Posted inଜାତୀୟ

ବିହାରରେ ଘାତକ ସାଜିଛି ମସ୍ତିସ୍କ ଜ୍ୱର: ଗଲାଣି ୮୪ ଶିଶୁଙ୍କ ଜୀବନ

ପାଟନା,୧୬ା୬: ବିହାରରେ ଘାତକ ସାଜିଛି ମସ୍ତିସ୍କଜ୍ୱର। ଆକ୍ୟୁଟ ଏନ୍ସେଫାଲାଇଟିସ ସିଣ୍ଡ୍ରୋମ (ଏଇଏସ) ଏବଂ ଜାପାନିଜ ଏନ୍ସେଫାଲାଇଟିସ (ଜେଇ) ରୋଗରେ ଏପର୍ଯ୍ୟନ୍ତ ୮୪ଜଣ ଶିଶୁଙ୍କ ମୃତ୍ୟୁ ଘଟିଛି। ସ୍ଥିତି ଉଦବେଗଜନକ ଥିବାରୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ରବିବାର ଦୁଇ ହସ୍ପିଟାଲକୁ ପରିଦର୍ଶନରେ ଯାଇଛନ୍ତି। ମୁଜାଫରପୁରସ୍ଥିତ ଶ୍ରୀକ୍ରିଷ୍ଣା ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ (ଏସକେଏମସିଏଚ)ରେ ଅନୂନ ୬୦ ଏବଂ କେଜ୍ରିଓ୍ବାଲ ହସ୍ପିଟାଲରେ ୧୧ ଶିଶୁ ମସ୍ତିଷ୍କ ଜ୍ୱରରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଥିବା ସିଭିଲ ସର୍ଜନ ଡାକ୍ତର ଶୈଳେଶ ପ୍ରସାଦ ସିଂ ଶନିବାର ସୂଚନା ଦେଇଛନ୍ତି। ଜୁନ ୧ରୁ ୧୭୮ ଶିଶୁ ଏସକେଏମସିଏଚରେ ଏବଂ ୭୨ ଶିଶୁ କେଜ୍ରିଓ୍ବାଲ ହସ୍ପିଟାଲରେ ଚିକିତ୍ସିତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଅଧିକାଂଶ ମସ୍ତିଷ୍କଜ୍ୱରରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଥିବା ଜଣାପଡ଼ିଛି। ସରକାରୀ ସ୍ତରରେ ମୃତ୍ୟୁସଂଖ୍ୟା ୬୯ ବୋଲି ଘୋଷଣା କରାଯାଇଥିଲେ ହେଁ ପ୍ରକୃତରେ ୮୪ ଶିଶୁଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ଆଉ କେତେଜଣ ଶିଶୁ ଗାଁରେ ପ୍ରାଣ ହରାଇବା ପରେ ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଉଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri