋଡ଼ା ଏବଂ ଓଟଙ୍କୁ ପରମ୍ପରା, ଗର୍ବ ଏବଂ ବୀରତ୍ୱର ପ୍ରତୀକ ଭାବରେ ବିବେଚନା କରାଯାଏ, ସେଠାରେ ଏକ ଭିଡ଼ିଓ ସାମ୍ନାକୁ ଆସିଛି ଯାହା…

ବର୍ଷା ଯୋଗୁ ମ୍ୟାଚ ଧୋଇଗଲେ ଏହି ନିମୟମରେ ହେବ ସେମିଫାଇନାଲର ନିଷ୍ପତ୍ତି, ବୁଝନ୍ତୁ ଏହି ଗଣିତ

ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ ପର୍ଯ୍ୟାୟରେ ବର୍ଷା ବିପର୍ଯ୍ୟୟ ସୃଷ୍ଟି କରୁଛି। ଗତ ଶନିବାର (୨୧ ଫେବୃଆରୀ) ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଅନୁଷ୍ଠିତ…

‘କଂଗ୍ରେସ ପ୍ରଥମରୁ ଉଲଗ୍ନ,’ କାହିଁକି କଂଗ୍ରେସ ନେତାଙ୍କୁ ଏମିତି ସମାଲୋଚନା କଲେ ମୋଦି? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୨୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ରାଜଧାନୀ ଦିଲ୍ଲୀରେ ଅନୁଷ୍ଠିତ ଇଣ୍ଡିଆ AI ଇମ୍ପାକ୍ଟ ସମ୍ମିଳନୀରେ ଭାରତୀୟ ଯୁବ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନକୁ ନେଇ କଂଗ୍ରେସ ଦଳ…

ବେଆଇନ ଭାବରେ ଅନ୍‌ଲୋଡିଂ ହେଉଥିଲା ଶହଶହ ଜିଞ୍ଜର ବୋତଲ, ମାଡ଼ିବସିଲା ଅବକାରୀ ବିଭାଗ

ବାଲେଶ୍ୱର,୨୨ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ଭ୍ରାମ୍ୟମାଣ ଅବକାରୀ ୟୁନିଟ୍‌ ପକ୍ଷରୁ ରବିବାର ଚଢ଼ାଉ କରାଯାଇଛି। ସୋର ଥାନା ଅନ୍ତର୍ଗତ ଦୟାନିଧିପୁର ନିକଟ ଖେଳପଡ଼ିଆରେ ବେଆଇନ ଭାବେ ଏକ…

ଦନ୍ତା ଦଳିଦେବା ପରେ ପରିବାର ଲୋକେ କଲେ ଏମିତି କାମ, ଅମର ରହିଗଲେ ଊର୍ମିଳା

ଦିଗପହଣ୍ଡି,୨୨ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ସିମାଞ୍ଚଳ ରାଉତଙ୍କ ସ୍ତ୍ରୀ ଊର୍ମିଳା ରାଉତ(୫୧) ରବିବାର ସକାଳେ ଦନ୍ତା ହାତୀ…

ସୁପର-୮ରେ ଟିମ୍‌ ଇଣ୍ଡିଆକୁ ରହିବାକୁ ପଡ଼ିବ ସାବଧାନ! ଦକ୍ଷିଣ ଆଫ୍ରିକାର ଏହି ୪ ଖେଳାଳି କରିପାରନ୍ତି…

ନୂଆଦିଲ୍ଲୀ,୨୨।୨: ରବିବାର ଭାରତ ଏବଂ ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ ୨୦୨୬ରେ ମୁହାଁମୁହିଁ ହେବେ। ସୁପର ୮ ରାଉଣ୍ଡରେ ଗ୍ରୁପ ୧ର ଏହା ପ୍ରଥମ ମ୍ୟାଚ, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri