ବୀରବଳଭଦ୍ରପୁର ଗୋପୀନାଥ ଦେବ ମନ୍ଦିରରୁ ଚୋରି ମୂର୍ତ୍ତି ଫୋପାଡିଲେ, ଅଳଙ୍କାର ନେଇଗଲେ

ପୁରୀ ଅଫିସ, ୧୩।୧୦: ପୁରୀ ଜିଲା ଚନ୍ଦନପୁର ଥାନା ଅଧୀନ ବୀରବଳଭଦ୍ରପୁର ଗ୍ରାମର ଗୋପୀନାଥ ଦେବଙ୍କ ମନ୍ଦିରରୁ ଶନିବାର ଲକ୍ଷାଧିକ ଟଙ୍କାର ଅଷ୍ଟଧାତୁ ନିର୍ମିତ ମୂର୍ତ୍ତି ଏବଂ ଦାନ ବାକ୍ସରୁ ଟଙ୍କା, ସୁନା ଅଲଙ୍କାର ଚୋରି ହୋଇଛି। ଏନେଇ ବୀରବଳଭଦ୍ରପୁର ଗ୍ରାମ ୩ୟଖଣ୍ଡି ମହାଜନ କୋଠ ସମ୍ପାଦକ ପ୍ରମୋଦ କୁମାର ମିଶ୍ର ଶନିବାର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପରେ ଥାନାରେ ନଂ. ୧୪୪/୧୯ରେ ଏକ ମାମଲା ରୁଜୁ ହୋଇ ତଦନ୍ତ ଜାରି ରହିଛି ବୋଲି ଥାନାଧିକାରୀ ବାମଦେବ ନନ୍ଦ କହିଛନ୍ତି। ପୋଲିସ ସୂଚନା ଅନୁଯାୟୀ, ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ମନ୍ଦିରରୁ ଚୋରି କରିଥିଲେ। ସକାଳୁ ମନ୍ଦିର ପୂଜକ ମନ୍ଦିର ନିକଟରେ ପହଞ୍ଚତ୍ବା ପରେ ଦ୍ୱାର ଖୋଲାଥିବା ଦେଖିଥିଲେ। ପରେ ମନ୍ଦିରର ଦାନବାକ୍ସ ଭଙ୍ଗାଯାଇଥିବା ଏବଂ ଅଷ୍ଟଧାତୁ ମୂର୍ତ୍ତି ନ ଥିବା ଦେଖି ଏ ସମ୍ପର୍କରେ ଗ୍ରାମବାସୀଙ୍କୁ ଖବର ଦେଇଥିଲେ। ଗ୍ରାମବାସୀଙ୍କଠାରୁ ଖବରପାଇ ପୋଲିସ ସାଇଣ୍ଟିଫିକ ଟିମ୍‌ ସହ ପହଞ୍ଚତ୍ ଘଟଣାର ତଦନ୍ତ ଆରମ୍ଭ କରିଥିଲା। ତଦନ୍ତ ବେଳେ ପୋଲିସ ମନ୍ଦିର ପରିସରରେ ଏକ କନା ଦେହରେ ଗୁଡାଇ ହୋଇ ରହିଥିବା ଅଷ୍ଟଧାତୁ ମୂର୍ତ୍ତି ପାଇଥିଲେ। ସମ୍ପାଦକ ମିଶ୍ର କୁହନ୍ତି, ଶୁକ୍ରବାର ଠାକୁର ସ୍ବର୍ଣ୍ଣ ଅଳଙ୍କାରରେ ସଜ୍ଜିତ ହୋଇଥିବାବେଳେ ଆଉ ଏକ ଅଳଙ୍କାର ସେଟ୍‌ ଆଲମିରା ଭିତରେ ରହିଥିଲା। ଦୁର୍ବୃତ୍ତମାନେ ଆଲମିରା ତାଲା ଭାଙ୍ଗି ଅଳଙ୍କାର ନେଇଯାଇଥିବା ପ୍ରାଥମିକ ଅନୁସନ୍ଧାନରୁ ପୋଲିସ ଜାଣିବାକୁ ପାଇଛି। ଚୋରି ହୋଇଥିବା ସୁନାଅଳଙ୍କାରର ମୂଲ୍ୟ ପ୍ରାୟ ୨୦ଲକ୍ଷ ଟଙ୍କା ହେବ ବୋଲି ଗ୍ରାମ କମିଟି ଆକଳନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri