ବିସ୍ଫୋରଣରେ ନାବାଳକ ଗୁରୁତର

ଆସିକା,୧୪ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ପାଣ୍ଡିଆପଥର ଗ୍ରାମରେ ସୋମବାର ସକାଳେ ବିସ୍ଫୋରଣରେ ଜଣେ ନାବାଳକ ଗୁରୁତର ଆହତ ହୋଇଛନ୍ତି। ସେ ହେଲେ ପାଣ୍ଡିଆପଥରର ସେଖ ମକାଙ୍କ ପୁଅ ସଫିର (୧୩)  ତାଙ୍କ ବାମ ହାତରେ ବିସ୍ଫୋରକ ଫୁଟିଥିବାରୁ ଚିକିତ୍ସା ଲାଗି ପ୍ରଥମେ ଆସିକା ଡାକ୍ତରଖାନା ଓ ପରେ ବ୍ରହ୍ମପୁର ବଡ଼
ମେଡିକାଲକୁ ପଠାଯାଇଛି। ନବମ ଶ୍ରେଣୀରେ ପଢ଼ୁଥିବା ସଫିର ଓ ତାଙ୍କର ଅନ୍ୟ ଦୁଇ ସାଙ୍ଗ ଅମର ଖାନ, ସେଖ ରବାନିଙ୍କ ସହ ସକାଳେ ପୋଖରିକୁ ଗାଧୋଇବାକୁ ଯାଇଥିେ। ତୁଠରେ ପଡିଥିବା କୌଣସି ଏକ ବିସ୍ଫୋରକ ସାମଗ୍ରୀକୁ ସଫିର ଗୋଟାଇ ଆଣିଥିଲେ । ଘର ନିକଟରେ କୌତୁହଳବଶତଃ ସେଥିରେ ପଥର ଛେଚିବାରୁ ତାହା ବିସ୍ଫୋରଣ ହୋଇଥିଲା। ଏଥିରେ ସଫିର ଗୁରୁତର ହେବାରୁ ପରିବାର ଲୋକେ ତୁରନ୍ତ ଡାକ୍ତରଖାନାକୁ ନେଇଥିଲେ।
ଖବରପାଇ ଆସିକା ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଆସିକା ତହସିଲଦାର ଆଶୁତୋଷ ଗୌରବ କର ପାଣ୍ଡିଆପଥର ଗ୍ରାମକୁ ଯାଇ ସ୍ଥିତି ଅନୁଧ୍ୟାନ କରିବା ସହ ସଫିରଙ୍କ ପରିବାରକୁ ରେଡକ୍ରସ ପାଣ୍ଠିରୁ ୫ହଜାର ଟଙ୍କା ସହାୟତା ପ୍ରଦାନ କରିଛନ୍ତି। ବିସ୍ଫୋରକ ସାମଗ୍ରୀଟି କ’ଣ ତାହା ସ୍ପଷ୍ଟ ହୋଇ ନ ଥିଲେ ମଧ୍ୟ ପୋଖରି ନିକଟ ଧୂଆଁମାରି ପାହାଡରେ ପଥର ଫୁଟାଇବା ଲାଗି ବେଆଇନ ଭାବେ ବ୍ୟବହାର କରାଯାଉଥିବା ଡିଟୋନିଟର ହୋଇଥାଇ ପାରେ ବୋଲି ଅନୁମାନ କରାଯାଇଛି ।
ସୂଚନାଯୋଗ୍ୟ, ଗତ ଜୁଲାଇ ୨୦ ତାରିଖରେ କୋଟିନଡା ଫାଣ୍ଡି ଅନ୍ତର୍ଗତ ମାଗୁରା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏଭଳି ବିସ୍ଫୋରଣ ଘଟି ୨ ଛାତ୍ର ଗୁରୁତର ଆହତ ହୋଇଥିଲେ। ଡିଟୋନେଟରକୁ ଗୋଟାଇ ଆଣି ସେଥିରେ ବ୍ୟାଟେରୀ ସଂଯୋଗ କଲାବେଳେ ତାହା ଫୁଟି ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ ଏମିତି ଏକ ନିଷ୍ପତ୍ତି ନେଇ ସମସ୍ତଙ୍କୁ ଚମକାଇ ଦେଲେ ଏହି କ୍ରିକେଟର, ଏକ ଭାବପ୍ରବଣ ସୋସିଆଲ ମିଡିଆ ପୋଷ୍ଟ ମାଧ୍ୟମରେ କହିଲେ…

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟକ ପଦରୁ ସମସ୍ତ ଫର୍ମାଟରେ ଓହରିଯିବାକୁ ନିଷ୍ପତ୍ତି ନେଇଛନ୍ତି। ସେ ଏକ ଭାବପୂର୍ଣ୍ଣ ପୋଷ୍ଟ ମାଧ୍ୟମରେ ଏହି…

‘ପ୍ରଥମେ ନିଜ ନେମ୍‌ ଟ୍ୟାଗ ଲଗାନ୍ତୁ…’ ସାମ୍ବାଦିକମାନଙ୍କ ପାଇଁ ଦିଲ୍ଲୀ ପୋଲିସର ପରାମର୍ଶ ଉପରେ ଦୀପକେଙ୍କ ବ୍ୟଙ୍ଗ

ନୂଆଦିଲ୍ଲୀ,୬।୧୦: ଏକ ସୋସିଆଲ ମିଡିଆ ପୋଷ୍ଟରେ, ଦିଲ୍ଲୀ ପୋଲିସ କହିଛି ଯେ କାହାଣୀ ଗୁରୁତ୍ୱପୂର୍ଣ୍ଣ ହୋଇଥିଲେ ମଧ୍ୟ ଏହାକୁ କିପରି ଗ୍ରହଣ କରାଯାଏ ତାହା ମଧ୍ୟ ସମାନ…

ଯାତ୍ରୀଙ୍କୁ ବଡ଼ ଝଟକା; ଆଜି ରାତିରୁ ମହଙ୍ଗା ହେବ ଇଣ୍ଡିଗୋ ବିମାନ ଭଡ଼ା, ଜାଣନ୍ତୁ କେତେ

ନୂଆଦିଲ୍ଲୀ,୬ା୧୦: ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟରେ କ୍ରମାଗତ ବୃଦ୍ଧି ହେତୁ ଇଣ୍ଡିଗୋ ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ ବିମାନ ଯାତ୍ରା ଉପରେ ଇନ୍ଧନ ଶୁଳ୍କ (ଫ୍ୟୁଏଲ ଚାର୍ଜ) ବଢ଼ାଇବାକୁ…

‘ମିଡିଆ ଚାପ ଯୋଗୁ ବୈଭବ ସୂର୍ଯ୍ୟବଂଶୀଙ୍କ ଚୟନ ହୋଇଥିଲା…’ କୋଚ ଗମ୍ଭୀରଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କଲେ ଅଭିଜ୍ଞ ଖେଳାଳି

ନୂଆଦିଲ୍ଲୀ,୬।୧୦: ପୂର୍ବତନ କ୍ରିକେଟର ସୁବ୍ରମଣ୍ୟମ ବଦ୍ରିନାଥ ଦାବି କରିଛନ୍ତି ଯେ ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ଗଣମାଧ୍ୟମର ଚାପ ଯୋଗୁ ବୈଭବ ସୂର୍ଯ୍ୟବଂଶୀଙ୍କୁ…

ଇନଷ୍ଟାଗ୍ରାମ ଆଇଡି ହ୍ୟାକ୍ କରି ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ, ଧରାପଡିବା ପରେ…..

ଆନନ୍ଦପୁର,୬ା୧୦(ସୁଶାନ୍ତ କୁମାର ସାହୁ ): ଇନଷ୍ଟାଗ୍ରାମ ଆଇଡି ହ୍ୟାକ କରି ଜଣେ ଯୁବତୀଙ୍କ ଆପତ୍ତିଜନକ ଫଟୋ ଭାଇରାଲ କରିବା ଅଭିଯୋଗରେ ଘଷିପୁରା ପୋଲିସ ଜଣେ ଯୁବକକୁ ଗିରଫ…

ଆଜି ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପ୍ରଥମ ଟି୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ଲକ୍ଷ୍ନୌ,୬ା୧୦(ପିଟି): ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜର ପ୍ରଥମ ମ୍ୟାଚ୍‌ ମଙ୍ଗଳବାର ଖେଳାଯିବ। ଗତ ଶନିବାର ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଛୁଇବନ୍ଧରେ ଟ୍ରକକୁ ପିଟିଲା ପିକଅପ୍, ଦୁଇ ମୃତ

ବଲାଙ୍ଗୀର,୬।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସମ୍ବଲପୁର ଏନ୍‌ଏଚ୍‌-୨୬ର ଛୁଇଁବନ୍ଧ ନିକଟରେ ମଙ୍ଗଳବାର ସକାଳୁ ଭୟଙ୍କର ଦୁର୍ଘଟଣା ହୋଇଛି । ପିକଅପ୍ ଗାଡ଼ି ଟ୍ରକକୁ ପଛରୁ ଧକ୍କା ଦେବା…

ନବୀନ ପଟ୍ଟନାୟକ ନେଲେ ବଡ଼ ନିଷ୍ପତ୍ତି: ଆଗକୁ ବିଜେଡି…

ଭୁବନେଶ୍ୱର,୬।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବିରୋଧୀଙ୍କ ପ୍ରତିବାଦରେ ସାମିଲ ହେବ ବିଜୁ ଜନତା ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?