ବିହାର ଘଟଣା ପରେ ରାଜ୍ୟ ସରକାରଙ୍କ ଚେତା ପଶିଲା : ଲିଚୁର ମାନ ଯାଞ୍ଚ ନିର୍ଦ୍ଦେଶ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ବିହାରରେ ମସ୍ତିଷ୍କ ଜ୍ୱରରେ ଶହେରୁ ଅଧିକ ଶିଶୁଙ୍କ ଜୀବନ ଗଲାଣି। ଏହା ପଛର କାରଣ ସ୍ପଷ୍ଟ ହୋଇ ନ ଥିଲେ ବି ଲିଚୁରେ ଥିବା ଟକ୍ସିକ୍‌ ଏଲିମେଣ୍ଟକୁ ଅନେକ ବିଶେଷଜ୍ଞ ଦାୟୀ କରୁଛନ୍ତି। ଏନ୍‌ସେଫାଲାଇଟିସ୍‌ ଲିଚୁରେ ବ୍ୟାପିଥିବା କୁହାଯାଉଛି। ତେଣୁ ଏହି ଘଟଣା କେବଳ ବିହାର ନୁହେଁ, ସାରା ଦେଶରେ ଚିନ୍ତା ବଢ଼ାଇଦେଇଛି। ଏହି ଘଟଣା ପରେ ବର୍ତ୍ତମାନ ରାଜ୍ୟ ସରକାରଙ୍କ ଚେତା ପଶିିଛି। ରାଜ୍ୟରେ ବିକ୍ରି ହେଉଥିବା ଲିଚୁର ମାନ ପରୀକ୍ଷା କରିବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ନମୁନା ଆଣି ତୁରନ୍ତ ତାହାର ମାନ ପରୀକ୍ଷା କରିବାକୁ ମନ୍ତ୍ରୀ ଖାଦ୍ୟ ନିରାପତ୍ତା କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସେପଟେ ରାଉରକେଲା ସହରରେ ଲିଚୁ ବିକ୍ରି ଉପରେ ଜିଲା ପ୍ରଶାସନ କଟକଣା ଲଗାଇଛି। ସୁନ୍ଦରଗଡ଼ ଜିଲା ପ୍ରଶାସନ ଏ ନେଇ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଯେ ପର୍ଯ୍ୟନ୍ତ ଏହି ଘଟଣାର ସତ୍ୟାସତ୍ୟ ଆସି ନ ଥିବ, ସେ ପର୍ଯ୍ୟନ୍ତ ଆମଦାନୀ ହୋଇପାରିବ ନାହିଁ ବୋଲି କଟକଣା ଜାରି କରାଯାଇଛି। ତେବେ ଅନ୍ୟ ସହରରେ ବେଧଡ଼କ ଭାବେ ଲିଚୁ ବିକ୍ରି ଚାଲିଛି। ଭୁବନେଶ୍ୱରରେ ବିହାର ଲିଚୁର ସବୁଠୁ ଅଧିକ ବିକ୍ରି ଚାଲିଛି। ଓଡ଼ିଶାରୁ ୭୦ଭାଗ ଲିଚୁ ବିହାରରୁ ହିଁ ଆସିଥାଏ। ସେପଟେ ଲିଚୁକୁ ନେଇ ଉଭୟ ଦୋକାନୀ ଓ ଗ୍ରାହକଙ୍କ ମଧ୍ୟରେ ଚିନ୍ତା ବଢ଼ିବାରେ ଲାଗିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ହନିମୁନରେ ସ୍ୱାମୀଙ୍କୁ ହତ୍ୟା କଲେ ସ୍ତ୍ରୀ, ପ୍ରେମିକ ସହ ମିଶି ରଚିଲେ ଦୁର୍ଘଟଣାର ନାଟକ

ଶ୍ରୀଗଙ୍ଗାନଗର,୫।୨: ରାଜସ୍ଥାନରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ଖବର ସାମ୍ନାକୁ ଆସିଛି। ଜଣେ ନବବିବାହିତ ଯୁବକଙ୍କୁ ତାଙ୍କ ସ୍ତ୍ରୀ ନିଜ ପ୍ରେମିକ ସହ ମିଶି ଅତି ନିର୍ମମ ଭାବେ…

ଫେବୃୟାରୀ ୯ ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି 

ଭୁବନେଶ୍ୱର,୫।୨: ଆସନ୍ତା ସୋମବାର ଫେବୃଆରୀ ୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ…

IAS ସ୍ତରରେ ବଡ଼ ଧରଣର ଅଦଳବଦଳ: ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ୱ ବିଭାଗ

ଭୁବନେଶ୍ୱର,୫।୨: ଓଡିଶା ସରକାର ସଚିବ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି। ଅନେକ ଅଭିଜ୍ଞ IAS ଅଧିକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ସହ ଅତିରିକ୍ତ କାର୍ଯ୍ୟଭାର ମଧ୍ୟ ଅର୍ପଣ…

ୟୁରୋପ, ଆମେରିକା ପରେ ଭାରତ ଟାର୍ଗେଟରେ ଏସବୁ ଧନୀ ଦେଶ; ଖୁବଶୀଘ୍ର ହେବ ବାଣିଜ୍ୟ ଚୁକ୍ତି

ନୂଆଦିଲ୍ଲୀ,୫।୨: ଅନେକ ଆଲୋଚନା ପରେ ଭାରତ ୟୁରୋପ, ଆମେରିକା ସହିତ ବାଣିଜ୍ୟ ଚୁକ୍ତି କରିବାରେ ସଫଳ ହୋଇଛି। ଏହି ଚୁକ୍ତି ଭାରତ ଅର୍ଥନୀତି ପାଇଁ ଖୁବ ସୁଯୋଗ…

ଅଶ୍ବିନୀ ବୈଷ୍ଣବଙ୍କୁ ଓଡିଶାରେ ପୁରାଇ ଦେବୁନି..’: ରାଜ୍ୟସଭାରେ ଗର୍ଜିଲେ ମୁନ୍ନା ଖାଁ

ନୂଆଦିଲ୍ଲୀ,୫।୨: ରାଜ୍ୟସଭାରେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଟାର୍ଗେଟ କରି ଗର୍ଜିଛନ୍ତି ଏମପି ମୁନ୍ନା ଖାଁ। ନବରଙ୍ଗପୁର ଏବଂ ମାଲକାନଗିରି ଜିଲାକୁ ରେଳପଥ ସଂଯୋଗ ପାଇଁ କେନ୍ଦ୍ର ସରକାରଙ୍କ…

ଚାଇନା-ରୁଷିଆ-ଆମେରିକାକୁ ପଛରେ ପକାଇ ଏହି ଲିଷ୍ଟ୍‌ରେ ଆଗକୁ ଗଲା ଭାରତ, ଜାଣନ୍ତୁ ପାକିସ୍ତାନ ସ୍ଥିତି କ’ଣ

ନୂଆଦିଲ୍ଲୀ,୫।୨: ବିଶ୍ୱ ବୌଦ୍ଧିକ ଫାଉଣ୍ଡେସନ (WIF) ଦ୍ୱାରା ପ୍ରକାଶିତ ଦାୟିତ୍ୱବାନ ରାଷ୍ଟ୍ର ସୂଚକାଙ୍କ ଦେଶଗୁଡ଼ିକ ଉପରେ ଏକ ନୂତନ ଦୃଷ୍ଟିକୋଣ ପ୍ରଦାନ କରେ। ଏହି ତାଲିକା ଏକ…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

ରାଶନକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ: ଏଣିକି ଶସ୍ୟ ବଦଳରେ ମିଳିବ…

ନୂଆଦିଲ୍ଲୀ,୫।୨: ଯଦି ଆପଣଙ୍କର ରାଶନ କାର୍ଡ ଅଛି ଏବଂ ଆପଣ ସରକାରଙ୍କ ମାସିକ ମାଗଣା ରାଶନ ଯୋଜନାର ହିତାଧିକାରୀ, ତେବେ ଏହା ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ସୂଚନା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri